Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
President and PM to visit Odisha
President and PM to visit Odisha

ଭୁବନେଶ୍ୱର: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଆଗାମୀ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସି ଖୋର୍ଦ୍ଧା ନିକଟସ୍ଥ ଭାରତୀୟ ରିଜର୍ଭ ବ୍ୟାଙ୍କର ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥାର ଶୁଭ ଉଦ୍‌ଘାଟନ କରି ପ୍ରତ୍ୟାବର୍ତ୍ତନ କରିବେ। ମୋଦୀ ୨୫ ଅକ୍ଟୋବର ଅପରାହ୍ଣରେ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖୋର୍ଦ୍ଧା ହେଲିପ୍ୟାଡ୍‌ରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଭାରତୀୟ ରିଜର୍ଭ ବ୍ୟାଙ୍କ, ଖୋର୍ଦ୍ଧା ଠାରେ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚି ଆର୍‌ବିଆଇର ଗ୍ରୀନ୍ ଫିଲ୍ଡ ଡାଟା ସେଣ୍ଟର ଓ ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦ୍‌ଘାଟନ କରିବେ। ସେଠାରେ ମୋଦୀଙ୍କ ପ୍ରାୟ ୧ ଘଣ୍ଟା କାର୍ଯ୍ୟକ୍ରମ ରହିଛି। ଏହା ପରେ ସେ ସଡ଼କ ପଥରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସନ୍ଧ୍ୟାରେ ପ୍ରତ୍ୟାବର୍ତ୍ତନ କରିବେ।
ସେହିପରି ରାଷ୍ଟପତି ଶ୍ରୀମତୀ ମୁର୍ମୁ ଅକ୍ଟୋବର ୨୮ ତାରିଖ ପୂର୍ବାହ୍ନରେ ପହଞ୍ଚି ଦାଣ୍ଡବୋଶ ଏୟାର ପୋର୍ଟରୁ ସଡ଼କ ପଥରେ ଯାଇ ମୟୂରଭଞ୍ଜ ଜିଲ୍ଲା ବହଳଦା ସ୍ଥିତ ମା’ କୀଚକେଶ୍ୱରୀ ମନ୍ଦିର ପରିଦର୍ଶନ କରି ସେଠାରେ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ପରେ ପରେ ସେ ରାଇରଙ୍ଗପୁର ମହୁଲଡିହା ସ୍ଥିତ ଲକ୍ଷ୍ମୀ ମଣ୍ଡପରେ ପହଞ୍ଚି ପୂଜାର୍ଚ୍ଚନା କରିବେ। ସେଦିନ ଅପରାହ୍ଣରେ ରାଷ୍ଟ୍ରପତି ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଅକ୍ଟୋବର ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଇରଙ୍ଗପୁରଠାରେ ଅନୁଷ୍ଠିତ ମେଗା ସ୍ୱାସ୍ଥ୍ୟ ଶିବିରରେ ଯୋଗଦେଇଥିବା ଅଧିକାରୀ, ଷ୍ଟାଫ୍ ଓ ହିତାଧିକାରୀଙ୍କୁ ସାକ୍ଷାତ କରିବେ। ୨୮ ତାରିଖ ଅପରାହ୍ଣରେ କଚେରୀ ରୋଡ୍‌, ରାଇରଙ୍ଗପୁରରେ ରାଷ୍ଟ୍ରପତି ଏକ ଜନ ସମାବେଶରେ ଯୋଗଦେଇ ଆଭାସୀ ମାଧ୍ୟମରେ ଆଇଆଇଏଫ୍‌ଏମ୍ (ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫରେଷ୍ଟ ମ୍ୟାନେଜମେଣ୍ଟ) କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଆହୁରି ମଧ୍ୟ ସେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ଅଧିନରେ ମଞ୍ଜୁରୀ ହୋଇଥିବା ‘ପ୍ରସାଦ’ ଯୋଜନାରେ ମା’ କୀଚକେଶ୍ୱରୀ ମନ୍ଦିର, ଖିଚିଂର ପୁନରୁଦ୍ଧାର ଓ ଉନ୍ନତିକରଣ ପାଇଁ ଶିଳାନ୍ୟାସ କରିବେ। ୨୮ ତାରିଖରେ ରାଷ୍ଟ୍ରପତି ମଧ୍ୟ ନବନିର୍ମିତ ରାଇରଙ୍ଗପୁର ଓ ବାଦାମ ପାହାଡ଼ ‘ଅମୃତ ଭାରତ’ ରେଲୱେ ଷ୍ଟେସନର ଉଦ୍‌ଘାଟନ କରିବା ସହିତ ରାଇରଙ୍ଗପୁର ଠାରେ ଗୋଶାଳା ଏବଂ ଆଦିବାସୀ ସାମାଜିକ ଶିକ୍ଷା ଓ ସାଂସ୍କୃତିକ ସଂଘ କୋଠାର ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ୨୯ ତାରିଖ ସକାଳେ ରାଷ୍ଟ୍ରପତି ସ୍ପୋର୍ଟସ କମ୍ପେ୍ଲକ୍ସ, ରାଇରଙ୍ଗପୁର, ବହୁମୁଖୀ-ଦକ୍ଷତା ବିକାଶ କେନ୍ଦ୍ର ଏବଂ ଗୋରୁ ମହିଷାଣୀ ଇଷ୍ପାତ କଲେଜ ପରିଦର୍ଶନ କରିବେ। ପରେ ପରେ ରାଇରଙ୍ଗପୁର ଟାଉନହଲ୍ ଠାରେ ସ୍ୱାସ୍ଥ୍ୟ ବିଭାଗ ସମ୍ପର୍କିତ ଆଲୋଚନା, ସଭା ଓ ସଚେତନତାମୂଳକ କାର୍ଯ୍ୟକ୍ରମରେ ଯୋଗଦେଇ ସେଦିନ ଅପରାହ୍ଣରେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।
ତେବେ ଉଭୟ ପ୍ରେସିଡେଣ୍ଡ ଓ ପିଏମ୍‌ଙ୍କ ଓଡ଼ିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୁରକ୍ଷା ସମୀକ୍ଷା କରିଛନ୍ତି। ଏନେଇ ଶ୍ରୀମତୀ ଗର୍ଗଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂଙ୍କ ସମେତ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ, ରାଜ୍ୟ ପୁଲିସ୍ ମହା ନିର୍ଦ୍ଦେଶକ, ଭାରତୀୟ ରିଜର୍ଭ ବ୍ୟାଙ୍କର ପଦାଧିକାରୀ, ସମ୍ପୃକ୍ତ ବିଭିନ୍ନ ସଂସ୍ଥାର କର୍ତ୍ତୃପକ୍ଷମାନେ ଉପସ୍ଥିତ ଥିଲେ। ଖୋର୍ଦ୍ଧା ଜିଲ୍ଲାପାଳ ବୈଠକରେ ଉପସ୍ଥିତ ଥିବା ବେଳେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ, ମୟୂରଭଞ୍ଜ ଜିଲ୍ଲାପାଳ ଏବଂ ଏସପି ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ। ଗୃହ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀ ସମ୍ପର୍କରେ ବିସ୍ତୃତ ଉପସ୍ଥାପନ କରିଥିଲେ। ସମସ୍ତ ସଚିବ ଓ ଅଧିକାରୀମାନଙ୍କୁ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀର ପ୍ରତ୍ୟେକ କାର୍ଯ୍ୟକୁ ନିର୍ଭୁଲ ଭାବେ ପରିଚାଳନା, ବ୍ୟକ୍ତିଗତ ଭାବେ ତଦାରଖ, ଅନୁଧ୍ୟାନ ଓ ପ୍ରସ୍ତୁତି କରିବାକୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜ୍ୟ ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ ବୋଲି ବୈଠକରେ ସୂଚନା ଦିଆଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026

ଚିଲିକା-ବାଲୁଗାଁ ରୋଟାରୀ କ୍ଲବ ପକ୍ଷରୁ ରାଷ୍ଟ୍ର ନିର୍ମାତା ପୁରସ୍କାର ପ୍ରଦାନ ସମାରୋହ

October 17, 2026
Latest News

ଗିଲଙ୍କ ସ୍ଥାନରେ ଶ୍ରେୟସ ହେବେ ଭାରତର ଏକଦିବସୀୟ ଅଧିନାୟକ: ଇଶାନ ହେଲେ ଉପ-ଅଧିନାୟକ

October 17, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.