Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମନ୍ କି ବାତ୍ : ଲକଡାଉନ ପାଇଁ ଦେଶବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜାତୀୟ ଖବର

ମନ୍ କି ବାତ୍ : ଲକଡାଉନ ପାଇଁ ଦେଶବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 29, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ମନ୍ କି ବାତ୍ ରେ ସାରା ଦେଶରେ ଥିବା ଲକଡାଉନ ସଂପର୍କରେ ଉଲ୍ଲେଖ କରିଛନ୍ତି। ଏଥିପାଇଁ ଦେଶବାସୀ ମୋତେ କ୍ଷମା କରନ୍ତୁ ବୋଲି ମୋଦୀ କହିଛନ୍ତି। ଆଜିର ମନ୍ କି ବାତରେ ମୋଦୀ ଯାହା କହିଥିଲେ ସେଥିରୁ କିଛି ଅଂଶ ହେଲା…

ମୋର ପ୍ରିୟ ଦେଶବାସୀଗଣ,
ସାଧାରଣତଃ ‘ମନ କି ବାତ୍‌’ରେ ମୁଁ ଅନେକ ପ୍ରସଙ୍ଗ ନେଇ ଆସିଥାଏ। କିନ୍ତୁ ଆଜି, ଦେଶ ଏବଂ ବିଶ୍ୱରେ ସମସ୍ତଙ୍କ ମନରେ ରହିଛି ଗୋଟିଏ ମାତ୍ର କଥା – ତାହାହେଲା – ‘ବିଶ୍ୱ ମହାମାରୀ କରୋନା’ ଦ୍ୱାରା ସୃଷ୍ଟି ହୋଇଥିବା ଭୟଙ୍କର ସଙ୍କଟ। ଏଭଳି ସମୟରେ ମୋର ଅନ୍ୟକିଛି କଥା କହିବା ଉଚିତ ହେବ ନାହିଁ। କିନ୍ତୁ ସର୍ବପ୍ରଥମେ ମୁଁ ମୋର ସବୁ ଦେଶବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛି।

ଆଜି ମୋର ଆତ୍ମା କହୁଛି ଯେ ଆପଣମାନେ ମୋତେ ନିଶ୍ଚୟ କ୍ଷମା କରିଦେବେ, କାରଣ ଏଭଳି କିଛି ନିଷ୍ପତି ଗ୍ରହଣ କରିବାକୁ ପଡ଼ିଛି ଯାହା ଯୋଗୁଁ ଆପଣମାନଙ୍କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ବିଶେଷକରି ମୋର ଗରିବ ଭାଇ-ଭଉଣୀଙ୍କୁ ଦେଖିଲେ ମନେ ହେଉଛି ଯେ, ସେମାନେ ନିଶ୍ଚୟ ଏ କଥା ଭାବୁଥିବେ – ଇଏ କିଭଳି ପ୍ରଧାନମନ୍ତ୍ରୀ ଯେ ଆମକୁ ଏମିତି ଅସୁବିଧାରେ ପକାଇ ଦେଇଛନ୍ତି! ସେମାନଙ୍କ ଠାରୁ ମଧ୍ୟ ମୁଁ ସ୍ୱତନ୍ତ୍ର ଭାବେ କ୍ଷମା ପ୍ରାର୍ଥନା କରୁଛି।

ହୋଇପାରେ, ଅନେକ ଲୋକ ମୋ ଉପରେ ଅସନ୍ତୁଷ୍ଟ ବି ହୋଇଥିବେ ଯେ ମୁଁ ସମସ୍ତଙ୍କୁ ଘର ଭିତରେ ଆବଦ୍ଧ କରିଦେଇଛି! ମୁଁ ସମସ୍ତଙ୍କୁ ଗୃହବନ୍ଦୀ କରିଦେଇଥିବାରୁ ଅନେକ ଲୋକ ମୋ ଉପରେ ଅସନ୍ତୁଷ୍ଟ ମଧ୍ୟ ଥିବେ। ମୁଁ ଆପଣମାନଙ୍କ ଅସୁବିଧା ବୁଝୁଛି, ଆପଣମାନଙ୍କ କଷ୍ଟକୁ ବୁଝିପାରୁଛି, କିନ୍ତୁ ଭାରତ ଭଳି ୧୩୦ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶରେ କରୋନା ବିରୁଦ୍ଧରେ ସଂଗ୍ରାମ ପାଇଁ ଏହାଛଡ଼ା ଅନ୍ୟ କୌଣସି ବାଟ ନ ଥିଲା। କରୋନା ବିରୁଦ୍ଧରେ ଯୁଦ୍ଧ ହେଉଛି ଜୀବନ ଆଉ ମୃତ୍ୟୁ ମଧ୍ୟରେ ଯୁଦ୍ଧ।

ଏହି ଯୁଦ୍ଧରେ ଆମକୁ ବିଜୟଲାଭ କରିବାକୁ ହେବ। ସେଥିପାଇଁ ଏଭଳି କଠୋର ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ଥିଲା । ଏଭଳି ପଦକ୍ଷେପ ଗ୍ରହଣ କରିବାକୁ କାହାରି ଇଚ୍ଛା ନ ଥାଏ। କିନ୍ତୁ, ବିଶ୍ୱର ପରିସ୍ଥିତି ଦେଖିବା ପରେ ଲାଗୁଛି ଯେ, ଏହି ଏକମାତ୍ର ବିକଳ୍ପ ବାକି ଥିଲା। ଆପଣଙ୍କୁ, ଆପଣଙ୍କ ପରିବାରକୁ ସୁରକ୍ଷିତ ରଖିବାକୁ ହେବ । ଆପଣଙ୍କୁ ଯେଉଁ କଷ୍ଟ ହୋଇଛି, ଯେତେସବୁ ଅସୁବିଧା ହୋଇଛି, ସେଥିପାଇଁ ମୁଁ ପୁଣି ଥରେ କ୍ଷମାପ୍ରାର୍ଥନା କରୁଛି।
ବନ୍ଧୁଗଣ
ଆମ ଶାସ୍ତ୍ରରେ କୁହାଯାଇଛି – “ଏବମେବ ବିକାରଃ ଅପି ତରୁଣଃ ସାଧ୍ୟତେ ସୁଖଂ”- ଅର୍ଥାତ୍‌, ରୋଗ ଏବଂ ଏହାର ପ୍ରକୋପର ପ୍ରତିକାର ପ୍ରାରମ୍ଭିକ ଅବସ୍ଥାରୁ ହିଁ କରିବା ଉଚିତ। କାରଣ ପରେ ଯେତେବେଳେ ରୋଗ ଅସାଧ୍ୟ ହୋଇଯାଏ, ଚିକିତ୍ସା ମଧ୍ୟ କଷ୍ଟକର ହୋଇପଡ଼େ। ଆଜି ସାରା ଭାରତବର୍ଷ, ପ୍ରତ୍ୟେକ ଭାରତବାସୀ ଏହା ହିଁ କରୁଛନ୍ତି। ଭାଇ ଭଉଣୀ, ମା’ ଓ ଗୁରୁଜନମାନେ, କରୋନା ଭୂତାଣୁ ଆଜି ବିଶ୍ୱବାସୀଙ୍କୁ ବନ୍ଦୀ କରିପକାଇଛି।

ଏହା ଜ୍ଞାନୀ ଓ ବିଜ୍ଞାନୀ, ଗରିବ ଓ ସମୃଦ୍ଧଶାଳୀ, ଦୁର୍ବଳ ଓ ଶକ୍ତିଶାଳୀ ସମସ୍ତଙ୍କ ପାଇଁ ଆହ୍ୱାନ ସୃଷ୍ଟି କରିଛି । ଏହା କୌଣସି ରାଷ୍ଟ୍ରର ସୀମା ମଧ୍ୟରେ ସୀମିତ ହୋଇରହିନାହିଁ। ଏହା କୌଣସି ଅଂଚଳକୁ ଦେଖୁନାହିଁ କିମ୍ବା କୌଣସି ପାଣିପାଗକୁ। ଏହି ଭୂତାଣୁ ମଣିଷକୁ ମାରିବାକୁ, ମଣିଷ ଜାତିକୁ ଲୋପ କରିବାର ଜିଦ୍ ଧରି ବସିଛି। ଆଉ ସେଥିପାଇଁ ସମଗ୍ର ମାନବଜାତିକୁ ଏହି ଭୂତାଣୁର ନିପାତ କରିବା ପାଇଁ ଏକଜୁଟ ହୋଇ ସଂକଳ୍ପ ଗ୍ରହଣ କରିବାକୁ ହିଁ ହେବ। କିଛି ଲୋକ ଭାବୁଛନ୍ତି ଯେ, ସେମାନେ ଲକଡାଉନକୁ ପାଳନ କରି ସତେ ଯେମିତି ଅନ୍ୟମାନଙ୍କୁ ସାହାଯ୍ୟ କରୁଛନ୍ତି ।

ଆରେ ଭାଇ, ଏମିତି ଭୁଲ ଧାରଣା ମନରେ ରଖିବା ଠିକ୍ ନୁହଁ। ଏହି ଲକଡାଉନ ଆପଣ ନିଜେ ସୁରକ୍ଷିତ ରହିବା ପାଇଁ ଉଦ୍ଦିଷ୍ଟ। ଆପଣଙ୍କୁ ନିଜେ ଓ ନିଜ ପରିବାରକୁ ସୁରକ୍ଷିତ ରଖିବାକୁ ହେବ। ଆପଣଙ୍କୁ ଆଗାମୀ କିଛିଦିନ ପାଇଁ ଏଭଳି ଧୈର୍ଯ୍ୟ ପ୍ରଦର୍ଶନ କରିବାକୁ ହେବ। ଲକ୍ଷ୍ମଣରେଖାକୁ ମାନିବାକୁ ହେବ।

covid19 Covid19Alret Lockdown mannkibaat pmmodi
Share. Facebook Twitter LinkedIn Email WhatsApp Copy Link

Related Posts

“ଶାନ୍ତି ଦୂତ”ର ଖୋଲିବ ମୁଖା: ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଭାରତର ବଡ଼ ଯୋଜନା

June 30, 2026

ଭାରତୀୟ ଚଳଚ୍ଚିତ୍ର ଶିଳ୍ପକୁ ପ୍ରୋତ୍ସାହନ ପାଇଁ କେନ୍ଦ୍ରର ଦୁଇଟି ବଡ଼ ନିଷ୍ପତ୍ତି

June 30, 2026

ବିଂଶତମ ପରିସଂଖ୍ୟାନ ଦିବସ ୨୦୨୬ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

June 30, 2026

ଅମିତ ଶାହଙ୍କ ଉପସ୍ଥିତିରେ ଯମୁନା ଜଳ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକାରିତା ପାଇଁ ଚୁକ୍ତି ସ୍ୱାକ୍ଷର

June 30, 2026
Latest News

“ଶାନ୍ତି ଦୂତ”ର ଖୋଲିବ ମୁଖା: ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଭାରତର ବଡ଼ ଯୋଜନା

June 30, 2026

ଅନୁଗୋଳରେ ବେଆଇନ୍ ବନ୍ଧୁକ କାରଖାନା ଠାବ, ୨ ଭାଇ ଗିରଫ

June 30, 2026

ଆଜିଠାରୁ ଅଣସର ଦର୍ଶନ: ବ୍ରହ୍ମଗିରିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ

June 30, 2026

ବ୍ୟବସାୟୀଙ୍କ ଗଳା କାଟି ହତ୍ୟା, ଫେରାର ବେଳେ ଦୁର୍ଘଟଣାରେ ଜଣେ ଅଭିଯୁକ୍ତ ମୃତ

June 30, 2026

ସିନ୍ଧୁ ଜଳ ଚୁକ୍ତିକୁ ନେଇ ଭାରତକୁ ପାକିସ୍ତାନର କଡ଼ା ଚେତାବନୀ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.