Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହବିଷ୍ୟାଳୀ କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ତିନୋଟି ସ୍ଥାନରେ ରହି ବ୍ରତ କରିବେ ତିନି ହଜାର ହବିଷ୍ୟାଳୀ
ବିଶେଷ ଖବର

ହବିଷ୍ୟାଳୀ କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ତିନୋଟି ସ୍ଥାନରେ ରହି ବ୍ରତ କରିବେ ତିନି ହଜାର ହବିଷ୍ୟାଳୀ

October 14, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷାବ୍ୟୁରୋ

ଆଜିଠୁ ଆରମ୍ଭ ହୋଇଯାଇଛି ହବିଷ୍ୟାଳୀ କାର୍ତ୍ତିକ ବ୍ରତ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସି ମାଧ୍ୟମରେ ହବିଷ୍ୟାଳୀ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ  ହବିଷ୍ୟାଳୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟ ଲୋକସେବା ଭବନରେ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ଜ୍ଯୋତିପ୍ରକାଶ ପାଣିଗ୍ରାହୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟର ମୁଖ୍ୟ ପରାମର୍ଶଦାତା, ମୁଖ୍ୟ ଶାସନ ସଚିବ, ସଂସ୍କୃତି ସଚିବ, ଏବଂ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ଜିଲ୍ଲାପାଳ, ଏସ.ପି ପ୍ରମୁଖ ଉପସ୍ଥିତ ଥିଲେ।

ଚଳିତ ବର୍ଷ ହବିଷ୍ୟାଳୀମାନଙ୍କ ବ୍ରତ ପାଳନରେ ଯେପରି କୌଣସି ଅସୁବିଧା ନହୁଏ, ସେଥିପ୍ରତି ମୁଖ୍ୟମନ୍ତ୍ରୀ ବିଶେଷ ଧ୍ୟାନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ସେଥିପାଇଁ ତିନୋଟି ସ୍ଥାନରେ ତିନି ହଜାର ହବିଷ୍ୟାଳୀ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସଠାରେ ୯୦୦ ଏବଂ ମ୍ୟୁନିସପାଲିଟି କଲ୍ଯାଣମଣ୍ଡପରେ ହବିଷ୍ୟାଳୀ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ନୂତନ ଭାବେ ନିର୍ମିତ ନରେନ୍ଦ୍ର କୋଣ ହବିଷ୍ୟାଳୀ କେନ୍ଦ୍ରରେ ୧୫୦୦ ହବିଷ୍ୟାଳୀ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରୁ ହବିଷ୍ୟାଳୀମାନଙ୍କୁ ମନ୍ଦିର ପର୍ଯ୍ୟନ୍ତ ନେବା ଆଣିବା କରିବା ପାଇଁ ତିନୋଟି ବସର ମଧ୍ୟ ବ୍ୟବସ୍ଥା କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ଆଜି ସୁଦ୍ଧା ୨୫୭୭ ଜଣ ହବିଷ୍ୟାଳୀ ଏହି କାର୍ଯ୍ୟକ୍ରମ ପାଇଁ ପଞ୍ଜିକୃତ ହୋଇସାରିଛନ୍ତି। ଏବଂ ତନ୍ମଧ୍ୟାରୁ ୨୧୮୩ ଜଣ ବିଭିନ୍ନ କେନ୍ଦ୍ରରେ ରହି ବ୍ରତ ଆରମ୍ଭ କରିଛନ୍ତି।

ହବିଷ୍ୟାଳୀ ମାନଙ୍କ ସୁରକ୍ଷା ଓ ସୁବିଧା ପାଇଁ ଜିଲ୍ଲାର ୫୦୦ ସରକାରୀ ଅଧିକାରୀ ଓ ଷ୍ଟାଫ, ‘ଯୁଥ ଫର ବେଟର ପୁରୀ’ ସଂସ୍ଥାର ୧୨୦ ସ୍ଵେଚ୍ଛାସେବୀ ଏବଂ ରେଡକ୍ରସର ୬୦ ଜଣ ସଦସ୍ୟ ନିୟୋଜିତ ହୋଇଛନ୍ତି। ୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ହବିଷ୍ୟାଳୀ ମାନଙ୍କ ବ୍ରତ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି। ସେମାନଙ୍କ ରହିବା ବ୍ୟବସ୍ଥା ସହିତ ମହାପ୍ରସାଦ ସେବନ, ଏକାଦଶୀ ଦିନ ଫଳ ସେବନ ବ୍ୟବସ୍ଥା ଓ ସନ୍ଧ୍ୟାରେ ପାଲା, ଦାଶକାଠିଆ ଓ ପ୍ରବଚନ ଆଦିର ବ୍ୟବସ୍ଥା ମଧ୍ୟ କରାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026
Latest News

ମାତ୍ର ୪୮ ଘଣ୍ଟା ମଧ୍ୟରେ ରକେଟ ଭଳି ଉଠିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

August 22, 2026

ବିଷାକ୍ତ ସାପ କାମୁଡ଼ାରେ ଦୁଇ ଶ୍ରମିକଙ୍କ ମୃତ୍ୟୁ

August 22, 2026

ତାରିକ ରହମାନଙ୍କ ଭାରତ ଗସ୍ତକୁ ନେଇ ନୂଆ ଅପଡେଟ୍‌, ବଦଳିଲା ତାରିଖ

August 22, 2026

ମହାନଦୀରୁ ୨ ନାବାଳିକା ଉଦ୍ଧାର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.