Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏମ୍‌କେସିଜିରୁ ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଳ ଲାଇନ୍ ନିକଟରୁ ମୋବାଇଲ୍ ଜବତ
ବିଶେଷ ଖବର

ଏମ୍‌କେସିଜିରୁ ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଳ ଲାଇନ୍ ନିକଟରୁ ମୋବାଇଲ୍ ଜବତ

September 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଏବଂ ହସ୍‌ପିଟାଲର ଜଣେ ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ଦୁଇ ଦିନ ହେଲା ନିଖୋଜ ଥିବା ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନିଖୋଜ ଛାତ୍ରଜଣକ ଯାଜପୁର ଜିଲ୍ଲାର ୨୦ ବର୍ଷୀୟ ସାଗର ସାହୁ ବୋଲି ଚିହ୍ନଟ କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ସାଗର ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଅଛନ୍ତି। ତାଙ୍କୁ ଶେଷଥର ପାଇଁ ବ୍ରହ୍ମପୁର ରେଳ ଷ୍ଟେସନ ନିକଟରେ ଦେଖାଯାଇଥିଲା। ପୁଲିସ ତଦନ୍ତ ବେଳେ ରେଳ ଷ୍ଟେସନ ନିକଟସ୍ଥ ରେଳଲାଇନରୁ ତାଙ୍କର ମୋବାଇଲ ଫୋନଟିକୁ ଜବତ କରିଛି। ଛାତ୍ରଜଣକ ନିଖୋଜ ହେବା ପରେ ଏମ୍‌କେସିଜି ଛାତ୍ର ସଂଗଠନ ପକ୍ଷରୁ ଏକ ନୋଟିସ୍ ଜାରି କରାଯାଇଛି, ଯେଉଁଥିରେ ସାଗରଙ୍କ ସମ୍ପର୍କରେ କୌଣସି ସୂଚନା ମିଳିଲେ ତୁରନ୍ତ ଜଣାଇବାକୁ ଅନୁରୋଧ କରାଯାଇଛି।

ଏମ୍‌କେସିଜି ଡିନ୍‌ଙ୍କ ଅଭିଯୋଗ ଆଧାରରେ ବୈଦ୍ୟନାଥପୁର ଥାନାରେ ଏତଲା ରୁଜୁ ହୋଇଛି। ବ୍ରହ୍ମପୁର ଏସ୍‌ପି ଶ୍ରବଣ ବିବେକ ଏମ୍. କହିଛନ୍ତି ଯେ, ଘଟଣାର ଗାମ୍ଭୀର୍ଯ୍ୟକୁ ଦୃଷ୍ଟିରେ ରଖି ପୁଲିସର ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଖୋଜାଖୋଜି ପ୍ରକ୍ରିୟା ଜାରି ରହିଛି। ସନ୍ଦିଗ୍ଧ ସ୍ଥାନଗୁଡ଼ିକର ସିସିଟିଭି ଫୁଟେଜ୍ ଯାଞ୍ଚ କରାଯିବା ସହ ଜବତ ମୋବାଇଲ୍‌କୁ ଫୋରେନ୍‌ସିକ୍ ତଦନ୍ତ ପାଇଁ ପଠାଯାଇଛି। ସାଗର କେଉଁ ପରିସ୍ଥିତିରେ ଏବଂ କୁଆଡ଼େ ଗଲେ ସେ ନେଇ ତାଙ୍କ ସାଙ୍ଗସାଥୀ ଓ ସହପାଠୀମାନଙ୍କୁ ପଚରାଉଚୁରା କରାଯାଉଛି। ତଦନ୍ତ ଶେଷ ହେବା ପରେ ବିସ୍ତୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ଡାକ୍ତରୀ ଛାତ୍ର ନିଖୋଜ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ନିଜର ସର୍ବବୃହତ ଜୁଏଲାରୀ ଶୋ’ରୁମ ଉଦ୍‌ଘାଟନ କଲା କିସ୍‌ନା

October 17, 2026

BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍

October 17, 2026

ଅଭିଜିତ ଦୀପକେ ମୁକ୍ତ: ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ SEM କୋର୍ଟ

October 17, 2026

ବେଆଇନ ନିର୍ମାଣ ଅଭିଯୋଗରେ ଅଜୟ ଦେବଗନ୍‌ଙ୍କ ବଙ୍ଗଳାକୁ ଭାଙ୍ଗିଲା ବିଏମସି

October 17, 2026
Latest News

ଭୁବନେଶ୍ୱରରେ ନିଜର ସର୍ବବୃହତ ଜୁଏଲାରୀ ଶୋ’ରୁମ ଉଦ୍‌ଘାଟନ କଲା କିସ୍‌ନା

October 17, 2026

BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍

October 17, 2026

ଅଭିଜିତ ଦୀପକେ ମୁକ୍ତ: ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ SEM କୋର୍ଟ

October 17, 2026

ବେଆଇନ ନିର୍ମାଣ ଅଭିଯୋଗରେ ଅଜୟ ଦେବଗନ୍‌ଙ୍କ ବଙ୍ଗଳାକୁ ଭାଙ୍ଗିଲା ବିଏମସି

October 17, 2026

ବିସ୍କୁଟରେ ପଶୁ ଚାରା, କ୍ଷୀରରେ ଡିଟର୍ଜେଣ୍ଟ!: ୩ କମ୍ପାନୀ ବିରୋଧରେ FSSAIର ବଡ଼ କାର୍ଯ୍ୟାନୁଷ୍ଠାନ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.