Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦିଲ୍ଲୀର ଏ ଭୟଙ୍କର ନିଆଁ, ଏହାକୁ ଲିଭାଇବ କିଏ?
ବିଶେଷ ଖବର

ଦିଲ୍ଲୀର ଏ ଭୟଙ୍କର ନିଆଁ, ଏହାକୁ ଲିଭାଇବ କିଏ?

February 26, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ଗତ ଦୁଇଦିନ ହେଲା ଦେଶର ରାଜଧାନୀ ଦିଲ୍ଲୀ ଜଳୁଛି। ୧୯୮୪ ପରେ ସବୁଠୁ ବଡ ହିଂସା ଓ ଦଙ୍ଗାର ଶିକାର ହୋଇଥିବା ଦିଲ୍ଲୀ ସହରର ଏ ଅଶାନ୍ତି ଲାଗି ଦାୟୀ କିଏ? କାହିଁକି ଏ ଦେଶର ରାଜଧାନୀରେ ଆମର ଆଇନ ବ୍ୟବସ୍ଥା ବିଫଳ ହୋଇଛି? ଗତ ଦୁଇ ଦିନର ହିଂସାରେ ଜଣେ ପୋଲିସ ଅଧିକାରୀଙ୍କ ସମେତ ସାତ ଜଣ ଲୋକ ପ୍ରାଣ ହରାଇଲେଣି। ଶତାଧିକ ଲୋକ ଆହତ ହେବା ସହିତ ହଜାର ହଜାର ଘର ଓ ଦୋକାନ ପୋଡି ଯାଇଛି। ନାଗରିକତା ସଂଶୋଧନ ଆଇନର ପକ୍ଷ ଓ ପ୍ରତିପକ୍ଷ ଭାବରେ ଛିଡା ହୋଇ ଏହି ଦଙ୍ଗାର ସୂତ୍ରପାତ କରାଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ସମୟରେ ଯେଉଁ ବିଷମଞ୍ଜି ବୁଣା ଯାଇଥିଲା, ତାର ଅମଳ ସମୟ ଏବେ ଚାଲିଛି। କୌଣସି ଘଟଣାକୁ ଠିକ ଭାବରେ ବିଚାର ନକରି ନିଷ୍ପତ୍ତି ନେଲେ, ଏ ପ୍ରକାର ସ୍ଥିତି ଯେ ଉପୁଜିବ ତାହା ସ୍ଵାଭାବିକ।  ଏ କଥା କାହିଁକି ଘଟିଲା?

ଯେତେବେଳେ ଦେଶର ଅର୍ଥନୈତିକ ଅବସ୍ଥାକୁ ନେଇ ସରକାର ସବୁଠୁ ବେଶି ଚିନ୍ତା କରିବାର ଆବଶ୍ୟକତା ଥିଲା, ସେତେବେଳେ ପୂରା ଦେଶର ମୁଣ୍ଡରେ ଅର୍ଥନୀତିକୁ ବାହାର କରି ଧର୍ମକୁ ପୂରେଇ ଦିଆଗଲା। ଦେଶରେ ଅନୁପ୍ରବେଶକାରୀଙ୍କୁ ସବୁଠୁ ବଡ ସମସ୍ୟା ଭାବରେ ଉପସ୍ଥାପନ କରାଯିବା ଓ ଧର୍ମ ଆଧାରରେ ଅନୁପ୍ରବେଶକାରୀଙ୍କୁ ନାଗରିକର ସ୍ଵୀକୃତି ଦେବା ଲାଗି ମୋଦୀ ସରକାର ହଠାତ ତତ୍ପର ହୋଇ ଉଠିବାର କାରଣ ଅବଶ୍ୟ ଅତ୍ୟନ୍ତ ସ୍ପଷ୍ଟ। ଏହାକୁ ନେଇ ଦେଶର ସଙ୍ଖ୍ୟାଲଘୁଙ୍କ ମନରେ ଆଶଙ୍କା ସୃଷ୍ଟି ହେବ ଓ ଏହା ଦେଶର ଧର୍ମ ନିରପେକ୍ଷ ଆଦର୍ଶର ପରିପନ୍ଥୀ ବୋଲି ମୋଦୀ ସରକାର ଭଲ ଭାବରେ ଜାଣିଥିଲେ। ଏହାକୁ ନେଇ ଦେଶର ବିଭିନ୍ନ ରାଜ୍ୟରେ ବିବିଧ ପ୍ରତିକ୍ରିୟା ପ୍ରକାଶ ପାଇବ ବୋଲି ମଧ୍ୟ ସ୍ପଷ୍ଟ ଜଣାଥିଲା। ହୁଏତ ପ୍ରତିକ୍ରିୟା ଏତେ ବ୍ୟାପକ ବା ଉଗ୍ର ହେବା କଥା ସରକାର ଭାବି ନଥିବେ। ହେଲେ ଆରମ୍ଭରୁ ଏହାକୁ ନେଇ ଅସନ୍ତୋଷର ବାତାବରଣ ଆସିବ ଓ ତାହା ଆସୁ ବୋଲି ମୋଦୀ ସରକାର ଚାହିଁଛନ୍ତି। ଅର୍ଥନୀତି ତୁଳନାରେ ସାମ୍ପ୍ରଦାୟିକତାର ବିତର୍କକୁ ଜାଣିଶୁଣି ଲୋକଙ୍କ ଉପରେ ସରକାର ଲଦି ଦେଇଛନ୍ତି।

ପ୍ରଥମରୁ ଏହାକୁ ନେଇ ମତ ପାର୍ଥକ୍ୟ ରହିବ ଓ ସୋସିଆଲ ମିଡିଆରେ ଏହାକୁ ନେଇ କିଛିଟା ରୋଚକ ବିତର୍କରେ କଥା ସରିଯିବ ବୋଲି ସରକାରଙ୍କ ଚିନ୍ତା ଥିଲା। ହିନ୍ଦୁ ବନାମ ମୁସଲମାନ ବିବାଦରେ ସରକାରଙ୍କର ମୂଳ ବିଫଳତାକୁ ନେଇ ଆଉ ପ୍ରଶ୍ନ ଯେମିତି ନଉଠେ ସରକାର ସେ ବ୍ୟବସ୍ଥା କରିବାକୁ ନାଗରିକତା ସଂଶୋଧନ ଆଇନ କୁ ହଠାତ ଆଣିଥିଲେ। ତେବେ ଏ ବିଲ ଆଇନରେ ପରିଣତ ହେବା ପରେ ଏହାକୁ ନେଇ ଯେଉଁ ନିଆଁ ଲାଗିଛି, ସେଥିରେ ପୂରା ଦେଶର ସାମାଜିକ ସଂହତି ଓ ଅର୍ଥନୈତିକ ସ୍ଥିତି ଦୋହଲି ଯାଇଛି। ଗୋଟିଏ ପରେ ଗୋଟିଏ ରାଜ୍ୟକୁ ଏହି ଆଂଦୋଳନର ନିଆଁ ମାଡି ଚାଲିଛି। ଏହି ଆଇନ ବିରୋଧରେ ସ୍ଵତଃସ୍ଫୂର୍ତ୍ତ ବିରୋଧ ବଢି ଚାଲିଛି।

ଆରମ୍ଭରୁ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ଏହାକୁ କେବଳ ବିରୋଧୀଙ୍କ ନ୍ୟସ୍ତସ୍ଵାର୍ଥ ବୋଲି କହି ଆଡେଇଯିବାର ଉଦ୍ୟମ କରୁଥିଲେ। ଏହି ପ୍ରତିରୋଧ କେଉଁଠି କେଉଁଠି ହିଂସ୍ର ହେଉଥିବାବେଳେ ଅନେକ ସ୍ଥାନରେ ଏହା ସତ୍ୟାଗ୍ରହର ରୂପ ନେଉଛି। ଦେଶର ଖ୍ୟାତନାମା ବୁଦ୍ଧିଜୀବୀ ଓ ଲେଖକ ଏହି ଆନ୍ଦୋଳନ ଓ ସତ୍ୟାଗ୍ରହର ନେତୃତ୍ଵ ନେଉଛନ୍ତି। ବିଜେପିର ଟ୍ରୋଲ ବାହିନୀ ଏବଂ ପୁଲିସର ଲାଠି ଗୁଳିକୁ ବେଖାତିର କରି ଏ ଆନ୍ଦୋଳନ ତୀବ୍ର ହୋଇଛି। ପୂର୍ବରୁ ପୋଲିସ ଗୁଳିରେ କିଛି ଲୋକ ପ୍ରାଣ ହରାଇଥିବା ବେଳେ ଆଉ କେତେକ ସ୍ଥାନରେ ସତ୍ୟାଗ୍ରହିମାନେ ପୋଲିସକୁ ଗୋଲାପ ଫୁଲ ଦେଇ ସତ୍କାର କରିଛନ୍ତି।

ଆଜି କୌଣସି ରାଜନୈତିକ ଦଳ ବା ଗୋଷ୍ଠୀ ହାତରେ ଏହି ଆନ୍ଦୋଳନ ଆଉ ନାହଁ। ଆପେ ଆପେ ଏ ଆନ୍ଦୋଳନ ଲୋକଙ୍କ ହାତକୁ ଚାଲି ଆସିଛି। ୟୁପିଏ ସରକାର ଅମଳରେ ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ଲୋକଙ୍କର ଯେଉଁ ପ୍ରକାର ଅଂଶିଦାରିତା ଦେଖିବାକୁ ମିଳିଥିଲା, ଏହି ଆନ୍ଦୋଳନ ଏବେ ସେ ଦିଗକୁ ଗତି କରୁଛି। ଏତେ ବ୍ୟାପକ ପ୍ରତରୋଧ ଓ ଜଣ ଅସନ୍ତୋଷକୁ ପ୍ରଶମିତ କରିବା ଲାଗି ସରକାର କଣ କରିବେ, ତାହା ଏବେ ସବୁଠୁ ଚିନ୍ତାର ବିଷୟ।

ଦିଲ୍ଲୀର ଶାହିନବାଗରେ ଯେଉଁ ଦୀର୍ଘକାଳୀନ ଆନ୍ଦୋଳନ ଚାଲିଛି, ତାକୁ ହିଂସା ମାଧ୍ୟମରେ ପ୍ରତିରୋଧ କରିବାର ଉଦ୍ୟମ ଯୋଗୁଁ ଆଜି ଏ ସ୍ଥିତି ଉପୁଜିଛି। ଦିଲ୍ଲୀରେ କପିଳ ମିଶ୍ରଙ୍କ ଭଳି ବିଜେପିର କୁଜିନେତାମାନେ ଏ ପ୍ରକାର ହିଂସାକୁ ଅଧିକ ଉଗ୍ର କରିଛନ୍ତି।

ଆଜି ସରକାରଙ୍କର ପ୍ରଥମ ଦାୟିତ୍ଵ ହେବା ଉଚିତ, କେମିତି ଏ ନିଆଁ ପ୍ରଶମିତ ହେବ। ଦେଶର ଅର୍ଥନୀତିକୁ ଏ ପ୍ରକାର ଜନ ପ୍ରତିରୋଧ ଅଧିକ ପ୍ରଭାବିତ କରିବ। ସରକାର ନିଜେ ଏ ନିଆଁ ଲଗାଇଛନ୍ତି, ତେଣୁ ଏ ନିଆଁ କୁ ପ୍ରଶମିତ କରିବାର ଦାୟିତ୍ଵ ମଧ୍ୟ ସରକାରଙ୍କର। ତୁରନ୍ତ ନାଗରିକ ସଂଶୋଧନ ଆଇନକୁ ଧର୍ମର ପରିସରମୁକ୍ତ କରିବା ଏବଂ ଭବିଷ୍ୟତରେ ଜାତୀୟ ନାଗରିକତା ପଞ୍ଜୀକରଣ ଭଳି ଭୟଙ୍କର ବ୍ୟବସ୍ଥାକୁ ବିରାମ ଦେଲେ, ଏ ନିଆଁ ଆପେ ଆପେ ପ୍ରଶମିତ ହେବ। ନିଜ ଜିଦାରୁ ସରକାର ନ ଓହରିଲେ ଏହା ଦେଶର ସାମାଜିକ ବ୍ୟବସ୍ଥାକୁ ଅଧିକ ପ୍ରଭାବିତ କରିବ।

caa delhi riots
Share. Facebook Twitter LinkedIn Email WhatsApp Copy Link

Related Posts

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026
Latest News

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.