Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିବାଦୀୟ ପରିସ୍ଥିତିରେ ବଦଳିଲେ ପୋଲିସ ଡିଜି, ରାତିଅଧରେ ଅସ୍ଥାୟୀ ଡିଜି ଭାବେ ଦାୟିତ୍ବ ନେଲେ ସତ୍ୟଜିତ ମହାନ୍ତି, ଅଭୟ ପରବର୍ତ୍ତି ଡିଜି
ବିଶେଷ ଖବର

ବିବାଦୀୟ ପରିସ୍ଥିତିରେ ବଦଳିଲେ ପୋଲିସ ଡିଜି, ରାତିଅଧରେ ଅସ୍ଥାୟୀ ଡିଜି ଭାବେ ଦାୟିତ୍ବ ନେଲେ ସତ୍ୟଜିତ ମହାନ୍ତି, ଅଭୟ ପରବର୍ତ୍ତି ଡିଜି

November 21, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
Odisha DGP transferred for immediate effect

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର:20/11– ଏକ ବିବାଦୀୟ ପରିସ୍ଥିତିରେ ରାଜ୍ୟ ସରକାର ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ ଅଧିକାରୀ ଅଭୟଙ୍କୁ ପୂର୍ଣ୍ଣକାଳୀନ ପୋଲିସ ଡିଜି ଭାବେ ନିଯୁକ୍ତି ଦିଆଯାଇଛି। ବିଜୟ ଶର୍ମାଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି। ବିଜୟ ଶର୍ମାଙ୍କୁ ଅଗ୍ନି ସୁରକ୍ଷା ସାର୍ଟିଫିକେଟ ପ୍ରଦାନରେ ଅନିୟମିତତା ଅଭିଯୋଗରେ ହଟାଇ ଦିଆଯାଇଥିବାର ଜଣାପଡିଛି। କାରଣ ଏହି ସାର୍ଟିଫିକେଟ ପ୍ରଦାନରେ ତାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆସିବା ପରେ ମୁଖ୍ୟମନ୍ତ୍ରୀ ଏହି କଡା ପଦକ୍ଷେପ ନେଇଛନ୍ତି। ଏପରିକି ତାଙ୍କ ବିରୋଧରେ ତଦନ୍ତ କରିବା ପାଇଁ ଏକ ତିନିଜଣିଆ କମିଟକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ତିନିଜଣିଆ କମିଟରେ ଉନ୍ନୟନ କମିଶନର ଏବଂ ଗୃହ ବିଭାଗର ସଚିବ ସଦସ୍ୟ ଅଛନ୍ତି।

ବିଜୟ କୁମାର ଅସ୍ଥାୟୀ ଡିଜି ଭାବେ ନିଯୁକ୍ତି ପୂର୍ବରୁ ଅଗ୍ନିଶମ ବିଭାଗର ଡିଜି ଭାବେ କାର୍ଯ୍ୟ କରୁଥିଲେ। ପରବର୍ତ୍ତ ସମୟରେ ସେ ପୋଲିସ ଡିଜି ସହିତ ଅଗ୍ନଶମ ବିଭାଗ ଦାୟିତ୍ବରେ ମଧ୍ୟ କାର୍ଯ୍ୟ କରୁଥିଲେ। ନିକଟରେ ସେ ପାତ୍ରପଡାରେ ଥିବା ଡିଏନ ରିଗାଲିୟାରେ ଅଗ୍ନ ନିରୋଧ ବ୍ୟବସ୍ଥା ଠିକ ନାହିଁ ଦର୍ଶାଇ କେତେକ ଅଂଶକୁ ସିଲ୍ କରି ଦେଇଥିଲେ। ଯାହାକୁ ନେଇ ଏକ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏପରିକି କେତେକ ମଲକୁ ଅଗ୍ନି ନିରୋଧ ସାର୍ଟିଫିକେଟ ପ୍ରଦାନ କରାଯାଇଥିବା ବେଳେ ପରବର୍ତ୍ତି ସମୟରେ ତାହାକୁ ପ୍ରତ୍ୟାହାର କରିନିଆଯାଇଥିଲା। ଏପରି ପରିସ୍ଥିତକୁ ଦେଖି ସେତେବେଳେ ସମସ୍ତଙ୍କର ସନ୍ଦେହ ସୃଷ୍ଟି ହୋଇଥିଲା।

ବର୍ତ୍ତମାନ ଅଭୟ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି। ହାଇଦ୍ରାବାଦରେ ଜାତୀୟ ପୋଲିସ ଏକାଡେମୀର ସେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେଠାରୁ ସେ ଦାୟିତ୍ବ ହସ୍ତାନ୍ତର କରିବା ପାଇଁ ପ୍ରାୟ ଏକ ସପ୍ତାହ ଲାଗିଯିବ। ସେଥିପାଇଁ ସରକାର ତୁରନ୍ତ ପଦକ୍ଷେପ ସ୍ବରୁପ ବରିଷ୍ଠ ଆଇପିଏସ ଅଫିସର ସତ୍ୟଜିତ ମହାନ୍ତିଙ୍କୁ ଅସ୍ଥାୟୀ ଡିଜି ଭାବେ ନିଯୁକ୍ତି ଦେଇଛନ୍ତି। ଏଥିସହିତ ତାଙ୍କୁ ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଛି। ସେହପରି ବିରଷ୍ଠ ଆଇପିଏସ ସୁନୀଲ ରଏଙ୍କୁ ଅଗ୍ନିଶମର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।

ରାତି ଅଧରେ ସତ୍ୟଜିତ ମହାନ୍ତି କାହିଁକି ଦାୟିତ୍ବ ନେଲେ ?

ପୋଲିସ ଡିଜି ପଦବୀରୁ ବିଜୟ ଶର୍ମାଙ୍କୁ ହଟାଇ ଦେବା ପରେ ସେହି ପଦବୀରେ ଅଭୟଙ୍କୁ ନିଯୁକ୍ତି ଦିଆଯାଇଛି। ହେଲେ ଅଭୟ ହାଇଦ୍ରାବାଦରୁ ଦାୟିତ୍ବ ହସ୍ତାନ୍ତର କରି ଆସିବା ପାଇଁ ସମୟ ଲାଗିବ। ସରକାର ତୁରନ୍ତ ଅସ୍ଥାୟୀ ଭାବେ ସତ୍ୟଜିତ ମହାନ୍ତିଙ୍କୁ ନିଯୁକ୍ତି ଦେଇଛନ୍ତି। ସେତେକି ନୁହେଁ ସେ ତୁରନ୍ତ ତାଙ୍କ କାର୍ଯ୍ୟରେ ଯୋଗଦେବେ ବୋଲି ନିର୍ଦ୍ଦେଶ ଦିଆଗଲା। ଫଳରେ ସତ୍ୟଜିତ ରାତି 12 ଟାରେ ଲୋକସେବା ଭବନ ଆସି ଗୃହ ସଚିବଙ୍କ ନିକଟରେ ଦାୟିତ୍ବ ଗ୍ରହଣ କରିଛନ୍ତି। ତାଙ୍କୁ ତରବରିଆ ଭାବେ ଏହି ଦାୟିତ୍ବ ନେବା ନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସନ୍ଦେହ ରହିଛି ବିଜୟ ଶର୍ମା ଏହି ହେରେଫେର ମାମଲାରେ କିଛି ଏପଟ ସେପଟ ଯେପରି ନ କରନ୍ତି ସେଥିପାଇଁ ଏପରି ପଦକ୍ଷେପ ନେଇଯାଇଛି ବୋଲି ଜଣାପାଡିଛି। ବର୍ତ୍ତମାନ ଅନୁମାନ କରିହେଉଛି ଯେ, ବିଜୟ ଶର୍ମାଙ୍କ ବିରୋଧରେ ହୁଏତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ। କାରଣ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶ ଗୁରୁତର ଭାବେ ନେଇ ତୁରନ୍ତ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଅଭୟ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.