Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପିଆଜ କିଲୋ ସତୁରୀ ହେଉ କି ସାତ ଶହ, ଆମେ ଭାଇ ସରକାର ବିରୋଧରେ କିଛି କହିବୁ ନାହିଁ!!  
ବିଶେଷ ଖବର

ପିଆଜ କିଲୋ ସତୁରୀ ହେଉ କି ସାତ ଶହ, ଆମେ ଭାଇ ସରକାର ବିରୋଧରେ କିଛି କହିବୁ ନାହିଁ!!  

November 23, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପିଆଜ କିଲୋ ସତୁରୀ ହେଉ କି ସାତ ଶହ, ଆମେ ଭାଇ ସରକାର ବିରୋଧରେ କିଛି କହିବୁ ନାହିଁ!!  

କେଦାର ମିଶ୍ର 

ପିଆଜ କିଲୋ ସତୁରୀ ଟଙ୍କା ହେଉ କି ସାତ ଶହ ଏ ବିଷୟରେ କିଛି କହିଲେ ମାନେ, ବିଜେପି ଭକ୍ତମାନେ ଆପଣଙ୍କ ତଣ୍ଟି କୁ ମାଡିବସିବେ। ଆପଣଙ୍କୁ କହିବେ- କୋଢିଆମାନେ, ଚାଷ କରୁନ! ମୋଦୀ କଣ ଏଠି ଆଳୁ ପିଆଜ ଦର ବୁଝିବାକୁ ପ୍ରଧାନମନ୍ତ୍ରୀ ହୋଇଛନ୍ତି! ଭକ୍ତଙ୍କ ଭୟରେ ଆପଣ ପ୍ରତିବାଦ କରିବାକୁ ସାହସ ବି କରି ପାରିବେ ନାହିଁ।  ଆମର ମନେ ଅଛି, ଗତ ତିନି ମାସ ଭିତରେ  ପିଆଜ ଦର ଲେଖାଲେଖି କରି ଆମେ କେମିତି ସରକାରୀ ଭକ୍ତ ଓ ନରେନ୍ଦ୍ର ମୋଦୀଙ୍କ ବିଶାଳ ଟ୍ରୋଲ ବାହିନୀ ପାଖରୁ ଗାଳି ଖାଉଛୁ। ଆମକୁ କୁହା ହୋଇଥିଲା- କଣ, କଂଗ୍ରେସ ବେଳେ ପିଆଜ ଦର ବଢୁ ନଥିଲା କି? କଂଗ୍ରେସ ବେଳେ ତମେ ସବୁ କେଉଁଠି ଶୋଇଥିଲ? ଆମର ସୈନିକ ସୀମାନ୍ତରେ ଗୁଳି ଖାଇ ମରୁଛନ୍ତି ଆଉ ତମେ ପିଆଜ କିଲୋ ସତୁରୀ ଟଙ୍କା ଦେଇ କିଣିପାରୁନ! ଭକ୍ତ ଓ ଟ୍ରୋଲ ମାନଙ୍କର ଏସବୁ ପ୍ରଶ୍ନ ବହୁ ପୁରୁଣା। ସେମାନେ ଜାଣନ୍ତି ନାହିଁ ଯେ ଦରଦାମ ବଢିଲେ, ଲୋକଙ୍କର ହା ହୁତାଶ କେମିତି ଆସେ। ଜଣେ ସାଧାରଣ ଶ୍ରମିକ ବା କୃଷକର  ଅଧା ଦିନର ମଜୁରି ଯଦି କିଲେ ପିଆଜରେ ସରିଯାଏ, ତାହେଲେ ସେ ବଞ୍ଚିବ କେମିତି- ଏ ପ୍ରକାର ସମ୍ବେଦନା ଆମ ସମୟରେ ଆଉ ଦେଖିବାକୁ ମିଳୁନାହିଁ।

କଂଗ୍ରେସ ସମୟରେ ଯେତେବେଳେ ବି ଦରଦାମ ବଢିଛି, ଲୋକେ ଉତ୍ତ୍ୟକ୍ତ ହୋଇଛନ୍ତି। ସରକାର ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି। ଗୋଟେ ସମୟରେ ଅଟଳ ବିହାରୀ ସରକାର ପିଆଜ ଦର ଲାଗି ହାରିଥିଲା। ମନମୋହନ ସିଂ ଲୋକଙ୍କ ଆସ୍ଥା ହରାଇବା ପଛରେ ମୁଦ୍ରାସ୍ଫୀତି ଏକ ବଡ କାରଣ ଥିଲା। କଂଗ୍ରେସ ସରକାର ସମୟରେ ପିଆଜ ଦର ଟଙ୍କାଟେ ବଢିଗଲେ ବିଜେପି ସଂସଦରୁ ସଡକ ହୁଲସ୍ତୁଲ କରି ପକାଉଥିଲା। ବିଜେପି ନେତା ଓ ଲୋକ ପ୍ରତିନିଧିମାନେ ପିଆଜ ଓ ଟମାଟୋ ମାଳ ବେକରେ ପକାଇ ଧାରଣାରେ ବସଥିଲେ। ହେଲେ ଆଜି ଦରବୃଦ୍ଧି ବିରୋଧରେ ପଦେ କହିବାକୁ ସାଧାରଣ ଜନତାର ଏତେ ଭୟ କାହିଁକି? ଲୋକଙ୍କ ଭିତରେ ପ୍ରତିବାଦ ମରିଯାଇଛି କାହିଁକି? ଦେଶର ସବୁ ପ୍ରସଙ୍ଗ ଓ ସଙ୍କଟକୁ ଆଜି କଂଗ୍ରେସ ବନାମ ବିଜେପି କରି ଭାଗ କରିଦିଆଯାଇଛି। ସରକାର ବିରୋଧରେ ଯେ କହିଲା ସେ କଂଗ୍ରେସର ଚାମଚା, ନଚେତ ଦେଶଦ୍ରୋହୀ। ତେଣୁ ଆଜି ଦରଦାମ ବଢିଲେ କାହାର କିଛି କହିବାର ନାହିଁ।

ଗତ ତିନିମାସ ଧରି ଅନିୟନ୍ତ୍ରିତ ଭାବରେ ପିଆଜ, ଡାଲି, ଖାଇବା ତେଲ ଇତ୍ୟାଦିର ଦର ବଢିଛି। ଏପଟେ, ମୁଦ୍ରାସ୍ଫୀତି ନିୟନ୍ତ୍ରଣ ବାହରାକୁ ଚାଲି ଯାଉଛି। ଅର୍ଥନୀତିର ସାଧାରଣ ନିୟମ ହେଉଛି, ମୁଦ୍ରାସ୍ଫୀତି ନିୟନ୍ତ୍ରଣରେ ଅଛି ମାନେ, ଦର ଦାମ ବଢିବା କଥା ନୁହଁ। ତାହେଲ ବଢୁଛି କେମିତି? ଏହାର ଉତ୍ତର ହେବ, ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବାକୁ ଯାଇ ଚାଷୀକୁ ସରକାର ଉଚିତ ମୂଲ୍ୟ ଦେଉ ନାହାନ୍ତି। ଅପରପକ୍ଷେ ପିଆଜର ଦଲାଲି ଓ କଳାବଜାରକୁ ନିୟନ୍ତ୍ରଣ କରାଯାଉନି। ପିଆଜର ଆବଶ୍ୟକତା ତୁଳନାରେ ବଜାରରେ କମ ଉତ୍ପାଦନ ଥିବାରୁ ଏହାର ଲାଭ ବ୍ୟବସାୟୀ ଉଠାଉଛି। ଚାଷୀ ବେଚାରା ଯେଉଁ କ୍ଷତିରେ ଥିଲା, ସେଇ କ୍ଷତିରେ ଆଜି ମଧ୍ୟ ରହିଛି। ସରକାର ମାସମାସ ଧରି କଳାବଜାରୀଙ୍କ ପେଟ ପୋଷି ଚାଲିଛନ୍ତି। ଏକଥା କହିଲେ, ଭକ୍ତଙ୍କ ମୁଣ୍ଡରେ ପିତ୍ତ ଚଢିଯିବ। ଦେଶର ଅର୍ଥନୀତି ଏମିତି ଗୋଟେ ଭୟଙ୍କର ସ୍ଥିତିରେ ପହଞ୍ଚିଛି, ଯେଉଁଠି କେତେବେଳେ କିଛି ବି ଘଟିପାରେ।

ଆମ ସରକାର ଅର୍ଥନୀତିକୁ ମଧ୍ୟ ନିଜର ଟ୍ରୋଲ ଜରିଆରେ ଚଳାଇବାକୁ ଚାହୁଁଛନ୍ତି। ଯାହାର ପରିଣତି ସ୍ଵରୂପ ଆମର ସାମାଜିକ ଓ ଅର୍ଥନୈତିକ ଜୀବନ ଘୋର ସଙ୍କଟ ଆଡକୁ ଗତି କରୁଛି। ଆଗରୁ ପିଆଜ ଦର ଅତି ବେଶୀରେ ମାସେ ବଢୁଥିଲା ଓ ନୂଆ ପିଆଜ ବଜାରକୁ ଆସିବା ପରେ ଦର ନିୟନ୍ତ୍ରଣକୁ ଚାଲି ଆସୁଥିଲା। ପ୍ରାୟ ତିନିମାସ ଧରି ଚଢା ଦରରେ ପିଆଜ ବିକ୍ରି ହେବା ଓ ଏହାର ଲାଭ, ଚାଷୀଙ୍କୁ ନ ମିଳିବା, ମୋଦୀ ସରକାରର ଅପାରଗତାକୁ ସୂଚେଇ ଦେଉଛି। ହେଲେ ଏକଥା ଯିଏ କହିବ, ସେ ଦେଶଦ୍ରୋହୀ ବୋଲାଇବ କିମ୍ବା ପାକିସ୍ତାନ ପଳା ବୋଲି ନୋଟିସ ପାଇବ!!

ତେଣୁ ଆମେ କହୁଛୁ- ପିଆଜ  କିଲୋ ସତୁରୀ ଟଙ୍କା ହେଉ କି ସାତଶହ , ଆମେ ଭାଇ ସରକାର ବିରୋଧରେ କିଛି ବି କହିବୁ ନାହିଁ।

 

kedarmishra OnionPrice କେଦାର ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.