Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ UAE ଗସ୍ତ: ୧୧ ତାରିଖରେ ପ୍ରବାସୀ ଓଡ଼ିଆଙ୍କୁ କରିବେ ସମ୍ୱୋଧନ
ବିଶେଷ ଖବର

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ UAE ଗସ୍ତ: ୧୧ ତାରିଖରେ ପ୍ରବାସୀ ଓଡ଼ିଆଙ୍କୁ କରିବେ ସମ୍ୱୋଧନ

September 8, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୋହନ ମାଝୀ
ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ UAE ଗସ୍ତ: ୧୧ ତାରିଖରେ ପ୍ରବାସୀ ଓଡ଼ିଆଙ୍କୁ କରିବେ ସମ୍ୱୋଧନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ ଯାଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ। ଏହାସହିତ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରି ଓଡ଼ିଶାର ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିବା ସହିତ ଓଡ଼ିଶା ଏବଂ UAE ମଧ୍ୟରେ ବାଣିଜ୍ୟିକ ଓ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆହ୍ୱାନ ଦେବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ପ୍ରଥମେ ନୂଆଦିଲ୍ଲୀ ଯାଇ ସେଠାରୁ ଆବୁଧାବି ଯିବେ। ୯ ତାରିଖ ଦିନ ଇଣ୍ଟରନ୍ୟାସନାଲ ହୋଲ୍‌ଡିଂ କମ୍ପାନୀ (IHC), ଇଣ୍ଡିଆନ ବିଜନେସ ଆଣ୍ଡ ପ୍ରଫେସନାଲ ଗ୍ରୁପ୍, ପେଟ୍ରୋ କେମିକାଲ କ୍ଷେତ୍ରର ବୋରଗ୍ (Borouge) କମ୍ପାନୀ ଆଦି ବିଶ୍ୱସ୍ତରୀୟ କମ୍ପାନୀର ପ୍ରମୁଖ ନେତୃତ୍ୱ ଏବଂ ଅଧିକାରୀମାନଙ୍କ ସହିତ ଆଲୋଚନା କରିବେ । ସେଦିନ ସନ୍ଧ୍ୟାରେ ଦୁବାଇରେ ‘One District One Product’ କାର୍ଯ୍ୟକ୍ରମ ଅଧୀନରେ ଉତ୍ପାଦିତ ଓଡ଼ିଶାର ବିଭିନ୍ନ ଦ୍ରବ୍ୟର ଏକ ପ୍ରଦର୍ଶନୀ ଉଦ୍‌ଘାଟିତ ହେବାର କାର୍ଯ୍ୟକ୍ରମ ରହିଛି।

୧୦ ତାରିଖ ଦିନ UAE ର ଅର୍ଥନୀତି ତଥା ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନ୍‌ସିଲ ଅଫ୍ ଇଣ୍ଟରନ୍ୟାସନାଲ ଇନ୍‌ଭେଷ୍ଟମେଣ୍ଟସ’ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍ ତକ୍ ଅଲ୍ ମାରିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହିତ ଇଣ୍ଡିଆନ ବିଜନେସ ଆଣ୍ଡ ପ୍ରଫେସନାଲ କାଉନସିଲ, ଏମିରେଟ୍ସ ଗ୍ଲୋବାଲ ଆଲୁମିନିଅମ୍‌ର ପ୍ରମୁଖ ନେତୃତ୍ୱମାନଙ୍କ ସହିତ ଆଲୋଚନା କରିବେ। ମିଡିଲ ଇଷ୍ଟ ରିସାଇକ୍ଲିଙ୍ଗ୍ ଆସୋସିଏସନ୍ ସହିତ ରାଉଣ୍ଡ ଟେବୁଲ ବୈଠକ, ଓଡ଼ିଶା ବିଜନେସ ଡେଲିଗେସନ୍ ସହିତ ଆଲୋଚନା ଆଦି କାର୍ଯ୍ୟକ୍ରମ ମଧ୍ୟ ରହିଛି।

୧୧ ତାରିଖ ଦିନ ଦୁବାଇରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍’ରେ ଉଦ୍ୟୋଗପତି ଓ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସମ୍ପର୍କରେ ଆଲୋଚନା କରିବେ। ଏହାସହିତ ପ୍ରବାସୀ ଓଡ଼ିଆ ମାନଙ୍କ ସହିତ ମଧ୍ୟ ଏକ ବ୍ୟାପକ ମତବିନିମୟ କାର୍ଯ୍ୟକ୍ରମ ରହିଛି। ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବେ।

ସୂଚନାଯୋଗ୍ୟ ଯେ, ଓଡ଼ିଶାକୁ ଶିଳ୍ପ କ୍ଷେତ୍ରରେ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିରନ୍ତର ଉଦ୍ୟମ ଜାରି ରହିଛି। ପୂର୍ବରୁ ସେ ଦେଶର ବିଭିନ୍ନ ରାଜ୍ୟକୁ ଗସ୍ତ କରି ନିବେଶକମାନଙ୍କୁ ଓଡ଼ିଶାରେ ନିବେଶ ପାଇଁ ପ୍ରୋତ୍ସାହିତ କରିଛନ୍ତି। ସିଙ୍ଗାପୁର ଯାଇ ମଧ୍ୟ ସେଠାରେ ନିବେଶକମାନଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ଯୋଗୁଁ ଓଡ଼ିଶାକୁ ବ୍ୟାପକ ନିବେଶ ଆସୁଛି ଏବଂ ଓଡ଼ିଶାର ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହେଉଛି। ସଂଯୁକ୍ତ ଆରବ ଏମିରେଟ୍ସକୁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ରାଜ୍ୟ ପାଇଁ ପୁଞ୍ଜି ନିବେଶ କ୍ଷେତ୍ରରେ ଏକ ମାଇଲଷ୍ଟୋନ ହେବ ବୋଲି ଆଶା କରାଯାଉଛି।

ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଗସ୍ତ କରୁଛନ୍ତି।

ପୁଞ୍ଜି ଆକର୍ଷଣ ପ୍ରବାସୀ ଓଡିଆ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ UAE ଗସ୍ତ ମୋହନ ଚରଣ ମାଝୀ ସଂଯୁକ୍ତ ଆରବ ଏମିରେଟ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026
Latest News

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.