Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚିଟଫଣ୍ଡ କେଳେଙ୍କାରିରେ ସିବିଆଇ ତଦନ୍ତ ଚାଲିଛି ତ, ନା ପୁଣି ଏକ ନିର୍ବାଚନର ଅପେକ୍ଷାରେ ଅଛି?
ବିଶେଷ ଖବର

ଚିଟଫଣ୍ଡ କେଳେଙ୍କାରିରେ ସିବିଆଇ ତଦନ୍ତ ଚାଲିଛି ତ, ନା ପୁଣି ଏକ ନିର୍ବାଚନର ଅପେକ୍ଷାରେ ଅଛି?

November 5, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ବିଜେପି ଭକ୍ତମାନଙ୍କର ଗୋଟେ ପୁରୁଣା ରୋଗ ଅଛି। ଯଦି ଆପଣ ବିଜେପି ରାଜନୀତି ବିଷୟରେ କିଛି ଲେଖିବେ, ଭକ୍ତମାନେ ତୁରନ୍ତ ପ୍ରଶ୍ନ କରୁଛନ୍ତି- ତମେ ଚିଟ ଫଣ୍ଡ ସ୍କାମ କିମ୍ବା ଖଣି ଦୁର୍ନୀତି ବିଷୟରେ କିଛି ଲେଖୁ ନ  କାହିଁକି? ଭକ୍ତମାନେ ଜାଣନ୍ତି ନାହିଁ ଯେ, ୨୦୧୨ ରୁ ୨୦୧୯ ଭିତରେ ଚିଟ ଫଣ୍ଡ ସ୍କାମ, କଟକ –ଭୁବନେଶ୍ଵର ଜମି ଆବଣ୍ଟନ ସ୍କାମ,ଖଣି ଦୁର୍ନୀତି ସମ୍ପର୍କରେ ଏମ.ବି. ଶାହ କମିଶନଙ୍କ ରିପୋର୍ଟ, ତତ୍କାଳୀନ ଏଜି ଅମର ପଟ୍ଟନାୟକ ଦେଇଥିବା ଜମି ଦୁର୍ନୀତି ରିପୋର୍ଟ ଉପରେ ଅନ୍ତତଃ ଆମେ ପଚାଶରୁ ଅଧିକ ଲେଖା ଲେଖିଥିବୁ। ଭକ୍ତମାନେ ଚାହିଁଲେ ସେଥିରୁ ଅନେକ ଲେଖା ଏବେ ମଧ୍ୟ ଆମ ଫେସବୁକ ଟାଇମଲାଇନରେ ପଢିପାରିବେ। ତେବେ ଭକ୍ତମାନେ କଣ ପଢିପାରନ୍ତି!!  ନା, ସେମାନେ କେବଳ ଗାଳି କରିବା ଓ ହୋ ହୋ ହେବା ଛଡା ଅଧିକ କିଛି ଜାଣନ୍ତି ନାହିଁ। ତେଣୁ ଭକ୍ତଙ୍କ ଅବଗତି ନିମନ୍ତେ ଆମେ ଆଜି ପୁଣିଥରେ ଚିଟଫଣ୍ଡ କେଳେଙ୍କାରି ବିଷୟରେ ଚର୍ଚ୍ଚା କରିବା।

ବିସିସିଆଇ ନିର୍ବାଚନ ପୂର୍ବରୁ ହଠାତ ଓଡିଶା କ୍ରିକେଟ ଏସୋସିଏଆସନର ପୂର୍ବତନ ମୁଖିଆ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କଲା। ଅବଶ୍ୟ ସେତେବେଳେ ଜଣା ପଡୁନଥିଲା, ଆଶୀର୍ବାଦଙ୍କୁ ଗିରଫ କରିବା ଲାଗି ହଠାତ ସିବିଆଇର ସୁଖନିଦ୍ରା ଭାଙ୍ଗିଲା କାହିଁକି? ପରେ ମାନ୍ୟବର ଗୃହମନ୍ତ୍ରୀଙ୍କ ସୁପୁତ୍ର ଯେତେବେଳେ ବିସିସିଆଇ ସଚିବ ନିର୍ବାଚିତ ହେଲେ, ସେତେବେଳେ କଥାଟି ଆପେ ଆପେ ବୁଝି ହୋଇଗଲା। କଥାଟି କହିବାର ଅର୍ଥ ହେଲା, ସିବିଆଇ ବିନା ରାଜନୈତିକ ଚାପ ବା ଆବଶ୍ୟକତାରେ କାମ କରୁନାହିଁ। ସିବିଆଇର ଚିଟଫଣ୍ଡ ତଦନ୍ତକୁ ଏ ଶତାବ୍ଦୀର ସବୁଠୁ ବଡ କମେଡି ବୋଲି କୁହାଯାଇପାରିବା।

ଆମେ ଆଗରୁ ଦେଖିଛୁ ୮ ମାର୍ଚ୍ଚ ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତ ପରେ ଓଡିଶାରେ ଚିଟ ଫଣ୍ଡ ଦୁର୍ନୀତି ତଦନ୍ତ କରୁଥିବା ସିବିଆଇ ଏକ ପ୍ରକାର ଅଥର୍ବ ହୋଇ ବସି ରହିଲା। ଏକଥା କାହାର ମନେ ଅଛି ନା ନାହିଁ। ୨୦୧୫ ରୁ ୨୦୧୯ ଯାଏଁ ପ୍ରଧାନମନ୍ତ୍ରୀ, ସିବିଆଇ ଓ ବିଜେପି ଏ ପ୍ରସଙ୍ଗରେ ଚୁପ ମାରି ବସିବା ପରେ ହଠାତ ନିର୍ବାଚନ ପୂର୍ବରୁ ବିଜେଡ଼ି ନେତାଙ୍କର ଚିଟ ଫଣ୍ଡ କେଳେଙ୍କାରି ପ୍ରସଙ୍ଗ ଉଠିଲା। ପ୍ରଧାନମନ୍ତ୍ରୀଙ୍କଠୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କର ସୋସିଆଲ ମିଡିଆର ସିପାହୀମାନେ ନିର୍ବାଚନ ସମୟରେ ଖାଲି ଚିଟ ଫଣ୍ଡ ଦୁର୍ନୀତି କଥା କହିଲେ। ନିର୍ବାଚନର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ସରକାରଙ୍କ ପୋଷା ଶୁଆ ସିବିଆଇ ହଠାତ ଟୁଇଟ କରି ଜଣାଇଲା ଯେ, ସିବିଆଇ କୁଆଡେ ବିଜେଡ଼ିର ଦୁଇଜଣ ବରିଷ୍ଠ ନେତାଙ୍କୁ ଚିଟ ଫଣ୍ଡ ମାମଲାରେ ନୋଟିସ କରିଛି। ଯେଉଁମାନଙ୍କ ନାଁରେ ନୋଟିସ ହୋଇଥିବାର ଶୁଣାଗଲା, ସେମାନେ କହିଲେ – କାଇଁ ସେମିତି କିଛି ନୋଟିସ ଆସିନାହିଁ ତ!

ତେବେ ସେ ଆସିନଥିବା ନୋଟିସକୁ ନେଇ ଆମର ଗଣମାଧ୍ୟମ ପଡିଲା ଆଉ ଉଠିଲା। କେନ୍ଦ୍ରମନ୍ତ୍ରୀ ବାବୁ ଧର୍ମେନ୍ଦ୍ର ପ୍ରଧାନ କହିଲେ- ଯେ ଚୋର ସେ ନିଶ୍ଚୟ ବନ୍ଧା ହେବ। ଏମିତି କଥା କଥାରେ ନିର୍ବାଚନ ଆସିଲା ଓ ସରିଗଲା। ନବୀନ ବାବୁ ଇତିହାସ ସୃଷ୍ଟି କରି ପଞ୍ଚମଥର ଲାଗି ଓଡିଶାର ମୁଖ୍ୟମନ୍ତ୍ରୀ ଭାବରେ ନିରଙ୍କୁଶ ଜନ ସମର୍ଥନ ପାଇଲେ। ଏବେ ପୁଣିଥରେ ମୋଦୀ-ନବୀନ ସାକ୍ଷାତ ଘଟିଲାଣି। ଉଭୟଙ୍କ ଭେଟଘାଟ ବେଳର ଚେହେରା ଦେଖି ମନେହେଉଛି, ବନ୍ଧୁତା ଏବେ ବଡ ନିବିଡ। ତେବେ ଏଇ ନିବିଡ ସମ୍ପର୍କ ଭିତରେ ଆମକୁ କାଇଁ ପଚରା ଯାଉଛି ଯେ,ଚିଟଫଣ୍ଡ କେଳେଙ୍କାରି କଥା ଆମେ କାଇଁ ଲେଖୁନୁ ବୋଲି। ଭାଇ! ଆମେ ତ ଲେଖି ଲେଖି ଥକା ହୋଇ ବସିଛୁ। ଆପଣମାନେ ଟିକେ ଆପଣଙ୍କ ଭଗବାନ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଟିକେ ପଚାରନ୍ତେନି, ଆଜ୍ଞା! ଚିଟଫଣ୍ଡ ଘୋଟାଲାବାଜମାନଙ୍କୁ ଦାନାପାଣି ଦେଉଛି କିଏ? କେହି ଜଣେ ସିବିଆଇ କୁ ପଚାରିବା ଉଚିତ ନୁହଁ କି, ଆଚ୍ଛା, ସେ ଯେଉଁ ନୋଟିସ ପଠେଇଥିଲ, ସେଟା କଣ ମାଟି ଖାଇଗଲା ନା ତାକୁ ଆକାଶ ଗିଳିଦେଲା? ଧର୍ମେନ୍ଦ୍ର ବାବୁ ଯେଉଁ ମାନଙ୍କୁ ଚୋର ବୋଲି କହୁଥିଲେ, ସେମାନଙ୍କ ଭିତରୁ ଜଣେ ଅଧେ ନୂଆ ନବୀନ ସରକାରରେ ମନ୍ତ୍ରୀ ଅଛନ୍ତି। ସେମାନଙ୍କ ବିରୋଧରେ ସାମାନ୍ୟ ପ୍ରେସ ରିଲିଜ ଟିଏ ବିଜେପି ଦେଇଛି କି?

ନିରାଟ ସତକଥା ହେଉଛି, ଚିଟଫଣ୍ଡ କେଳେଙ୍କାରୀର ତଦନ୍ତ ସିବିଆଇ ସଠିକ ଢଙ୍ଗରେ କରିନାହିଁ। ଏହାକୁ ମୋଦୀ ସରକାର ନିଜର ପ୍ରତିପକ୍ଷଙ୍କୁ ସାବାଡ କରିବା ଅଥବା ପ୍ରଲୋଭିତ କରିବା ପାଇଁ ବ୍ୟବହାର କରିଛନ୍ତି। ଏହି ବିରାଟ ଦୁର୍ନୀତି ପଛରେ ରହିଥିବା ରାଜନୈତିକ ପୃଷ୍ଠପୋଷକତାର ପର୍ଦ୍ଦାଫାସ ଆଉ କେବେବି ହୋଇ ପାରିବ ନାହିଁ। ରାଜନୈତିକ ସୁଆଙ୍ଗ କଲା ଭଳି ମଝିରେ ମଝିରେ ସିବିଆଇ ଏମିତି କିଛି ଗୋଟେ ନୋଟିସ ପଠେଇ ବା ଜେରା କରିବାକୁ ଡାକିଦେଇ, ଘଟଣାଟିକୁ ବଞ୍ଚାଇ ରଖିଥିବ।

ଏଥିରୁ ଅଧିକ କିଛି ଘଟିନାହିଁ, କି ଆଗକୁ ଅଧିକ କିଛି ଘଟିବାର ନାହିଁ !!

Share. Facebook Twitter LinkedIn Email WhatsApp Copy Link

Related Posts

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026
Latest News

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

ବିଶାଖାପାଟଣାଠାରେ ବ୍ରିକ୍ସ ଯୁବ ମନ୍ତ୍ରୀସ୍ତରୀୟ ବୈଠକ ୨୦୨୬ ସମାପ୍ତ: ମିଳିତ ବିବୃତ୍ତି ଗୃହୀତ

August 23, 2026

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.