Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଘନ କୁହୁଡ଼ିରେ ଟ୍ରେନ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା
ବିଶେଷ ଖବର

ଘନ କୁହୁଡ଼ିରେ ଟ୍ରେନ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

November 27, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ପୂର୍ବତଟ ରେଳବାଇ ପକ୍ଷରୁ ଘନ କୁହୁଡିରେ ଟ୍ରେନ୍‌ ଚାଳନା ନେଇ ସତର୍କ ସୂଚନା ଜାରି କରାଯାଇଛି। ରାତ୍ରି ସମୟ ଠାରୁ ପ୍ରାତଃ କାଳ ସମୟରେ ଘନ କୁହୁଡ଼ିକୁ ସାମ୍ନା କରି ରେଳ ଚଳାଚଳ କରାଇବାକୁ ଏହାର କାର୍ଯ୍ୟଶକ୍ତିକୁ ପ୍ରସ୍ତୁତ ରଖିବା ସହ କୁହୁଡି ପ୍ରଭାବିତ କ୍ଷେତ୍ରରେ ସାବଧାନ ଅବଲମ୍ବନ କରିବାକୁ କର୍ମଚାରୀ ମାନଙ୍କୁ ନିର୍ଦେଶ ଦେଇଛି। ଘନ କୁହୁଡି ପରିସ୍ଥିତିରେ ପୂର୍ବତଟ ରେଳପଥ ଟ୍ରେନ ପରିଚାଳନା ସମ୍ବନ୍ଧରେ ଏହାର ନିର୍ଧାରିତ ପ୍ରକ୍ରିୟାକୁ କାର୍ଯ୍ୟକାରୀ କରିବାରେ ସକ୍ଷମ ଅଛି।

ଟ୍ରେନ ଚଳାଚଳ କ୍ଷେତ୍ରରେ ନିରାପତ୍ତାକୁ ପ୍ରାଧାନ୍ୟ ଦିଆଯାଇ ଅଧିକ କୁହୁଡି ସମୟରେ ଟ୍ରେନର ଗତିକୁ ନିୟନ୍ତ୍ରଣ କରିବାକୁ ଟ୍ରେନ ଚାଳକ ମାନଙ୍କୁ କୁହାଯାଇଛି। ଟ୍ରେନ ର ଗତି ଯେପରି ୬୦ କି.ମି. ପ୍ରତି ଘଣ୍ଟା ଅତିକ୍ରମ ନକରେ ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଛି। ଟ୍ରେନ ଚାଳକ ଓ ଗାର୍ଡ ମାନଙ୍କୁ ନିର୍ଦେଶ ଦିଆଯାଉଅଛି ଯେ ସେମାନେ ଘନ କୁହୁଡି ଅଞ୍ଚଳରେ ଯାତ୍ରୀ ମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଟ୍ରେନକୁ ଧୀରେ ଚଳାଇବେ।

ଘନ କୁହୁଡିରେ ଡିଟୋନେଟର ପ୍ରୟୋଗ :

ଘନ କୁହୁଡ଼ିରେ ଯଦି ଟ୍ରେନ ଚାଳକ ସିଗ୍ନାଲ ଗୁଡିକୁ ଦେଖିବାକୁ ସକ୍ଷମ ହୋଇନପାରନ୍ତି, ତେବେ ସିଗ୍ନାଲ ଖୁଣ୍ଟ ପୂର୍ବରୁ ଶବ୍ଦ ସୃଷ୍ଟିକରୁଥିବା ଡିଟୋନେଟରକୁ ପ୍ରୟୋଗ କରାଯାଏ। ଯାହା ଫଳରେ ଟ୍ରେନ ସଂକେତ ପାଖରେ ରହି ପାରିବ। ଏହି ଡିଟୋନେଟର ଚେପଟା, ଡିସ୍କ ଭଳି ମେଟାଲ କଣ୍ଡକ୍ଟର ଓ ସାଧାରଣତଃ ନାଲି ରଙ୍ଗ ଯାହାକି ଟ୍ରେନ ଚକ ତଳେ ବିସ୍ଫୋରକ ଶବ୍ଦ ସୃଷ୍ଟି କରିପାରୁଥିବ।

କର୍ମଚାରୀମାନଙ୍କୁ ପ୍ରଶିକ୍ଷଣ ଓ ପରାମର୍ଶ :

ଷ୍ଟେସନ ମ୍ୟାନେଜର ମାନଙ୍କୁ ପର୍ଯ୍ୟାପ୍ତ ମାତ୍ରାରେ ଡିଟୋନେଟର ଯୋଗାଇ ଦିଆଯାଇ ଘନ କୁହୁଡି ଥିବା ସମ୍ବେଦନଶୀଳ ସ୍ଥାନମାନଙ୍କରେ ବ୍ୟବହାର କରିବାକୁ କୁହାଯାଇଅଛି। ଘନ କୁହୁଡି ଥିବା ସ୍ଥାନମାନଙ୍କରେ ଟ୍ରେନ ଚାଳକ ମାନଙ୍କୁ ସଂକେତ ଦେବାପାଇଁ ଡିଟୋନେଟର ପ୍ରୟୋଗ କରିବାକୁ ଷ୍ଟେସନ, କେବିନ ଏବଂ ଗେଟ ମାନଙ୍କରେ ଥିବା କର୍ମଚାରୀ ମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ସହ ସଠିକ ଉପଯୋଗ କରିବାକୁ ପରାମର୍ଶ ଦିଆଯାଇଛି।

ଟ୍ରେନ ଗାର୍ଡ ମାନଙ୍କୁ ପରାମର୍ଶ :

ଘନ କୁହୁଡ଼ିଥିବା ଅଞ୍ଚଳରେ ଟ୍ରେନ ଚାଳକ ମାନେ ଯେପରି ସ୍ଥିରୀକୃତ ସ୍ପିଡ଼ ଲିମିଟକୁ ଅତିକ୍ରମ ନକରିବେ ସେଥିପାଇଁ ବିଶେଷ ଧ୍ୟାନ ଦେବାକୁ ଟ୍ରେନ ଗାର୍ଡ ମାନଙ୍କୁ ପରାମର୍ଶ ଦିଆଯାଇଅଛି। କୁହୁଡି ସମୟରେ ଦିନରେ ମଧ୍ୟ ଧପଧପି ଏଲ.ଇ.ଡି ଲ୍ୟାମ୍ପ ବ୍ୟବହାର କରିବାକୁ ଗାର୍ଡ ମାନଙ୍କୁ କୁହାଯାଇଛି।

ଟ୍ରେନ ପଛ ଡବାରେ ଓ ଲେବଲ କ୍ରସିଂରେ ଚକମକି ସଂକେତ ଚିହ୍ନ ପ୍ରୟୋଗ :

ଜଗୁଆଳି ଥିବା ଲେବଲ କ୍ରସିଂ ଗେଟରେ ବ୍ୟାରିୟରରେ ଚକମକି ସଂକେତ ଚିହ୍ନ ପ୍ରୟୋଗ କରାଯାଇଅଛି। ସେହିପରି ଟ୍ରେନର ପଛ ଡବାରେ ଏହି ଭଳି ସଂକେତ ଚିହ୍ନକୁ ମଧ୍ୟ ଉପଯୋଗ କରାଯାଇଅଛି।

ଶୀତ ସମୟରେ ପାଟ୍ରୋଲିଙ୍ଗ ଓ ଟ୍ରେନ ଇଂଜିନରେ ନିରୀକ୍ଷଣ :

ଶୀତଦିନ ମାନଙ୍କରେ ଘନ କୁହୁଡି ସୃଷ୍ଟି ହେଉଥିବା ସମ୍ବେଦନଶୀଳ ଅଞ୍ଚଳମାନଙ୍କରେ ରେଳ କର୍ମଚାରୀମାନଙ୍କୁ ପାଟ୍ରୋଲିଙ୍ଗ କରିବା ପାଇଁ କୁହାଯାଇଅଛି। ଯାହା ଫଳରେ ଟ୍ରେନ ଚଳାଚଳରେ ଯେପରି ବ୍ୟାଘାତ ନଉପୁଯିବ। ଏହା ବ୍ୟତୀତ ଅକସ୍ମାତ ତନଖି ସହ ଟ୍ରେନ ଇଂଜିନ ମାନଙ୍କରେ ଅତର୍କିତ ରାତି ଅଧିଆ ଓ ଭୋର ସମୟ ମାନଙ୍କରେ ନିରୀକ୍ଷଣ କରାଯାଉଅଛି।

ଟ୍ରେନ ଚାଳକ ଓ ସହାୟକ ଚାଳକ ମାନଙ୍କୁ ପରାମର୍ଶ :

ଯେହେତୁ ଟ୍ରେନ ଯାତ୍ରା କରୁଥିବା ଯାତ୍ରୀ ମାନଙ୍କ ନିରାପତ୍ତାକୁ ରେଳବାଇ ପକ୍ଷରୁ ପ୍ରାଥମିକତା ଦିଆଯାଉଅଛି, ସେଥିପାଇଁ କୁହୁଡି ସମୟରେ ସାବଧାନତା ଅବଲମ୍ବନ କରାଯିବାକୁ ପ୍ରତି ଟ୍ରେନ ଚାଳକ ମାନଙ୍କୁ ନିର୍ଦେଶ ଦିଆଯାଇଅଛି। ଯେତେବେଳେ ଟ୍ରେନ ଚାଳକ ନିଜେ ଅନୁଭବ କରିବେ ଯେ ଘନ କୁହୁଡି ଯୋଗୁଁ ଦୃଶ୍ୟମାନ ହେବାକୁ ପ୍ରତିବନ୍ଧକ ଅଛି, ସେତେବେଳେ ସେମାନେ କୌଣସି ଶଙ୍କା ନକରି ଟ୍ରେନ ର ବେଗକୁ କମାଇ ପାରିବେ ବା ଚଳାଚଳକୁ ବନ୍ଦ କରିପାରିବେ। ଏହି ସମୟରେ ଟ୍ରେନର ଗତି ଯେପରି ୬୦ କି.ମି. ପ୍ରତି ଘଣ୍ଟା ଅତିକ୍ରମ ନକରେ ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଅଛି। ଘନ କୁହୁଡି ଯୋଗୁଁ ଦୃଶ୍ୟମାନ ହେଉନଥିବା ଅଞ୍ଚଳମାନଙ୍କରେ କ୍ରମାଗତ ଭାବେ ସୁଷୁରୀ (ହୁଇସିଲ) ମାରିବାକୁ କୁହାଯାଇଅଛି, ଯେପରିକି ପାଖରେ ଥିବା ଗେଟମ୍ୟାନ ଓ ରାସ୍ତା ବ୍ୟବହାରକାରୀମାନେ ଟ୍ରେନ ଆସୁଥିବାର ସଙ୍କେତ ଶୁଣିପାରିବେ।

fog Indian Railway speed
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Latest News

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.