Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶୀରେ ତ୍ରିବେଣୀ ଓ ମୋହିନୀ ଆଟ୍ଟମରେ ଜୀବନଉଛ୍ୱାସ ମନ ମୋହିଲା କୋଣାର୍କ ଉତ୍ସବ
ବିଶେଷ ଖବର

ଓଡିଶୀରେ ତ୍ରିବେଣୀ ଓ ମୋହିନୀ ଆଟ୍ଟମରେ ଜୀବନଉଛ୍ୱାସ ମନ ମୋହିଲା କୋଣାର୍କ ଉତ୍ସବ

December 4, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କୋଣାର୍କ, ୪/୧୨: ଅର୍କକ୍ଷେତ୍ର କୋଣାର୍କର ସୂର୍ଯ୍ୟମନ୍ଦିର ପାଦଦେଶରେ ଓଡିଶା ପର୍ଯ୍ୟଟନ ବିଭାଗ ଆୟୋଜିତ କୋଣାର୍କ ଉତ୍ସବର ତୃତୀୟ ସଂଧ୍ୟା ପୁରାଣ ପ୍ରସଙ୍ଗ ଓ ଜୀବନ ଦର୍ଶନକୁ ଶାସ୍ତ୍ରୀୟ ନୃତ୍ୟରେ ପ୍ରକ୍ଷାପିତ କରିଥିଲା । ସୁଦୃଶ୍ୟ ଆଲୋକର ସାଜସଜ୍ଜା ଓ ଭରପୁର ଦର୍ଶକ ଗ୍ୟାଲେରୀ ମଧ୍ୟସ୍ଥ ମୁକ୍ତାକାଶ ମଂଚରୁ ଓଡିଶୀ ଏବଂ ମୋହିନୀ ଆଟ୍ଟମ୍ ନୃତ୍ୟାୟିତ ଛନ୍ଦ ସହ ନୂପୁରର ଝଙ୍କାର ଝରି ଆସିଥିଲା । ଗୁରୁ ସ୍ୱପ୍ନାରାଣୀ ସିହ୍ନା ଓ ନୃତ୍ୟନିଳୟ ଅନୁଷ୍ଠାନର ଶିଳ୍ପୀଗଣ ମଂଚ ପ୍ରବେଶ କରିଥିଲେ ବେଦର ଅଗ୍ନିସୁକ୍ତ ଆଧାରିତ ଅଗ୍ନିସ୍ତୁତିକୁ ନେଇ । ପରେ ପରେ ନୃତ୍ୟ ନାଟିକା ତ୍ରିବେଣୀ ସଂଗମ ପବିତ୍ର ଗଙ୍ଗା, ଯମୁନା, ସରସ୍ୱତୀ ନଦୀର ମହିମା ସହ ଆଧ୍ୟାତ୍ମିକ ପୃଷ୍ଠଭୂମି ସମ୍ବଳିତ ଧର୍ମୀୟ ବିଶ୍ୱାସର ଭାବଧାରାକୁ ତୋଳି ଧରିଥିଲେ । ଗୁରୁ ରାମହରି ଦାସଙ୍କ ରଚନା ଓ ସଂଗୀତ ସଂଯୋଜନାକୁ ନେଇ ପ୍ରସ୍ତୁତ ତ୍ରିବେଣୀ ସଂଗମରେ ଗୀତ-ବାଦ୍ୟ ଓ ନୃତ୍ୟର ସଂଗମ ମଧ୍ୟ ପରିଲିକ୍ଷିତ ହୋଇଥିଲା ।


ଦ୍ୱିତୀୟ ଚରଣରେ ମୋହିନୀ ଆଟ୍ଟମର ସୁପ୍ରସିଦ୍ଧ ଗୁରୁ ଜୟପ୍ରଭା ମେନନ୍ ଓ ସାଥୀ ଶିଳ୍ପୀ ଶ୍ରୀଜୟଦେବ କୃତ ଗୀତ ଗୋବିନ୍ଦମର ଚର୍ଚ୍ଚିତ ଅଷ୍ଟପଦୀ ଚନ୍ଦନ ଚର୍ଚ୍ଚିତ ନୀଳ କଳେବର ର ଉପସ୍ଥାପନା କରିଥିଲେ । ଗୁରୁ ମେନନ୍ ଙ୍କ ଦ୍ୱିତୀୟ ଅର୍ଘ୍ୟରେ ଜୀବନର ଉଛ୍ୱାସ ଅତି ନିଖୁଣ ଭାବେ ମଚଂସ୍ଥ ହୋଇଥିଲା । ପ୍ରକୃତି ଓ ପୁରୁଷ ର ମିଳନ ରୁ ସଂଜାତି ସୃଷ୍ଟି ଜୀବନର ଆନନ୍ଦ ତତ୍ୱକୁ ପ୍ରକାଶ କରି ଆସିଛି ଓ ଏହି ଉପଲବ୍ଧି ହିଁ ଜୀବନ ଜିଜ୍ଞାସାର ମୂଳତତ୍ତ୍ବ ଯାହା ଶାସ୍ତ୍ରୀୟ ନୃତ୍ୟରେ ପ୍ରତିଭାତ ହୋଇଥିଲା । ମୋହିନୀ ଆଟ୍ଟମର ଅନ୍ତିମ ପ୍ରସ୍ତୁତିରେ ଜୀବ, ମୋକ୍ଷ ଓ ଉପସଂହାରର ଆବେଗକୁ ପ୍ରକାଶ କରିଥିଲା ।

ସଂଧ୍ୟାର ଅତିଥି ଭାବେ ପ୍ରିନ୍ସିପାଲ ଏ. ଜି. ଯଶୋଧାରା ରାୟ ଚୈଧୁରୀ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ୍, ସଂଗୀତ ନାଟକ ଏକାଡେମୀ ସଚିବ ଡ. ବିଜୟ କୁମାର ଜେନା, ଓଡିଶୀ ଗବେଷଣା କେନ୍ଦ୍ର ମୁଖ୍ୟ ଡ.ସଂଗୀତା ଗୋସାଇଁ ଯୋଗ ଦେଥ ପ୍ରଦୀପ ପ୍ରଜ୍ୱଳନ ସହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଡ. ମୃତ୍ୟୁଞ୍ଜୟ ରଥ ଓ ଡ. ସାଧନା ଶ୍ରୀବାସ୍ତବ, ମଂଚ ସଂଚାଳନା କରିଥିବା ବେଳେ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀ ଉତ୍ପଳ କୁମାର ପତି, ଡ. ରତିକାନ୍ତ ପଟ୍ଟନାୟକ, ବିଜୟ କୁମାର ଜେନା, ସରୋଜ କାନ୍ତ ପ୍ରଧାନ ପ୍ରଭୁତି କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା ପ୍ରଦାନ କରିଥିଲେ ଏବଂ ଗଣ ମାଧ୍ୟମକୁ ତଥ୍ୟ ଯୋଗାଇବାରେ ସହଯୋଗ କରିଥିଲେ ସୁଶାନ୍ତ କୁମାର ପାଣିଗ୍ରାହୀ ଓ ବିଷ୍ଣୁ ପ୍ରସାଦ ସିଂହ ।

KonarkFestival କୋଣାର୍କ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026
Latest News

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.