Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାତ୍ୟା ଆଶ୍ରୟସ୍ଥଳରେ ସମୀକ୍ଷା କରି ଲୋକଙ୍କ ସହ ମଧ୍ୟାହ୍ନ ଭୋଜନ କଲେ ପୁରୀ ଜିଲ୍ଲାପାଳ ଓ ଏସପି
ବିଶେଷ ଖବର

ବାତ୍ୟା ଆଶ୍ରୟସ୍ଥଳରେ ସମୀକ୍ଷା କରି ଲୋକଙ୍କ ସହ ମଧ୍ୟାହ୍ନ ଭୋଜନ କଲେ ପୁରୀ ଜିଲ୍ଲାପାଳ ଓ ଏସପି

November 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ଆଶ୍ରୟସ୍ଥଳ
ବାତ୍ୟା ଆଶ୍ରୟସ୍ଥଳରେ ସମୀକ୍ଷା କରି ଲୋକଙ୍କ ସହ କଲେ ମଧ୍ୟାହ୍ନ ଭୋଜନ କଲେ ପୁରୀ ଜିଲ୍ଲାପାଳ ଓ ଏସପି

ପୁରୀ: ବାତ୍ୟା ମୁକାବିଲାରେ ତତ୍ପର ହୋଇ ଉଠିଛି ​ପୁରୀ ଜିଲ୍ଲା ପ୍ରଶାସନ। ଆଜି ବ୍ରହ୍ମଗିରିର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି ଜିଲ୍ଲାପାଳ ଓ ଏସପି। ଆଶ୍ରୟସ୍ଥଳୀରେ ଥିବା ଲୋକମାନଙ୍କ ସହ ସିଧା ଆଲୋଚନା କରି ସମସ୍ତ ସୁବିଧା ସୁଯୋଗର ତଦାରଖ କରିଛନ୍ତି। ଏଥିସହିତ ଜିଲ୍ଲାପାଳ ଓ ଅଧିକାରୀମାନେ ଆଶ୍ରିତ ଲୋକଙ୍କ ଗହଣରେ ବସି ମଧ୍ୟାହ୍ନ ଭୋଜନ ମଧ୍ୟ କରିଛନ୍ତି। 

ବାତ୍ୟା ମୁକାବିଲା ପ୍ରସ୍ତୁତି ଭାବେ ଜିଲ୍ଲା ପ୍ରଶାସନ ପୁରୀର ବିପଦସଙ୍କୁଳ ଅଞ୍ଚଳଗୁଡ଼ିକରୁ ଲୋକଙ୍କୁ ସ୍ଥାନାନ୍ତର କରିବାରେ ଲାଗିଛନ୍ତି। ଅଧିକାରୀମାନେ କ୍ଷେତ୍ରସ୍ତରୀୟ ଦଳ ସହ ମିଶି ଲୋକମାନଙ୍କୁ ନିରାପଦରେ ନିର୍ଦ୍ଦିଷ୍ଟ ବାତ୍ୟା ଆଶ୍ରୟସ୍ଥଳୀ ଏବଂ ଅନ୍ୟାନ୍ୟ ସୁରକ୍ଷିତ ସ୍ଥାନକୁ ପହଞ୍ଚାଉଛନ୍ତି। ଏହି ଆଶ୍ରୟସ୍ଥଳୀଗୁଡ଼ିକରେ ଖାଦ୍ୟ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ଏବଂ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଇଛି।

ତୁରନ୍ତ ସମନ୍ୱୟ ରକ୍ଷା କରିବା ଏବଂ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସମସ୍ତ ଅଧିକାରୀ ଓ କର୍ମଚାରୀ ସତର୍କ ଅଛନ୍ତି। ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ଜିଲ୍ଲା ଜରୁରକାଳୀନ ଅପରେସନ କେନ୍ଦ୍ର(DEOC ),ପୁରୀ -୦୬୭୫୨-୨୨୩୨୩୬ ନମ୍ବରକୁ ଯୋଗାଯୋଗ କରିବା ପାଇଁ ପରାମର୍ଶ ଦିଆଯାଇଛି।

ପୁରୀରେ ବାତ୍ୟା ଅକୱାନ ବିଶେଷ କ୍ଷତି କରିବାର ଆଶଙ୍କା ରହିଛି। ସମୁଦ୍ର କୂଳିଆ ସ୍ଥାନମାନଙ୍କରେ ବର୍ଷା ପାଣି ଜମି ରହି ବନ୍ୟା ପରି ସ୍ଥିତି ସୃଷ୍ଟି କରିପାରେ। ସେଥିପାଇଁ ପ୍ରଶାସନ ତରଫରୁ ଦିନରାତି ସଜାଗ ରହି ଲୋକଙ୍କୁ ସୁରକ୍ଷିତ ଆଶ୍ରୟ ସ୍ଥାନକୁ ନେବା ପାଇଁ ବନ୍ଦୋବସ୍ତ କରୁଛନ୍ତି।

cyclone Cyclone Akvan ବାତ୍ୟା ଆକବାନ ବାତ୍ୟା ଆକଭାନ୍ ବାତ୍ୟା ଆକୱାନ ବାତ୍ୟା ଆଶ୍ରୟସ୍ଥଳ
Share. Facebook Twitter LinkedIn Email WhatsApp Copy Link

Related Posts

ବାତ୍ୟା ‘ଅକୱାନ’ ପାଇଁ ଗଞ୍ଜାମରେ ବଡ଼ କଟକଣା: ବସ୍-ଟ୍ରକ୍ ଚଳାଚଳ ବନ୍ଦ, ଯାତ୍ରୀଙ୍କ ପାଇଁ ବଡ଼ ଖବର

November 19, 2026

ଆଦିବାସୀଙ୍କ ଜମି ଉପରେ କାହାର ଅଧିକାର? ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

November 19, 2026

ବାତ୍ୟା ‘‘ଅକୱାନ’ ମୁକାବିଲା: ଖୋର୍ଦ୍ଧା ଜିଲ୍ଲାରେ ପ୍ରାୟ ୨୦ ହଜାର ଲୋକ ସ୍ଥାନାନ୍ତରିତ

November 19, 2026

ବାତ୍ୟା ଆଶଙ୍କାରେ ଓଡ଼ିଶାର ୧୩ ଜିଲ୍ଲାରେ ସ୍କୁଲ ଛୁଟି, ୨୧ ତାରିଖ ଯାଏଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

November 19, 2026
Latest News

ବାତ୍ୟା ଆଶ୍ରୟସ୍ଥଳରେ ସମୀକ୍ଷା କରି ଲୋକଙ୍କ ସହ ମଧ୍ୟାହ୍ନ ଭୋଜନ କଲେ ପୁରୀ ଜିଲ୍ଲାପାଳ ଓ ଏସପି

November 19, 2026

ବାତ୍ୟା ‘ଅକୱାନ’ ପାଇଁ ଗଞ୍ଜାମରେ ବଡ଼ କଟକଣା: ବସ୍-ଟ୍ରକ୍ ଚଳାଚଳ ବନ୍ଦ, ଯାତ୍ରୀଙ୍କ ପାଇଁ ବଡ଼ ଖବର

November 19, 2026

ଆଦିବାସୀଙ୍କ ଜମି ଉପରେ କାହାର ଅଧିକାର? ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

November 19, 2026

ବାତ୍ୟା ‘‘ଅକୱାନ’ ମୁକାବିଲା: ଖୋର୍ଦ୍ଧା ଜିଲ୍ଲାରେ ପ୍ରାୟ ୨୦ ହଜାର ଲୋକ ସ୍ଥାନାନ୍ତରିତ

November 19, 2026

ବାତ୍ୟା ଆଶଙ୍କାରେ ଓଡ଼ିଶାର ୧୩ ଜିଲ୍ଲାରେ ସ୍କୁଲ ଛୁଟି, ୨୧ ତାରିଖ ଯାଏଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

November 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.