Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ
ବିଶେଷ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Major decision by the State Government: Teachers of the 2023-24 batch to be regularized.
Major decision by the State Government: Teachers of the 2023-24 batch to be regularized.

ଭୁବନେଶ୍ବର: ଓଡ଼ିଶାର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଓ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ୨୦୨୩-୨୪ ଶିକ୍ଷାବର୍ଷରେ ନିୟୋଜିତ ହୋଇଥିବା ସମସ୍ତ କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରଙ୍କ ଏହି ଐତିହାସିକ ନିଷ୍ପତ୍ତି ଫଳରେ ରାଜ୍ୟର ହଜାର ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଉପକୃତ ହେବା ସହ ସେମାନଙ୍କର ଦୀର୍ଘଦିନର ଆଶା ପୂରଣ ହୋଇପାରିଛି।

ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ନିର୍ଦ୍ଧାରିତ ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ୨୦୨୩-୨୪ ବର୍ଷରେ କାର୍ଯ୍ୟରେ ଯୋଗଦେଇ ନିରବଚ୍ଛିନ୍ନ ଭାବେ ସେବା ଯୋଗାଇ ଆସୁଥିବା କନିଷ୍ଠ ଶିକ୍ଷକମାନଙ୍କୁ ପ୍ରାଥମିକ ଶିକ୍ଷକ କ୍ୟାଡରର ପଞ୍ଚମ-କ ସ୍ତରରେ ସହକାରୀ ଶିକ୍ଷକ ଭାବେ ନିୟମିତ କରାଯାଇଛି। ଏହି ନିୟମିତୀକରଣ ୨୦୨୬ ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ କାର୍ଯ୍ୟକାରୀ ହେବ ବୋଲି ସ୍ପଷ୍ଟ କରାଯାଇଛି। ନିର୍ଦ୍ଧାରିତ ଶର୍ତ୍ତାବଳୀ ପୂରଣ କରୁଥିବା ଶିକ୍ଷକମାନେ ହିଁ ଏହି ସୁବିଧା ପାଇବାକୁ ଯୋଗ୍ୟ ବିବେଚିତ ହେବେ।

ଏହି ନୂତନ ନିୟମ ଅନୁସାରେ ନିୟମିତ ହୋଇଥିବା ଶିକ୍ଷକମାନେ ୨୦୨୬ ଜାନୁଆରୀ ୧ ତାରିଖରୁ ସହକାରୀ ଶିକ୍ଷକ ପଦବୀ ଅନୁଯାୟୀ ନିୟମିତ ଦରମା ଏବଂ ସରକାରଙ୍କ ଅନ୍ୟାନ୍ୟ ସମସ୍ତ ପ୍ରାପ୍ୟ ଓ ସେବା ସମ୍ବନ୍ଧୀୟ ସୁବିଧା ସୁଯୋଗ ପାଇବା ପାଇଁ ହକଦାର ହେବେ। ତେବେ ସେମାନଙ୍କର ପ୍ରାରମ୍ଭିକ ଯୋଗଦାନ ତାରିଖରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକାଳକୁ ଚୁକ୍ତିଭିତ୍ତିକ ବା ଯୋଜନାଭିତ୍ତିକ ସେବା ଭାବେ ଗ୍ରହଣ କରାଯିବ ଏବଂ ଏହି ଅବଧି ପାଇଁ କୌଣସି ନିୟମିତ କ୍ୟାଡର ବରିଷ୍ଠତା କିମ୍ବା ଆନୁଷଙ୍ଗିକ ନିୟମିତ ସେବା ସୁବିଧା ଦାବି କରାଯାଇପାରିବ ନାହିଁ।

ରାଜ୍ୟ ସରକାରଙ୍କ ଏହି ସଂସ୍କାରମୂଳକ ପଦକ୍ଷେପ ଫଳରେ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ବ୍ୟବସ୍ଥା ଅଧିକ ସୁଦୃଢ଼ ହେବା ସହ ଶିକ୍ଷକମାନଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇବ। ରାଜ୍ୟପାଳଙ୍କ ଆଦେଶକ୍ରମେ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବଙ୍କ ଦ୍ୱାରା ଏହି ବିଜ୍ଞପ୍ତି ଜାରି କରାଯାଇଛି ଏବଂ ଏହାକୁ ଓଡ଼ିଶା ଗେଜେଟରେ ପ୍ରକାଶ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ଏହି ନିଷ୍ପତ୍ତିକୁ ଶିକ୍ଷକ ସଂଘ ଓ ଶିକ୍ଷାବିତ୍‌ମାନେ ସାଧୁବାଦ ଜଣାଇଛନ୍ତି।

କନିଷ୍ଠ ଶିକ୍ଷକ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ମହାନଦୀ ଜଳବଣ୍ଟନ ପାଇଁ ବୈଠକ: ଓଡ଼ିଶାର ଅଧିକାର ପାଇଁ ଦାବି ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

October 2, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ

October 1, 2026

ଇରମ ପଞ୍ଚାୟତ ପିଇଓ ଚିନ୍ମୟୀ ପଣ୍ଡା ନିଲମ୍ବିତ

October 1, 2026

ସୁନ୍ଦରଗଡ଼ରେ କାର୍‌ ଭିତରୁ ଯୁବକଙ୍କ ମୃତଦେହ, ହତ୍ୟା ଅଭିଯୋଗରେ ଥାନା ଘେରାଉ

October 1, 2026
Latest News

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026

TMCରେ ସଙ୍କଟ ମଧ୍ୟରେ ଅଧୀରଙ୍କ ବଡ଼ ବୟାନ, ମମତାଙ୍କୁ କଂଗ୍ରେସକୁ ଫେରିବାକୁ ଆହ୍ୱାନ

October 2, 2026

ମହାନଦୀ ଜଳବଣ୍ଟନ ପାଇଁ ବୈଠକ: ଓଡ଼ିଶାର ଅଧିକାର ପାଇଁ ଦାବି ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

October 2, 2026

ହେମନ୍ତ ସୋରେନଙ୍କୁ ₹୧୦ ହଜାର ଜରିମାନା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.