Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା
ବିଶେଷ ଖବର

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସେମାନଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ଓଡ଼ିଶା ସରକାର ଏକ ବଡ଼ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦୧୫ର ପୁରୁଣା ନିୟମକୁ ସଂଶୋଧନ କରାଯାଇ ‘ଏକ୍ସ-ଗ୍ରାସିଆ ଗ୍ରାଣ୍ଟ ଫଣ୍ଡ’ର ନୂତନ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଏଣିକି ସ୍କୁଲ ଆସିବା-ଯିବା ବେଳେ କିମ୍ବା ସ୍କୁଲ ପରିସରରେ କୌଣସି ଦୁର୍ଘଟଣା ଘଟିଲେ ଛାତ୍ରଛାତ୍ରୀଙ୍କ ପରିବାରକୁ ସର୍ବାଧିକ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ପୂର୍ବରୁ ଏହି ଯୋଜନା କେବଳ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସୀମିତ ଥିଲା। ଏବେ ଶିଶୁ ବାଟିକାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ମାଇନିଂ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହାଦ୍ୱାରା ଉପକୃତ ହେବେ।

ସଡ଼କ ଦୁର୍ଘଟଣା, ସ୍କୁଲ କୋଠା ଭିତରେ ଅଘଟଣ, ମଧ୍ୟାହ୍ନ ଭୋଜନ ଜନିତ ଅସୁସ୍ଥତା (ଫୁଡ୍ ପଏଜନିଂ) କିମ୍ବା ସ୍କୁଲର କୌଣସି କାର୍ଯ୍ୟକଳାପ ସମୟରେ ମୃତ୍ୟୁ ବା ସ୍ଥାୟୀ ଭିନ୍ନକ୍ଷମତା ଦେଖାଦେଲେ ୨ ଲକ୍ଷ ଟଙ୍କା ମିଳିବ। ବଡ଼ ଦୁର୍ଘଟଣା କ୍ଷେତ୍ରରେ ଉନ୍ନତ ଚିକିତ୍ସା ପାଇଁ ଜିଲ୍ଲା ବାହାରକୁ ବା ବଡ଼ ମେଡିକାଲ କଲେଜକୁ ସ୍ଥାନାନ୍ତର ହେଲେ ଯାତାୟାତ ଓ ଆନୁସଙ୍ଗିକ ଖର୍ଚ୍ଚ ବାବଦକୁ ସର୍ବାଧିକ ୩୦,୦୦୦ ଟଙ୍କା ଦିଆଯିବ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୩ ଦିନରୁ ଅଧିକ ସମୟ ଚିକିତ୍ସିତ ହେଲେ ଯାତାୟାତ ଓ ଅନ୍ୟାନ୍ୟ ଖର୍ଚ୍ଚ ପାଇଁ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ମିଳିବ। ଆହତ ଛାତ୍ରଛାତ୍ରୀଙ୍କ ସମସ୍ତ ଚିକିତ୍ସା ସରକାରୀ ଡାକ୍ତରଖାନାରେ ସମ୍ପୂର୍ଣ୍ଣ ମାଗଣାରେ ହେବ, ଯାହାର ଖର୍ଚ୍ଚ ଆୟୁଷ୍ମାନ ଭାରତ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କିମ୍ବା ରେଡକ୍ରସ ପାଣ୍ଠିରୁ ବହନ କରାଯିବ।

ସହାୟତା ରାଶି ପ୍ରଦାନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ମା’ଙ୍କୁ ପ୍ରଥମ ପ୍ରାଥମିକତା ଦିଆଯିବ। ମା’ ନଥିଲେ ବାପା ଏବଂ ଉଭୟ ନଥିଲେ ଜିଲ୍ଲାପାଳଙ୍କ ଦ୍ୱାରା ଚିହ୍ନଟ ବୈଧ ଅଭିଭାବକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ଅଘଟଣ ପରେ ପ୍ରଧାନଶିକ୍ଷକ, BEO, DEO ଏବଂ ଜିଲ୍ଲାପାଳଙ୍କ ଅନୁମୋଦନ କ୍ରମେ ମାତ୍ର ୨୪ ଘଣ୍ଟା ମଧ୍ୟରେ ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସହାୟତା ରାଶି ପଠାଯିବ।

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026
Latest News

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.