Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁକ୍ତେଶ୍ଵର ଓଡିଶୀ ଉତ୍ସବର ଦ୍ଵିତୀୟ ସନ୍ଧ୍ୟା, ପଲ୍ଲବୀ ଦାସଙ୍କ ମୋହିନୀ ମହକ
ବିଶେଷ ଖବର

ମୁକ୍ତେଶ୍ଵର ଓଡିଶୀ ଉତ୍ସବର ଦ୍ଵିତୀୟ ସନ୍ଧ୍ୟା, ପଲ୍ଲବୀ ଦାସଙ୍କ ମୋହିନୀ ମହକ

January 15, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟକୁ ଉପଭୋଗ କରିଥିଲେ । ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଶିବ ବନ୍ଦନା ଓଁ ନମଃ ଶିବାୟରୁ ଯାହାକୁ ପରିବେଶଣ କରିଥିଲେ ବିକାଶ ଶୁକଲା ଓ ସାଥୀ । ଓଡ଼ିଶୀ ନୃତ୍ୟର ଏକକ ପର୍ଯ୍ୟାୟରେ ଆମେରିକାରୁ ଆସିଥିବା ପଲ୍ଲବୀ ଦାସ ପ୍ରଥମେ ମଙ୍ଗଳା ଚରଣରେ ଶିବ ବନ୍ଦନା – ଶିବମ ଧୀମହି ପରିବେଷଣ କରିଥିଲେ। ଏହାର ନୃତ୍ୟ ସଂଯୋଜନା କରିଥିଲେ ଗୁରୁ ଅରୁଣା ମହାନ୍ତି ଓ ମଧୁଲିତା ମହାପାତ୍ର।   ପରେ ପରେ ବେଣୁଧର ଦାସଙ୍କ ରଚନାରେ ଅଭିନୟ କୃଷ୍ଣାନୁରାଗୀ ଯାହା ରାଗ ଝିନଝୋଟି ଓ ତାଳ ଖେମଟା ଉପରେ ପରିବେଶିତ ହୋଇଥିଲା । ଏହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ବିଚିତ୍ରାନନ୍ଦ ସ୍ୱାଇଁ, ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ରାମହରି ଦାସ ଓ ତାଳ ସଂଯୋଜନା କରିଥିଲେ ଗୁରୁ ଧନେଶ୍ୱର ସ୍ୱାଇଁ । ପଲ୍ଲବୀଙ୍କ ନୃତ୍ୟରେ ଲାସ୍ୟ ଓ ସ୍ଵାଭାବିକତାର ସୌନ୍ଦର୍ୟ ରହିଥିଲା।

ଯୁଗ୍ମ ନୃତ୍ୟ ପର୍ଯ୍ୟାୟରେ ସୁରଜ ସାହୁ ଓ ମୋନଜ ପ୍ରଧାନ ପ୍ରଥମେ ପରିବେଷଣ କରିଥିଲେ ତାଳ ଏକତାଳୀରେ ନିବଦ୍ଧ ଚକ୍ରବାକ ପଲ୍ଲବୀ।  ପରେ ପରେ ପରିବେଷିତ ହୋଇଥିଲା ଅର୍ଦ୍ଧନାରୀଶ୍ୱର, ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଦୁର୍ଗାଚରଣ ରଣବୀର । ସଂଧ୍ୟାର ଶେଷ କାର୍ଯ୍ୟକ୍ରମ ଥିଲା ଗୁରୁ ପଙ୍କଜ ଚରଣ ଓଡ଼ିଶୀ ରିସର୍ଚ ଫାଉଣ୍ଡେସନ ଦ୍ୱାରା ଦଳଗତ ଓଡ଼ିଶୀ ନୃତ୍ୟ । ସେମାନଙ୍କର ପ୍ରଥମ ପ୍ରସ୍ତୁତିରେ ଥିଲା ରାଗ ଶଙ୍କରାଭରଣ ଓ ତାଳ ଏକତାଳୀ ଉପରେ ପର୍ଯ୍ୟବସିତ ମଙ୍ଗଳାଚରଣ – ଓମ ନମଃ ଶିବାୟ।  ପରେ ପରେ ପରିବେଷିତ ହୋଇଥିଲା ଗତିବିଳାସ ପଲ୍ଲବୀ ଯାହାର ନୃତ୍ୟ ସଂରଚନା କରିଥିଲେ ଆଦିଗୁରୁ ପଙ୍ଗଜ ଚରଣ ଦାସ ।

ସନ୍ଧ୍ୟାର ଅତିଥିମାନେ ଥିଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ; ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୱାଳୟର କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ; ପର୍ଯଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଉତ୍ପଳ କୁମାର ପତି ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡ଼. ସଙ୍ଗୀତା ଗୋସାଇଁ । କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ ଡ଼. ମୃତ୍ତ୍ୟଞ୍ଜୟ ରଥ ଏବଂ ସଂହତି ପାଣି । ପର୍ଯ୍ୟଟନ ବିଭାଗର ସହ ନିର୍ଦ୍ଦେଶକ, ପର୍ଯ୍ୟଟନ ଅଧିକାରୀ ଓ ପର୍ଯ୍ୟଟନ ଉନ୍ନୟନ ନିଗମର ଅଧିକାରୀ ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026

UPI ଶୁଳ୍କ ଲାଗୁ କରିବାର ନିଷ୍ପତ୍ତି ଉପରେ କ୍ଷୁବ୍ଧ ମନ୍ତ୍ରୀ ସଞ୍ଜୟ ନିଷାଦ: ନିଜ ସରକାରଙ୍କୁ କଲେ ପ୍ରଶ୍ନ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026
Latest News

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.