Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ତାଳଚେର ସାର କାରଖାନାରେ କୋଇଲା ବାଷ୍ପୀକରଣ ୟୁନିଟ ପାଇଁ ଚୁକ୍ତି ସ୍ୱାକ୍ଷରିତ, ୧୩,୨୭୭ କୋଟି ଟଙ୍କା ବିନିମୟରେ ପ୍ରତିଷ୍ଠା ହେବ କାରଖାନା
ବିଶେଷ ଖବର

ତାଳଚେର ସାର କାରଖାନାରେ କୋଇଲା ବାଷ୍ପୀକରଣ ୟୁନିଟ ପାଇଁ ଚୁକ୍ତି ସ୍ୱାକ୍ଷରିତ, ୧୩,୨୭୭ କୋଟି ଟଙ୍କା ବିନିମୟରେ ପ୍ରତିଷ୍ଠା ହେବ କାରଖାନା

September 17, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
ତାଳଚେର ସାର କାରଖାନାରେ କୋଇଲା ବାଷ୍ପୀକରଣ ୟୁନିଟ ପାଇଁ ଚୁକ୍ତି ସ୍ୱାକ୍ଷରିତ, ୧୩,୨୭୭ କୋଟି ଟଙ୍କା ବିନିମୟରେ ପ୍ରତିଷ୍ଠା ହେବ କାରଖାନା

ସମୀକ୍ଷା ବ୍ୟୁରୋ

ୟୁରିଆ ଏବଂ ଆମୋନିଆ ଉତ୍ପାଦନ ଲାଗି ତାଳଚେର ସାର କାରଖାନାରେ ଏକ କୋଇଲା ବାଷ୍ପୀକରଣ ୟୁନିଟ ଖୋଲିବା ନେଇ ଆଜି ଦିଲ୍ଲୀରେ ଏକ ଚୁକ୍ତି ସ୍ୱାକ୍ଷର ହୋଇଛି । ଓଡିଶାର ଅନୁଗୁଳ ଜିଲ୍ଲାରେ ୧୩,୨୭୭ କୋଟି ଟଙ୍କା ନିବେଶ କରାଯାଇ ଜିଏଆଇଏଲ, ଆରସିଏଫ, ସିଆଇଏଲ ଓ ଏଫସିଆଇଏଲର ମିଳିତ ସହଭାଗୀତାରେ ଏହି କାରଖାନା ପ୍ରତିଷ୍ଠା କରାଯିବ । ଏହି କାରଖାନାରୁ ବାର୍ଷିକ ୧.୨୭ ମିଲିୟନ ମେଟ୍ରିକ ଟନ୍ ୟୁରିଆ ଓ ୦.୭୩ ମିଲିୟନ ମେଟ୍ରିକ ଟନ ଆମୋନିଆ ଉତ୍ପାଦିତ ହେବ । ମେସର୍ସ ଉହାନ ଇଞ୍ଜିନିୟରିଂ କୋ ଲିମିଟେଡ ତରଫରୁ ଏହି ପ୍ଲାଂଟ ପାଇଁ କୋଇଲା ବାଷ୍ପୀକରଣ ପ୍ରଯୁକ୍ତି ପ୍ରଦାନ କରାଯିବ । ଏହି ଅବସରରେ ନିଜର ବକ୍ତବ୍ୟ ରଖି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ ତାଳଚେର ସାର କାରଖାନା କୋଇଲା ବାଷ୍ପୀକରଣ ପ୍ରଯୁକ୍ତି ଆଧାରରେ ୟୁରିଆ ଓ ଆମୋନିଆ ଉତ୍ପାଦନ କରିବ ଯାହାକି ଭାରତର ବିକାଶ ଯାତ୍ରାରେ ଏକ ନୂତନ କିର୍ତୀମାନ ହେବ । ସେ କହିଲେ, ଅଙ୍ଗାରକ ପରିମାଣ ହ୍ରାସ କରିବା ପାଇଁ ଭାରତ ସିଓପି୨୧ ନିକଟରେ ସମ୍ପୂର୍ଣ୍ଣ ଭାବେ ସଂକଳ୍ପବଦ୍ଧ ଏବଂ କୋଇଲା ବାଷ୍ପୀକରଣ ପ୍ରଯୁକ୍ତି ଏ ଦିଗରେ ଏକ ପଦକ୍ଷେପ ।‛ ପୂର୍ବ ଭାରତରେ ବନ୍ଦ ହୋଇଯାଇଥିବା ସମସ୍ତ ସାର କାରଖାନାକୁ ପୁଣିଥରେ ଚାଲୁ କରିବା ନେଇ ସରକାର ନିଷ୍ପତି ନେଇଥିବା ସେ ପ୍ରକାଶ କରିଥିଲେ ।

ପୂର୍ବାଂଚଳ ଗ୍ୟାସ ଗ୍ରୀଡ ପାଇଁ ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗାର କାର୍ଯ୍ୟ ଦୃତ ଗତିରେ ଆଗେଇ ଚାଲିଛି ଏବଂ ଏଥିରେ ଗୋରଖପୁର ଓ ବାରାଉନିକୁ ଅନ୍ତର୍ଭୁକ୍ତ କରାଯାଇଛି। ଖୁବଶୀଘ୍ର ସିନ୍ଦରିକୁ ଅନ୍ତର୍ଭୁକ୍ତ କରାଯିବ । ସାର ଉତ୍ପାଦନ ପାଇଁ ଏହି ପ୍ରକଳ୍ପରେ କୋଇଲା ଓ ପିଟକୋକର ବ୍ୟବହାର କରାଯିବ ବୋଲି ମନ୍ତ୍ରୀ କହିଥିଲେ । ଟିଏଫଏଲକୁ ପ୍ରଦାନ କରାଯାଇଥିବା ତାଳଚେର ଅଂଚଳର ଉତ୍ତର ଅର୍ଖପାଳ ଖଣିର ଉତ୍ତର ଭାଗରୁ ଏହି ପ୍ରକଳ୍ପ ପାଇଁ କୋଇଲା ଅଣାଯିବ ଏବଂ କ୍ୟାପ୍ଟିଭ ଖଣିର ବିକାଶ ପାଇଁ କାର୍ଯ୍ୟ ଆରମ୍ଭ ହୋଇସାରିଛି। ଏହି ପ୍ରକଳ୍ପ ପାଇଁ ପାରାଦୀପ ବିଶୋଧନାଗାରରୁ ପିଟକୋକ ଯୋଗାଇ ଦିଆଯିବ । ପରିବେଶ ଅନୁକୂଳ ପଦ୍ଧତିରେ ରାଜ୍ୟରେ ଉପଲବ୍ଧ ପ୍ରଚୁର କୋଇଲା ଏହି ପ୍ରକଳ୍ପ ପାଇଁ ଉପଯୋଗ କରାଯିବ । ମନ୍ତ୍ରୀ କହିଲେ ଯେ ସିନଗ୍ୟାସ, ଡିଜେଲ, ମିଥାନଲ ଓ ପେଟ୍ରୋକେମିକାଲ ଭଳି ଉତ୍ପାଦ ପାଇଁ କୋଇଲାର ବ୍ୟବହାର ଏହି ପ୍ରଯୁକ୍ତି ବିଦ୍ୟାର ସଫଳତା ପରେ ବୃଦ୍ଧି ପାଇବ ।

ଭାରତ ପ୍ରସଙ୍ଗରେ ଏକ ବିରାଟ ପରିବର୍ତନ ଆଣିବାରେ ଏହି ପ୍ରକଳ୍ପ ପାଖରେ ସାମର୍ଥ୍ୟ ରହିଛି । ଏହାଫଳରେ ଶକ୍ତି ବ୍ୟତୀତ ଅନ୍ୟାନ୍ୟ କ୍ଷେତ୍ରରେ କୋଇଲାକୁ ପରିବେଶର ଶୁଦ୍ଧତା ରଖାଯାଇ ବ୍ୟବହାର କରାଯାଇ ପାରିବ । ଏହାଫଳରେ ୨.୩୮ଏମଏମଏସସିଏମଡି ପରିମାଣର ପ୍ରାକୃତିକ ଗ୍ୟାସର ଉତ୍ପାଦନ ହୋଇପାରିବ ଏବଂ ଏହାଦ୍ୱାରା ଏଲଏନଜି ଉତ୍ପାଦନ ଦେୟ ହ୍ରାସ ପାଇବ । ରସାୟନ ଓ ସାର ମବୀ ଶ୍ରୀ ଡିଭି ସଦାନନ୍ଦ ଗୌଡା କହିଲେ ଯେ ଦେଶରେ ଖାଦ୍ୟ ଆବଶ୍ୟକତାକୁ ପୁରଣ କରିବା ପାଇଁ ସାର ବିଶେଷ କରି ୟୁରିଆର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଏହି ଚାହିଦା ମେଂଟାଇବା ପାଇଁ ଭାରତ ପ୍ରତିବର୍ଷ ୫୦ରୁ ୭୦ ଲକ୍ଷ ୟୁରିଆ ଉତ୍ପାଦନ କରୁଛି । ଘରୋଇ ଭାବେ ୟୁରିଆର ଉତ୍ପାଦନ ବୃଦ୍ଧି କରିବା ପାଇଁ ଭାରତ ଚେଷ୍ଟା କରୁଛି ।

ସମ୍ପ୍ରତି ଦେଶରେ ପ୍ରାକୃତିକ ଗ୍ୟାସର ବ୍ୟବହାର କରାଯାଇ ୟୁରିଆ ଉତ୍ପାଦନ କରାଯାଉଛି । ଏଥି ମଧ୍ୟରେ ରହିଛି ଘରୋଇ ପ୍ରାକୃତିକ ବାଷ୍ପ ଓ ଆମଦାନୀ କରାଯାଉଥିବା ଏଲଏନଜି । ଏଲଏନଜିର ଉତ୍ପାଦନ ଅତ୍ୟନ୍ତ ମହଙ୍ଗା ଏବଂ ଏଥିପାଇଁ ଭାରତକୁ ଅନେକ ମୂଲ୍ୟବାନ ବୈଦେଶିକ ମୁଦ୍ରା ବ୍ୟୟ କରିବାକୁ ପଡିଥାଏ । ତେଣୁ ଦେଶରେ ୟୁରିଆ ଓ ଅନ୍ୟାନ୍ୟ ସାରର ଉତ୍ପାଦନ ପାଇଁ ସ୍ୱଦେଶୀ କଂଚାମାଲର ବ୍ୟବହାରକୁ ଗୁରୁତ୍ୱ ପ୍ରଦାନ କରାଯାଇଥାଏ । ସେ କହିଲେ ଯେ ତାଳଚେର ସାର ପ୍ରକଳ୍ପ ଏ ଦିଗରେ ଏକ ପଦକ୍ଷେପ ଯେଉଁଠି ୟୁରିଆ ଉତ୍ପାଦନ ପାଇଁ ସ୍ୱଦେଶୀ କୋଇଲା ଓ ପିଟକୋକର ମିଶ୍ରଣକୁ କଂଚାମାଲ ଭାବେ ବ୍ୟବହାର କରାଯିବ । ଏହି ପ୍ରକଳ୍ପ ଫଳରେ ୟୁରିଆ କ୍ଷେତ୍ରରେ ଭାରତର ଆତ୍ମନିର୍ଭରଶୀଳତା ବୃଦ୍ଧି ପାଇବ ଏବଂ ଓଡିଶାରେ କୃଷିର ବିକାଶ ହେବ । ଏହାଛଡ଼ା ଦେଶ ତଥା ରାଜ୍ୟର କୃଷକଙ୍କ ପାଇଁ ଯଥେଷ୍ଟ ପରିମାଣର ୟୁରିଆ ଉପଲ୨ ହୋଇପାରିବ । ଶ୍ରୀ ଗୌଡା କହିଥିଲେ ଯେ ‘ମେକ ଇନ ଇଣ୍ଡିଆ’ ଅନ୍ତର୍ଗତ ଏହି ପଦକ୍ଷେପ ଭାରତକୁ ୟୁରିଆ କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବ ଏବଂ ଏଥିସହିତ ୪,୫୦୦ ପରୋକ୍ଷ ଓ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

talcher
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Latest News

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.