Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜିଏସଟିର ରାଜ୍ୟ ଭାଗ ଦେବାକୁ ପୂର୍ବାଞ୍ଚଳ ପରିଷଦ ବୈଠକରେ ଦାବୀ କଲେ ମୁଖ୍ୟମନ୍ତ୍ରୀଗଣ, କାର୍ଯ୍ୟକାରୀର ପ୍ରତିଶୃତି ଦେଲେ ଅମିତ ଶାହା
ଜାତୀୟ ଖବର

ଜିଏସଟିର ରାଜ୍ୟ ଭାଗ ଦେବାକୁ ପୂର୍ବାଞ୍ଚଳ ପରିଷଦ ବୈଠକରେ ଦାବୀ କଲେ ମୁଖ୍ୟମନ୍ତ୍ରୀଗଣ, କାର୍ଯ୍ୟକାରୀର ପ୍ରତିଶୃତି ଦେଲେ ଅମିତ ଶାହା

February 28, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କେନ୍ଦ୍ର ସରକାର ଜିଏସଟିର ରାଜ୍ୟ ଭାଗ ଯାହା ତାହା ଠିକ ସମୟରେ ପ୍ରଦାନ କରାଯାଉ ନାହିଁ। ଫଳରେ ରାଜ୍ୟର ବିଭିନ୍ନ ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ଭୁବନେଶ୍ବରରେ ଆୟୋଜିତ ପୂର୍ବାଞ୍ଚଳ ପରିଷଦ ବୈଠକରେ ଏହିପରି ଦାବୀ କରିଛନ୍ତି 4 ରାଜ୍ୟର ପ୍ରତିନିଧି। ମୁଖ୍ୟତଃ ପଶ୍ଚିମ ବଂଗର ମୁଖ୍ୟମନ୍ତ୍ର ମମତା ବାନାର୍ଜି ଏ ନେଇ ବୈଠକରେ ଅଧ୍ୟକ୍ଷତା କରୁଥିବା ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଥିଲେ।

ରାଜ୍ୟରୁ ଜିଏସଟି  ଆଦାୟ କରାଯାଇ କେନ୍ଦ୍ରକୁ ଯାଉଛି । ହେଲେ ପରବର୍ତ୍ତି ସମୟରେ ରାଜ୍ୟ ଭାଗ କେନ୍ଦ୍ର ତୁରନ୍ତ ପ୍ରଦାନ କରନ୍ତୁ ବୋଲି ଦାବୀ କରାଯାଇଥିଲା। ଏହାକୁ ଅନ୍ୟ ତିନୋଟି ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ସମର୍ଥମ କରିଥିଲେ। ତେବେ କେନ୍ଦ୍ର ସରକାର ଏହି ରାଜ୍ୟ ଭାଗ କିଛି ପ୍ରଦାନ କରିଛନ୍ତି, ବଳକା ଟଙ୍କା ଖୁବ ଶିଘ୍ର ପ୍ରଦାନ କରାଯିବ ବୋଲି ଗୃହମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି। ଅନ୍ୟପକ୍ଷରେ ଗଙ୍ଗା ନଦୀ ବନ୍ୟାର ମୁକାବିଲା ଲାଗି ଜାତୀୟ ପଟୁ ପରିଚାଳନା ନୀତି ଗଠନ ଲାଗି ମମତା ଅନୁରୋଧ କରିଥିଲେ ।

ସେହିପରି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହିତ ସାମୁଦ୍ରିକ ଝଡ଼ ସମୟରେ ନିରନ୍ତର ସହାୟତା ଲାଗି କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ କୋଇଲା ରୟାଲିଟି ବୃଦ୍ଧି ପ୍ରସଙ୍ଗ ଉଠାଇଥିଲେ। ୨୪ତମ ବୈଠକରେ ଉଦବୋଧନ ଦେଇ ଶାହ ପରିଷଦର ସମସ୍ତ ସଦସ୍ୟମାନଙ୍କୁ ସ୍ୱାଗତ ଜଣାଇବା ସହିତ ସମସ୍ତ କେନ୍ଦ୍ର-ରାଜ୍ୟ ଓ ଆନ୍ତଃରାଜ୍ୟ ପ୍ରସଙ୍ଗର ସହମତି ଭିତିରେ ସମାଧାନ ଦିଗରେ ଏହି ବୈଠକ ଫଳପ୍ରଦ ହେବ ବୋଲି ଆଶାବ୍ୟକ୍ତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ଆଧାରରେ ବ୍ୟାପକ ବିଚାର ଆଲୋଚନା ପରେ ସହମତି ଭିତିରେ ନିଆଯାଇଥିବା ନିଷ୍ପତି କାର୍ଯ୍ୟକାରୀ ହେବା ଉଚିତ। ଏହାଦ୍ୱାରା ଦେଶର ସଂଘୀୟ ଢାଂଚା ଆହୁରି ସୁଦୃଢ଼ ହୋଇପାରିବ।

ଆଂଚଳିକ ପରିଷଦ ବ୍ୟବସ୍ଥା ଫଳପ୍ରଦ ହୋଇଥିବାରୁ ଗୃହମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ। ନିକଟରେ ଅନୁଷ୍ଠିତ ଆଂଚଳିକ ପରିଷଦ ବୈଠକଗୁଡ଼ିକରେ ୭୦% ପ୍ରସଙ୍ଗର ସମାଧାନ କରାଯାଇଛି ଏବଂ ଅନ୍ୟ ପ୍ରସଙ୍ଗଗୁଡ଼ିକ ସମାଧାନ ପ୍ରକ୍ରିୟାରେ ଅଛି ବୋଲି ସେ ସୂଚନା ଦେଇଥିଲେ।

ବିହାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ଉପର ମହାନନ୍ଦ ନଦୀ ଉପରେ ଫୁଲବାଡ଼ି ନଦୀବନ୍ଧ ନିର୍ମାଣ ଲାଗି ୧୯୭୮ରେ ସ୍ୱାକ୍ଷରିତ ହୋଇଥିବା ଚୁକ୍ତି, ଓଡ଼ିଶାର ଉତରାଂଚଳ ଜିଲ୍ଲାରେ ନୂଆପଡ଼ା-ଗୁଣପୁର-ଥେରୁବାଲି ରେଳପଥକୁ ସମ୍ପ୍ରସାରିତ କରିବା, ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଥିବା ପେନସନ ଦେୟତାର ନିର୍ଦ୍ଧାରଣ, ଭାରତ ସରକାରଙ୍କ କୋଇଲା କମ୍ପାନୀଗୁଡ଼ିକ ଦ୍ୱାରା ରାଜ୍ୟ ସରକାରଙ୍କ ଜମି ଉପଯୋଗ କରିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗଗୁଡ଼ିକ ଦ୍ୱାରା ଜମି ହସ୍ତାନ୍ତର, ମହିଳା ଓ ଶିଶୁଙ୍କ ବିରୋଧରେ ଯୌନ ଶୋଷଣ ଓ ବଳାତ୍କାର ଭଳି ମାମଲାର ଦ୍ରୁତ ତଦନ୍ତ ଆଦି ପ୍ରସଙ୍ଗରେ ପରିଷଦ ଆଲୋଚନା କରିଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ଅନୁଯାୟୀ ପୂର୍ବାଂଚଳର ବିକାଶକୁ ଆହୁରି ତ୍ୱରାନ୍ୱିତ କରିବାର ଆବଶ୍ୟକତା ରହିଛି ବୋଲି ଗୃହମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସେ ଆଶା ବ୍ୟକ୍ତ କରିଥିଲେ ଯେ ଏଜେଣ୍ଡାରେ ଥିବା ସମସ୍ତ ପ୍ରସଙ୍ଗ ସମାଧାନ ଦିଗରେ ଆଜିର ବୈଠକ ନିର୍ଣ୍ଣାୟକ ଏବଂ ଫଳପ୍ରଦ ହୋଇପାରିବ। ସେ ଉଲ୍ଲେଖ କରିଥିଲେ ଯେ ଏଜେଣ୍ଡାରେ ସ୍ଥାନିତ ପ୍ରସଙ୍ଗଗୁଡ଼ିକ ବ୍ୟତୀତ ଆଇନଶୃଙ୍ଖଳା ଓ ପ୍ରଶାସନିକ ସଂସ୍କାର ପ୍ରସଙ୍ଗରେ ଆଲୋଚନା କରାଯିବାର ଆବଶ୍ୟକତା ରହିଛି ଯାହା ଦେଶର ବିକାଶକୁ ତ୍ୱରାନ୍ୱିତ କରିବାରେ ସହାୟକ ହୋଇପାରିବ।

କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟରେ ପଡ଼ିରହିଥିବା ମାମଲାଗୁଡ଼ିକର ସମାଧାନ ଲାଗି କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ତତ୍ପରତା ପ୍ରକାଶ କରିବା ଆବଶ୍ୟକ ବୋଲି ଗୃହମନ୍ତ୍ରୀ ଜୋର ଦେଇଥିଲେ। ସେ ମଧ୍ୟ ବ୍ୟାଙ୍କିଙ୍ଗ ସେବା ବିସ୍ତାର କରିବା ଉପରେ ଜୋର ଦେଇଥିଲେ ଯାହାଦ୍ୱାରା ଉପାନ୍ତ ଅଂଚଳର ଲୋକମାନେ ଲାଭାନ୍ୱିତ ହୋଇପାରିବେ।

ଶେଷରେ ଗୃହମନ୍ତ୍ରୀ କହିଥିଲେ ଯେ କେବଳ ଆଂଚଳିକ ପରିଷଦ ବୈଠକରେ ନୁହେଁ ନିୟମିତ ଆଲୋଚନା ମାଧ୍ୟମରେ ଦୀର୍ଘଦିନ ଧରି ପଡ଼ି ରହିଥିବା ପ୍ରସଙ୍ଗର ସମାଧାନ କରାଯିବା ଆବଶ୍ୟକ। ନିୟମିତ ବ୍ୟବଧାନରେ ତଥ୍ୟ ଯୋଗାଇ ଦେବା ଲାଗି ସେ ରାଜ୍ୟଗୁଡ଼ିକୁ ଅନୁରୋଧ କରିଥିଲେ। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ସହଯୋଗୀ ସଂଘୀୟ ବ୍ୟବସ୍ଥାର ବାସ୍ତବ ଭାବନା ସହିତ ଏହି ବୈଠକର ସମାପନ ହୋଇଥିଲା।

ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି 24ତମ ପୂର୍ବାଞ୍ଚଳ ପରିଷଦ ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଝାଡ଼ଖଣ୍ଡ ଅର୍ଥମନ୍ତ୍ରୀ ଶ୍ରୀ ରମେଶ ଓରାଓଁ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

EZC EZCMeeting
Share. Facebook Twitter LinkedIn Email WhatsApp Copy Link

Related Posts

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026

ବାୟୁ ଶକ୍ତି ଅଭ୍ୟାସ: ନିଜର କ୍ଷମତା ପ୍ରଦର୍ଶନ କରିବ ଭାରତୀୟ ବାୟୁସେନା

February 11, 2026
Latest News

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.