Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗୋପାଳପୁର ସେନା କେନ୍ଦ୍ରରେ “କଲର୍ସ ସମ୍ମାନ” ପ୍ରଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ବିଶେଷ ଖବର

ଗୋପାଳପୁର ସେନା କେନ୍ଦ୍ରରେ “କଲର୍ସ ସମ୍ମାନ” ପ୍ରଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

September 28, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
GOPALPUR, SEP 28 (UNI):- President Ram Nath Kovind saluting the marching contingents of the Army Air Defence during the presentation of the President's Colours to Corps of Army Air Defence at Gopalpur,in Odisha on Saturday. UNI PHOTO-49U

ସମୀକ୍ଷା ବ୍ୟୁରୋ

ଭାରତର ରାଷ୍ଟ୍ରପତି ତଥା ଭାରତୀୟ ସଶସ୍ତ୍ର ସେନାବାହିନୀର ସର୍ବୋଚ୍ଚ କମାଣ୍ଡର ଶ୍ରୀ ରାମନାଥ କୋବିନ୍ଦ ୨୮ ସେପ୍ଟେମ୍ବର ୨୦୧୯ରେ ଗୋପାଳପୁର ସେନା ଷ୍ଟେସନ ଠାରେ ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରିଛନ୍ତି । ସ୍ୱାଧୀନ ବାହିନୀ ଭାବେ ୨୫ ବର୍ଷର ଉଲ୍ଲେଖନୀୟ ସେବା ଲାଗି ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆର୍ମୀ ଏଡି କେନ୍ଦ୍ରର ଲେଫନାଣ୍ଟ ବିବେକ ବିଜୟ ମୋରେ ସେନା ବାୟୁ ପ୍ରତିରକ୍ଷା ବାହିନୀ ପକ୍ଷରୁ ରାଷ୍ଟ୍ରପତିଙ୍କ ଠାରୁ କଲର୍ସ ସମ୍ମାନ ଗ୍ରହଣ କରିଥିଲେ। ଭାରତୀୟ ସ୍ଥଳ ସେନାର ଗୌରବପୂର୍ଣ୍ଣ ସମ୍ମାନ ମଧ୍ୟରେ ପ୍ରେସିଡେଂଟ କଲର୍ସ ଆୱାର୍ଡ ହେଉଛି ସର୍ବୋଚ୍ଚ ସମ୍ମାନ ।

ଯୁଦ୍ଧ ଏବଂ ଶାନ୍ତି ପ୍ରକ୍ରିୟାରେ ସେନାବାହିନୀର ପ୍ରଦର୍ଶନ ଏବଂ ଉପଲବ୍ଧି ଆଧାରରେ ରାଷ୍ଟ୍ରପତି କଲର୍ସ ଆୱାର୍ଡ ପ୍ରଦାନ କରାଯିବା ଲାଗି ସୈନ୍ୟ ବାହିନୀର ଚୟନ କରାଯାଇଥାଏ । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେନା ବାୟୁ ପ୍ରତିରକ୍ଷାର ବହୁ ସୈନ୍ୟ ଦଳ ବିଭିନ୍ନ ସୈନ୍ୟ ଅଭିଯାନରେ ଭାଗ ନେଇଥିଲେ । ଏଥିମଧ୍ୟରେ ବର୍ମା ଅଭିଯାନ, ଇମ୍ଫାଲ ଓ କୋହିମା ଘେରାବନ୍ଦୀ, ରେଙ୍ଗୁନ ପୁନଃଦଖଲ, ଆରାକାନ ମାୟିତକିୟିନା, ହଂକଂ, ସିଙ୍ଗାପୁର, ମଲାୟା, ବାହାରିନ, ଇରାକ ଏବଂ ପାରସ୍ୟ ସୈନ୍ୟ ଅଭିଯାନ ସାମିଲ । ଏଥିପାଇଁ ବହୁ ବୀରତ୍ୱ ସମ୍ମାନ ମଧ୍ୟ ମିଳିଛି । ଏସବୁ ସମ୍ମାନ ମଧ୍ୟରେ ୪ଟି ମିଲିଟାରୀ କ୍ରସ, ବ୍ରିଟିଶ ସାମ୍ରାଜ୍ୟର ଏକ ପଦକ, ୭ଟି ଭାରତୀୟ ବିଶିଷ୍ଟ ସେବା ପଦକ ଏବଂ ବ୍ରିଟିଶ ସାମ୍ରାଜ୍ୟର ଦୁଇଟି ସମ୍ମାନ ପତ୍ର ସାମିଲ ରହିଛି ।

ସେନା ବାୟୁ ପ୍ରତିରକ୍ଷା ବାହିନୀ ୧୯୪୦ ପରଠାରୁ ଆର୍ଟିଲାରୀର ଏକ ଅଂଶବିଶେଷ ରୂପେ କାର୍ଯ୍ୟ କରିଆସୁଛି । ଏହାକୁ ୧୯୯୪ରେ ଏକ ସ୍ୱତନ୍ତ୍ର ସଶସ୍ତ୍ର ସୈନ୍ୟ ବାହିନୀ ଭାବେ ମାନ୍ୟତା ମିଳିଥିଲା । ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ୨ଟି ଅଶୋକ ଚକ୍ର, ୨ଟି କୀର୍ତି ଚକ୍ର, ୨୦ଟି ବୀର ଚକ୍ର, ୯ଟି ଶୌର୍ଯ୍ୟ ଚକ୍ର, ୧୧୩ଟି ସେନା ପଦକ ଏବଂ ୫୫ଟି ମ୍ୟାନସନ ଇନ ଡେସପ୍ୟାଚ ସହିତ ୧୯୭୧ର ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ୪ଟି ସମ୍ମାନଜନକ ଉପାଧିରେ ମଧ୍ୟ ସମ୍ମାନିତ କରାଯାଇଥିଲା । ପୂର୍ବସୂରୀମାନଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଉଚ୍ଚ ମାନକକୁ ବଜାୟ ରଖିବା ଲାଗି ଏହା ଯୁବପିଢ଼ିଙ୍କୁ ଅନୁପ୍ରାଣିତ କରିଥାଏ ଯଦ୍ଦ୍ୱାରା ରାଷ୍ଟ୍ର ସେବା ସେମାନଙ୍କର ପ୍ରମୁଖ ଲକ୍ଷ୍ୟ ହୋଇ ରହିବ ।

ଏହି ଅବସରରେ ବ୍ରିଗେଡିୟର ରାଜୀବ ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରାଷ୍ଟ୍ରପତିଙ୍କୁ ଏକ ଭବ୍ୟ ପରେଡ ମାଧ୍ୟମରେ ରାଷ୍ଟ୍ରୀୟ ଅଭିବାଦନ ପ୍ରଦାନ କରାଯାଇଥିଲା। ସେନା ବାୟୁ ପ୍ରତିରକ୍ଷା ବାହିନୀର ସୈନିକମାନଙ୍କୁ ସମ୍ମାନ ପ୍ରଦାନ କରାଯିବା ନେଇ ରାଷ୍ଟ୍ରପତି ସନ୍ତୋଷ ବ୍ୟକ୍ତ କରିଥିଲେ । ନିଜ ଅଭିଭାଷଣରେ ରାଷ୍ଟ୍ରପତି ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ଭାରତୀୟ ସଶସ୍ତ୍ର ସେନାବାହିନୀ ଓ ସେନା ବାୟୁ ପ୍ରତିରକ୍ଷା ବାହିନୀର ଗୌରବଶାଳୀ ପରମ୍ପରାକୁ ସ୍ମରଣ କରିଥିଲେ ।

ଏଥିସହିତ ଉପସ୍ଥିତ ସମସ୍ତ ସେନା ଅଧିକାରୀ ଓ କର୍ମଚାରୀମାନଙ୍କୁୁ ଶୁଭେଚ୍ଛା ଓ ସାଧୁବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରମୁଖ ଅତିଥିମାନଙ୍କ ମଧ୍ୟରେ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥଳସେନା ମୁଖ୍ୟ ତଥା ଚିଫ ଅଫ ଆର୍ମୀ ଷ୍ଟାଫ ଜେନେରାଲ ବିପିନ ରାୱତ, ସେନା ବାୟୁ ପ୍ରତିରକ୍ଷା ବାହିନୀ ମୁଖ୍ୟ ଲେଫ୍ଟନାଂଟ ଜେନେରାଲ ଅଶ୍ୱିନୀ କୁମାରଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଗୋପାଳପୁର ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.