Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ
ବିଶେଷ ଖବର

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Maa Majhighariani is granting darshan in the 'Suna Besha' (golden attire).
Maa Majhighariani is granting darshan in the 'Suna Besha' (golden attire).

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଅକ୍ଟୋବର ୧୩ରେ ଏହା ଲଘୁଚାପ ରୂପ ନେଇପାରେ। ଏହାର ପ୍ରଭାବରେ ଆସନ୍ତା ୧୬ରୁ ୧୮ ତାରିଖ ମଧ୍ୟରେ ଓଡ଼ିଶାର ଉପକୂଳ ଓ ସଂଲଗ୍ନ ଆଭ୍ୟନ୍ତରୀଣ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାତ୍ୟା ଆଶଙ୍କା ନଥିବା ପାଣିପାଗ ବିଭାଗ କହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ମୌସୁମୀ ଅପସାରଣ ପ୍ରକ୍ରିୟା ଓ ଉତ୍ତର-ପୂର୍ବ ମୌସୁମୀର ସକ୍ରିୟତା ମଧ୍ୟରେ ଏହି ପାଣିପାଗ ପ୍ରଣାଳୀ ସୃଷ୍ଟି ହେବାକୁ ଯାଉଛି। ସାମୁଦ୍ରିକ ଓ ବାୟୁ ମଣ୍ଡଳୀୟ ପରିସ୍ଥିତି ଅଧିକ ଅନୁକୂଳ ନଥିବାରୁ ଏହା ଲଘୁଚାପ କିମ୍ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ମଧ୍ୟରେ ସୀମିତ ରହିପାରେ। ତେଣୁ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା କମ୍ ସହ ଓଡ଼ିଶା ଉପରେ ବାତ୍ୟା ଆଶଙ୍କା ନାହିଁ। କିନ୍ତୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷାର ପ୍ରଭାବ ଅପେକ୍ଷାକୃତ ଅଧିକ ରହିପାରେ। ବିଶେଷ କରି ଅକ୍ଟୋବର ୧୭ ଓ ୧୮ ତାରିଖରେ କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାରେ ତୁଳନାତ୍ମକ ଭାବେ ବଡ଼ ଧରଣର ବର୍ଷାର ସମ୍ଭାବନା କମ୍ ଥିବାବେଳେ ଦଶହରା ସମୟରେ ପାଗ ଅପେକ୍ଷାକୃତ ଶୁଖିଲା ରହିବାର ସମ୍ଭାବନା ଅଧିକ। ଆସନ୍ତା ୧୩ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ଥିଲେ ସୁଦ୍ଧା ଅବପାତ ନେଇ ଚିତ୍ର ଅସ୍ପଷ୍ଟ ରହିଛି।

ଘୂର୍ଣ୍ଣିବଳୟ ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପ-ପୁଅ ମୃତ

November 1, 2026

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026

ଆରମ୍ଭ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ ମୃତ୍ତିକା ’- ୨୦୨୬

November 1, 2026
Latest News

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026

ଅଷ୍ଟ୍ରେଲିଆର ପରାଜୟ ପରେ ବଦଳିଲା ସମୀକରଣ: କେମିତି WTC ଫାଇନାଲରେ ଯିବ ଟିମ୍ ଇଣ୍ଡିଆ?

November 1, 2026

ଜର୍ମାନୀରେ ଜେନ-ଜି ଆନ୍ଦୋଳନ ଉଗ୍ର: ୩୪ ସହରରେ ବ୍ୟାପକ ହିଂସା

November 1, 2026

ବଡ଼ କ୍ଷତିରେ ତୈଳ କମ୍ପାନୀ: ୩୭୦ ଟଙ୍କା ମହଙ୍ଗା ହେବ LPG ସିଲିଣ୍ଡର!

November 1, 2026

ଡବଲ ଇଞ୍ଜିନ, ଡବଲ ଶୂନ: ଯୋଗୀଙ୍କୁ ଅଖିଳେଶଙ୍କ କଟାକ୍ଷ

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.