Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଶ୍ରୀଜଗନ୍ନାଥ ହେରିଟେଜ୍‌ କରିଡର ଚିଠା ଲୋକାର୍ପିତ
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଶ୍ରୀଜଗନ୍ନାଥ ହେରିଟେଜ୍‌ କରିଡର ଚିଠା ଲୋକାର୍ପିତ

December 30, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, ୩୦/୧୨: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀଜଗନ୍ନାଥ ହେରଟେଜ୍‌ କରିଡର ଚିଠା (ଆର୍କିଟେକଚର୍‌ ପ୍ଲାନ୍‌) ଓଡ଼ିଶାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏହି ଚିଠା ସମ୍ପର୍କରେ ଜନସାଧାରଣ ସେମାନଙ୍କର ମୂଲ୍ୟବାନ ମତକୁ ଇମେଲ ଜରିଆରେ ୨୦୨୦ ଜାନୁଆରୀ ୧୫ ସୁଦ୍ଧା ଶ୍ରୀମନ୍ଦିରର ପ୍ରଶାସନକୁ ପଠାଇବା ନିମେନ୍ତ ପରାମର୍ଶ ଦେଇଛନ୍ତି। ଜନସାଧାରଣଙ୍କ ପ୍ରସ୍ତାବକୁ ତର୍ଜମା କରାଯାଇ ଚୂଡ଼ାନ୍ତ ସ୍ଥପତି ଶୈଳୀର ରୂପରେଖ ଫେବୃଆରୀ ମାସରେ ପ୍ରକାଶିତ ହେବ। ଏହି କାର୍ଯ୍ୟକ୍ରମରେ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦଙ୍କ ସମେତ ମୁଖ୍ୟଶାସନ ସଚିବ ଓ ବରିଷ୍ଠ ପଦାଧିକାରୀପ୍ରମୁଖ ଉପସ୍ଥିତ ରହିଥିଲେ।

ମତାମତା ପଠାଇବା ପାଇଁ ଇମେଲ : Jagannath.or@nic.in

ସେହିପରି ଶ୍ରୀଜଗନ୍ନାଥ ମନ୍ଦିରର ଐତିହ୍ୟ କରିଡର ପାଇଁ ଯେଉଁ ମଠ ଓ ବ୍ୟକ୍ତିବିଶେଷମାନେ ଜମି ଦେଇଛନ୍ତି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏବଂ ଏହି କାର୍ଯ୍ୟ ପାଇଁ ସମ୍ପୃକ୍ତ ଜମି ଦାନ କରିଥିବା ବ୍ୟକ୍ତବିଶେଷଙ୍କର ନାମ ଐତିହ୍ୟ କରିଡରରେ ଏକ ଫଳରେ ସବୁଦିନ ପାଇଁ ସ୍ଥାନିତ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଏହି ଐତିହ୍ୟ କରିଡର ପାଇଁ ଅଧିଗୃହୀତ ସମସ୍ତ ଜମି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ରେକର୍ଡ କରାଯିବ ବୋଲି ଘୋଷଣା କରାଯାଇଛି।

ଲୋକାର୍ପିତ ହୋଇଥିବା ଚିଠା ‘ଆର୍କିଟେକଚର୍‌ ପ୍ଲାନ୍‌’ କେବଳ କରିଡରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ସୁବିଧା ସୁଯୋଗର ବିକାଶ ମଧ୍ୟରେ ସୀମିତ ଅଟେ। ଶ୍ରୀମନ୍ଦିର ସୁରକ୍ଷା ନିମନ୍ତେ ଯୋଜନା ପ୍ରସ୍ତୁତି ଦାୟିତ୍ବ ଏସଂକ୍ରାନ୍ତରେ ଖ୍ୟାତି ଅର୍ଜନ କରିଥିବା ବୃତ୍ତିଧାରୀମାନଙ୍କୁ ଅର୍ପଣ କରିବା ପାଇଁ ସ୍ଥିର କରାଯାଇଛି।

ପୁରୀକୁ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ସାମିଲ୍‌ କରିବା ନେଇ ରାଜ୍ୟସରକାର ପୁରୀର ବିକାଶ ଦିଗରେ ବିଶେଷ ଗୁରୁତ୍ବ ଦେଇଛନ୍ତି। ପୁରୀଧାମରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡ଼ି ବ୍ୟବସ୍ଥା କରାଯିବା ସହିତ ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ। ଯାତ୍ରୀମାନଙ୍କ ପାଦ ଓ ହାତ ଧୋଇବା ନିମେନ୍ତ ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସିଟିଭି ବ୍ୟବସ୍ଥା ସହିତ ପିଇବା ପାଣି ଓ ଶୌଚାଳୟର ବିକାଶ କରାଯିବ। ଶ୍ରୀମନ୍ଦିର ଚତୁର୍ପାଶ୍ବରେ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରାଯିବ। ଶ୍ରୀଜଗନ୍ନାଥଙ୍କର ବିଭିନ୍ନ ବେଶ, ଦଶାବତାର ଏବଂ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ବ୍ୟବସ୍ଥା କରାଯିବ। ମୁକ୍ତାକାଶ ମଞ୍ଚରେ ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଦର୍ଶନର ଆୟୋଜନ ମଧ୍ୟ କରାଯିବ।

naveen pattanaik Puri
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026
Latest News

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ହରିଶ ରାଣାଙ୍କ ଇଚ୍ଛାମୃତ୍ୟୁକୁ ମଞ୍ଜୁର କଲେ ସୁପ୍ରିମକୋର୍ଟ: ଜାଣନ୍ତୁ ସଂପୂର୍ଣ୍ଣ ମାମଲା

March 11, 2026

ଟି-୨୦ ବିଶ୍ୱକପ୍ ପରେ ରାଙ୍କିଂ ଜାରି କଲା ଆଇସିସି: ସବୁ କ୍ଷେତ୍ରରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.