Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ବ୍ୟାପକ ପ୍ରସ୍ତୁତି: ସୁରକ୍ଷା ଦାୟିତ୍ୱରେ ୫୦ ପ୍ଲାଟୁନ୍‌ ପୁଲିସ ଫୋର୍ସ
ବିଶେଷ ଖବର

ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ବ୍ୟାପକ ପ୍ରସ୍ତୁତି: ସୁରକ୍ଷା ଦାୟିତ୍ୱରେ ୫୦ ପ୍ଲାଟୁନ୍‌ ପୁଲିସ ଫୋର୍ସ

November 16, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Extensive preparations at Srimandir for Panchuka: 50 platoons of police force deployed for security

ପୁରୀ: ଆସନ୍ତା ୨୧ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବାକୁ ଯାଉଛି ପବିତ୍ର ପଞ୍ଚୁକ ବ୍ରତ । ଚଳିତ ବର୍ଷ ଚାରି ଦିନ ଧରି ମହାପ୍ରଭୁଙ୍କ ଦୁର୍ଲଭ ବେଶ ଦର୍ଶନ ପାଇଁ ରାଜ୍ୟ ତଥା ଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ଅଭୂତପୂର୍ବ ସମାଗମ ହେବାର ଆଶା କରାଯାଉଛି । ଏହି ସମୟରେ ଭକ୍ତମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୋଇ ଶୃଙ୍ଖଳିତ ଏବଂ ଶାନ୍ତିପୂର୍ଣ୍ଣ ଭାବରେ ଶ୍ରୀଜିଉଙ୍କ ଦର୍ଶନ ଲାଭ କରିପାରିବେ, ସେଥିପାଇଁ ପ୍ରଶାସନ ଏବଂ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯିବା ସହିତ ଟ୍ରାଫିକ ଏବଂ ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରାୟ ୫୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ।

ପଞ୍ଚୁକର ଏହି ୪ ଦିନ ମଧ୍ୟରେ ଶ୍ରୀମନ୍ଦିରରେ ପ୍ରବେଶ ଏବଂ ପ୍ରସ୍ଥାନ ପାଇଁ ସ୍ୱତନ୍ତ୍ର ନିୟମାବଳୀ ପ୍ରଣୟନ କରାଯାଇଛି । ଶ୍ରଦ୍ଧାଳୁମାନେ ବଡ଼ଦାଣ୍ଡରେ କରାଯାଇଥିବା ସ୍ୱତନ୍ତ୍ର ବ୍ୟାରିକେଡ୍ ଦେଇ ସିଂହଦ୍ୱାର ନିକଟରେ ପହଞ୍ଚିବେ ଏବଂ କେବଳ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିବେ । ଏହାପରେ ବାଇଶି ପାହାଚ ଦେଇ ଗର୍ଭଗୃହକୁ ଯାଇ ରତ୍ନସିଂହାସନରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବେ । ଦର୍ଶନ ସମ୍ପୂର୍ଣ୍ଣ ହେବା ପରେ ଭକ୍ତମାନେ ଉତ୍ତର, ପଶ୍ଚିମ ଏବଂ ଦକ୍ଷିଣ ଦ୍ୱାର ଦେଇ ବାହାରକୁ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ମନ୍ଦିର ପରିସରରେ ଯେପରି କୌଣସି ପ୍ରକାରର ଅଧିକ ଭିଡ଼ କିମ୍ବା ଚାପ ସୃଷ୍ଟି ନ ହୁଏ, ସେଥିପାଇଁ ସ୍ୱତନ୍ତ୍ର କ୍ଲିୟରାନ୍ସ ଟିମ୍ ମୁତୟନ ରହିବେ ଯିଏକି କ୍ରମାଗତ ଭାବେ ଭିଡ଼କୁ ନିୟନ୍ତ୍ରଣ କରିବେ ।

ରବିବାର ଦିନ କେନ୍ଦ୍ରାଞ୍ଚଳ ଆଇଜି ଏବଂ ଏସ୍‌ପିଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀମାନେ ବଡ଼ଦାଣ୍ଡ, ସିଂହଦ୍ୱାର ଏବଂ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ସ୍ଥିତିକୁ ସୁକ୍ଷ୍ମ ଭାବରେ ଅନୁଧ୍ୟାନ କରିଛନ୍ତି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ନିରାପଦ ଦର୍ଶନକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଛି । ପଞ୍ଚୁକ ସମୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି । ପୁରୀର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ପୁଲିସ କର୍ମଚାରୀମାନେ ନିୟୋଜିତ ରହିବେ । ସମସ୍ତଙ୍କର ମିଳିତ ପ୍ରୟାସ ଏବଂ ସହଯୋଗ ଦ୍ୱାରା ଏହି ମହାନ ପର୍ବକୁ ଶୃଙ୍ଖଳିତ ଭାବରେ ସମ୍ପନ୍ନ କରାଯିବ ବୋଲି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।

ପଞ୍ଚୁକ ବ୍ରତ ପୁଲିସ ଫୋର୍ସ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ନେହେରୁ ସେବା ସଂଘରେ ଭଗବାନ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ପାଳିତ

November 16, 2026

ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ବିଜେଡିର ବୟକଟ୍

November 16, 2026

ଘର ଭିତରକୁ ପଶିଗଲା କାର୍‌, ଅଳ୍ପକେ ବର୍ତ୍ତିଲେ ୪ ଜଣ

November 16, 2026

ବାସହୀନଙ୍କ ପାଇଁ ବଡ଼ ଖବର: ଆୟସୀମା ବଢ଼ାଇଲେ ସରକାର, ଏବେ ମିଳିବ ୪ ଡେସିମିଲ ମାଗଣା ଜମି

November 16, 2026
Latest News

ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ବ୍ୟାପକ ପ୍ରସ୍ତୁତି: ସୁରକ୍ଷା ଦାୟିତ୍ୱରେ ୫୦ ପ୍ଲାଟୁନ୍‌ ପୁଲିସ ଫୋର୍ସ

November 16, 2026

ନେହେରୁ ସେବା ସଂଘରେ ଭଗବାନ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ପାଳିତ

November 16, 2026

ରାଧିକା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ମହିଳା ଓ ୧୬ ବର୍ଷୀୟ ବାଳକଙ୍କ ମୃତ୍ୟୁ

November 16, 2026

ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ବିଜେଡିର ବୟକଟ୍

November 16, 2026

ଘର ଭିତରକୁ ପଶିଗଲା କାର୍‌, ଅଳ୍ପକେ ବର୍ତ୍ତିଲେ ୪ ଜଣ

November 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.