Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁରୀ ପରି ଲିଙ୍ଗରାଜ ମନ୍ଦିର ମଧ୍ୟ ହେବ ବିଶ୍ବ ସ୍ତରୀୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ବଡ ଘୋଷଣା
ବିଶେଷ ଖବର

ପୁରୀ ପରି ଲିଙ୍ଗରାଜ ମନ୍ଦିର ମଧ୍ୟ ହେବ ବିଶ୍ବ ସ୍ତରୀୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ବଡ ଘୋଷଣା

December 12, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପୁରୀ ପରି ଲିଙ୍ଗରାଜ ମନ୍ଦିର ମଧ୍ୟ ହେବ ବିଶ୍ବ ସ୍ତରୀୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ବଡ ଘୋଷଣା

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପରି ଏକାମ୍ର କ୍ଷେତ୍ରକୁ ମଧ୍ୟ ଆନ୍ତର୍ଜାତୀୟ ସ୍ତରର କରାଯିବ। ଲିଙ୍ଗରାଜ ମନ୍ଦିରର ପାରିପାର୍ଶିକ ବିକାଶ ସହିତ ଏକ ଉଚ୍ଚ କୋଟୀର ଧର୍ମ କ୍ଷେତ୍ରରେ ପରିଣତ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏକ ବଡ ଘୋଷଣା। ଏହି ପ୍ରାଚୀନ ଐତିହ୍ୟର ଚତୁଃପାର୍ଶ୍ଵ ପାଇଁ ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଉଛନ୍ତି ନୂଆ ଯୋଜନା “ପରିବ୍ୟାପ୍ତ ଏକାମ୍ର କ୍ଷେତ୍ର ଯୋଜନା”। ଏହି ଯୋଜନାରେ ରହିଛି ଏକ ଆକର୍ଷଣୀୟ ପ୍ରବେଶ ପଥ ନିର୍ମାଣ, ବିନ୍ଦୁ ସାଗର ପୁନରୁଦ୍ଧାର, ନିକଟସ୍ଥ ବିଭିନ୍ନ ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ, ଇ- ଅଟୋ ପ୍ରୋଗ୍ରାମ, ଐତିହ୍ୟ ବ୍ୟାଖ୍ୟାନ କେନ୍ଦ୍ର ଏବଂ ଥଇଥାନ ଆଦି ୯ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିବା ସହ ଏକ ହଜାର ବର୍ଷର ପୁରୁଣା ଲିଙ୍ଗରାଜ ମନ୍ଦିରର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମସ୍ତେ ତ୍ୟାଗ କରିବାକୁ ଜନ ସାଧାରଣଙ୍କୁ ମଧ୍ୟ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଯାହା ନିଷ୍ପତି କରାଯାଇଛି ସେଗୁଡିକ ହେଲା

୧-ଲିଙ୍ଗରାଜ ଥାନା ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସକୁ ଅନ୍ୟତ୍ର ସ୍ଥାନାନ୍ତରଣ
୨-ଟ୍ରାଫିକ ହ୍ରାସ ଓ ଯାତାୟତର ସୁବିଧା ପାଇଁ ତାଳେଶ୍ୱର ଛକଠାରୁ ବଢ଼େଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ
୩- ମନ୍ଦିର ନିକଟସ୍ଥ ଚାରିଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା
୪-ଲିଙ୍ଗରାଜ ମନ୍ଦିର ସମ୍ମୁଖ ଭାଗରେ ଉଦ୍ୟାନ ନିର୍ମାଣ
୫-ମନ୍ଦିର ଚାରି ପାଖରେ ପରିକ୍ରମା ପାଇଁ ପଥ ନିର୍ମାଣ
୬-ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ
୭-ବିନ୍ଦୁସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ଗ୍ରହଣ

୮-କେଦାରଗୌରୀ, ପାପନାସିନୀ, ଗୋଦାବରୀ, କୋଟିତୀର୍ଥ, ଗଙ୍ଗାଯମୁନା ଏବଂ ଦେବୀପାଦହରା ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସଂରକ୍ଷଣ

କ୍ଷତିଗ୍ରସ୍ତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା

୧-ଜୀବିକା ହରାଉଥିବା ଉଠାଦୋକାନୀଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ଏକକାଳୀନ ସହାୟତା ଏବଂ ଭେଣ୍ଡିଂ ଜୋନ୍ କରାଯାଇ ସେମାନଙ୍କୁ ଥଇଥାନ
୨-ପକ୍କା ଘର ଦୋକାନ ବ୍ୟବସାୟୀଙ୍କୁ ୧୨ ମାସ ନିମନ୍ତେ ମାସିକ ମିଳିବ ୧୦ ହଜାର ଟଙ୍କାର ସହାୟତା

୩- ବିଏମସି, ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟ୍ କିମ୍ବା ନୂତନ ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ କରାଯାଇ ସଂପୃକ୍ତ ବ୍ୟବସାୟୀମାନଙ୍କୁ ଥଇଥାନ
୪-ସ୍ଥିତିବାନ ଆବାସିକ ଗୃହ, ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ

ଲୋକସେବା ଭବନରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ସବୁ ନିଷ୍ପତି ନିଆଯାଇଛି। ଏହା ଦ୍ବାରା ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟ ଫେରିପାଇବା ସହ ପର୍ଯ୍ୟଟକ ତଥା ଭକ୍ତମାନେ କୌଣସି ଅସୁବିଧାର ଯେପରି ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯାଇଛି। ଗତ ସପ୍ତାହରେ ଫାଇବ-ଟି ସଚିବ ଭି.କେ ପାଣ୍ଡିୟାନ ଭୋର ୪ଟାରୁ ଯାଇ ଲିଙ୍ଗରାଜ ମନ୍ଦିରର ଆଧୁନିକକରଣ ଉପରେ ଆଲୋଚନା କରିଥିଲେ। ସେତେବେଳେ ସେ ସେଠାରେ ଥିବା ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରି ଏକ ରୂପରେଖ ପ୍ରସ୍ତୁତ କରିଥିଲେ। ସେହି ରିପୋର୍ଟ ଅନୁସାରେ ଆଜି ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଧିକାରୀଙ୍କ ସହିତ ଆଲୋଚନା କରି ଏହି ବଡ ଘୋଷଣା କରିଛନ୍ତି।

LingarajTemple ଏକାମ୍ର କ୍ଷେତ୍ର ନବୀନ ପଟ୍ଟନାୟକ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.