Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ବିଶେଷ ଖବର

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ଏ ସହର ଆମର ଏବଂ ଏହାର ସ୍ୱଚ୍ଛତାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ବର୍ତ୍ତମାନ ଦେଶର ସ୍ୱଚ୍ଛତା Ranking ରେ ଭୁବନେଶ୍ୱର ନବମ ସ୍ଥାନରେ ରହିଛି। ଯଦି ଆମେ ସମସ୍ତେ ବ୍ୟକ୍ତିଗତ ଭାବେ ନିଜ ନିଜର ଦାୟିତ୍ୱ ସଠିକ୍ ଭାବେ ତୁଲାଇବା, ତେବେ ଆମ ସହର ଦେଶର ସବୁଠାରୁ ସ୍ୱଚ୍ଛ ଓ ସୁନ୍ଦର ହୋଇ ପ୍ରଥମ ସ୍ଥାନ ହାସଲ କରିବ।

ଆଜି ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଖଣ୍ଡଗିରିଠାରେ ଆୟୋଜିତ ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହା କହିଛନ୍ତି।

ସହରର ସ୍ୱଚ୍ଛତା ପାଇଁ ପ୍ରତ୍ୟେକ ନାଗରିକଙ୍କୁ ସଚେତନ ହେବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ଯେପରି ନିଜ ଘର, ବାଡ଼ି, ଦାଣ୍ଡ ଓ ଅଗଣା ସଫା ରଖୁଛୁ, ସେହିପରି ଆମ ଦୃଷ୍ଟିକୋଣକୁ ଆଉ ଟିକିଏ ପ୍ରସାରିତ କରିବା ଆବଶ୍ୟକ। ଘର ଆଗ ରାସ୍ତା ଓ ନିଜ କଲୋନୀକୁ ସଫା ରଖିବାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ସଫେଇ କର୍ମଚାରୀମାନଙ୍କ କାର୍ଯ୍ୟରେ ଯୋଡ଼ିହୋଇ ଘରର ଓଦା ଓ ଶୁଖିଲା ଆବର୍ଜନାକୁ ଅଲଗା କରି ନିୟମିତ ସଫେଇ ଗାଡ଼ିକୁ ଦେବା ଏବଂ ରାସ୍ତାରେ ଅଳିଆ ନ ଫିଙ୍ଗି ଅନ୍ୟମାନଙ୍କୁ ମଧ୍ୟ ବାରଣ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଦେଶର ସ୍ୱାଧୀନତା ପୂର୍ବରୁ ମହାତ୍ମା ଗାନ୍ଧୀ ସ୍ୱଚ୍ଛତା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଥିଲେ। ମାତ୍ର ୨୦୧୪ ମସିହାରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗାନ୍ଧୀଜୀଙ୍କ ଏହି ସ୍ୱପ୍ନର ସଫଳ ରୂପାୟନ କରି ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ମାଧ୍ୟମରେ ଏହାକୁ ଏକ ବ୍ୟାପକ ଜନ ଆନ୍ଦୋଳନରେ ପରିଣତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି ଯେ, ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ଆଜିର ଏହି ସ୍ୱତନ୍ତ୍ର ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ କାର୍ଯ୍ୟକ୍ରମ ସମଗ୍ର ସମାଜକୁ ସ୍ୱଚ୍ଛତା ସହିତ ଯୋଡ଼ିବାର ଏକ ଅଭିନବ ଓ ପ୍ରଶଂସନୀୟ ଉଦ୍ୟମ। ଆମର ପ୍ରିୟ ଭୁବନେଶ୍ୱର ସହର ପୂର୍ବ ଅପେକ୍ଷା ଅଧିକ ସ୍ୱଚ୍ଛ ଓ ସୁନ୍ଦର ହୋଇପାରିଥିବାରୁ, ଏହାର ଶ୍ରେୟ ସଫେଇ ମିତ୍ରମାନଙ୍କୁ ଦେବା ସହ ସେମାନଙ୍କ ନିରବଚ୍ଛିନ୍ନ ସେବା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ସେ ସଫେଇ ମିତ୍ରମାନଙ୍କ ସାମାଜିକ ସୁରକ୍ଷା ଓ ସେମାନଙ୍କୁ ବାସଗୃହ ଯୋଗାଇଦେବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି ବୋଲି ପ୍ରକାଶ କରିଛନ୍ତି।

ଏହାସହ ଦେଶର ୫୦ଟି ‘ମଡେଲ ସାନିଟେସନ ସିଟି’ ଭାବେ ବିକଶିତ ହେବା ପାଇଁ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଭୁବନେଶ୍ୱର ଓ ପୁରୀ ମନୋନୀତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଉଭୟ ମହାନଗର ନିଗମର କର୍ତ୍ତୃପକ୍ଷ, ଅଧିକାରୀ ଏବଂ ବିଶେଷ ଭାବେ ସଫେଇ ମିତ୍ରମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଏକାମ୍ର ବିଧାୟକବାବୁ ସିଂ, ବିଏମସି ମେୟର ସୁଲୋଚନା ଦାସ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ଜଗନ୍ନାଥ ପ୍ରଧାନ, ବିଏମସି କମିଶନର ଚଞ୍ଚଲ ରାଣା, କର୍ପୋରେଟର, ବିଏମସି କର୍ମଚାରୀ ସମେତ ସଫେଇ ମିତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ନମ୍ବର ୱାନ୍ ସ୍ୱଚ୍ଛ ସହର ଭୁବନେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ମୋହନ ଚରଣ ମାଝୀ ସ୍ୱଚ୍ଛତା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026
Latest News

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.