Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ: ଦୁଇଜଣଙ୍କୁ ବାଧ୍ୟତାମୂଳକ ଅବସର, ଛଅଜଣଙ୍କ ପେନ୍‌ସନ୍‌ ସୁବିଧାକୁ ସ୍ଥାୟୀ ବନ୍ଦ
ଆଜିର ଖବର

ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ: ଦୁଇଜଣଙ୍କୁ ବାଧ୍ୟତାମୂଳକ ଅବସର, ଛଅଜଣଙ୍କ ପେନ୍‌ସନ୍‌ ସୁବିଧାକୁ ସ୍ଥାୟୀ ବନ୍ଦ

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ପଞ୍ଚମ କାର୍ଯ୍ୟକାଳରେ ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ ପୋଷଣ କରିଛନ୍ତି। ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ଗୁରୁତ୍ବ ଦେଇ ଆସୁଛନ୍ତି। ଦୁର୍ନୀତି ବିରୁଦ୍ଧରେ ତାଙ୍କ କଡା କାର୍ଯ୍ୟନୁଷ୍ଠାନ ଅଂଶ ସ୍ବରୂପ ମୁଖ୍ୟମନ୍ତ୍ରୀ ଆଜି 6ଜଣ ଅଧିକାରୀଙ୍କ ପେନସନ୍‌ ସୁବିଧା ସ୍ଥାୟୀ ଭାବରେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗତ ଅଗଷ୍ଟ ମାସରୁ ଏ ପର୍ଯ୍ୟନ୍ତ ୭୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବାବେଳେ ୧୫ ଜଣଙ୍କ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଆଜି ଦୁର୍ନୀତି ବିରୋଧୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିବା ଲାଞ୍ଚୁଆ ଅଧିକାରୀମାନଙ୍କ ମଧ୍ୟରେ ରହିଛନ୍ତି ଓବିସିସିର ପୂର୍ବତନ ଯନ୍ତ୍ରୀ ମୁଖ୍ୟ ତଥା ପରିଚାଳନା ନିର୍ଦ୍ଦେଶକ ସୁଧୀର କୁମାର ବଜେନ୍ଦ୍ର ନାରାୟଣ, ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓବିସିସିର ବରିଷ୍ଠ ପ୍ରୋଜେକ୍ଟ ମ୍ୟାନେଜର୍‌ ଅରୁଣ ଚରଣ ପରିଡା, ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ସବ୍‌ ଡିଭିଜନ୍‌ କାମାକ୍ଷାନଗରର ପ୍ରମୋଦ କୁମାର ବେହେରା, ପୁରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବ୍ରଜସୁନ୍ଦର ପଟ୍ଟନାୟକ, କଟକ ମହାନଗର ନିଗମର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଖଗେଶ୍ବର ସ୍ବାଇଁ ଏବଂ ସମ୍ବଲପୁର ରାସ୍ତା ଓ କୋଠାବାଡି ଡିଭିଜନର ଅବସରପ୍ରାପ୍ତ ଅଧୀକ୍ଷଣ ବିବେକାନନ୍ଦ ମହାନ୍ତି।

ସେହିପରି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଦୁଇଜଣ ଅଧିକାରୀ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ତହସିଲର ରେଭେନ୍ୟୁ ଇନ୍ସିପେକ୍ଟର ଈଶ୍ବରୀ ପ୍ରସାଦ ପୁରୋହିତ ଏବଂ ସୋନପୁର ଜିଲ୍ଲା ବୀରମହାରାଜପୁର ତହସିଲର ରେଭେନ୍ୟୁ ଇନ୍ସପେକ୍ଟର ଅରୁଣ କୁମାର ପୁରୋହିତ। ଏହି ଦୁଇ ରାଜସ୍ବ ବିଭାଗ ଅଧିକାରୀ ଏକାଧିକବାର ଭିଜିଲାନ୍ସ ଦ୍ବାରା ଧରା ପଡି ଜେଲ୍‌ ମଧ୍ୟ ଯାଇଥିଲେ।

 

କଡା ଆଭିମୁଖ୍ୟ ବାଧ୍ୟତାମୂଳକ ଅବସର ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.