Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉଚ୍ଚ ମାନର ଉପକରଣ ସହ ସୋଆରେ ନିର୍ମିତ ହେଲା କୋଭିଡ19 ହସପିଟାଲ, 5ଟି ସଚିବ ପାଣ୍ଡିୟାନଙ୍କ ପ୍ରଶଂସା
ବିଶେଷ ଖବର

ଉଚ୍ଚ ମାନର ଉପକରଣ ସହ ସୋଆରେ ନିର୍ମିତ ହେଲା କୋଭିଡ19 ହସପିଟାଲ, 5ଟି ସଚିବ ପାଣ୍ଡିୟାନଙ୍କ ପ୍ରଶଂସା

March 29, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ମହାମାରୀ କରୋନାର ମୁକାବିଲା କରିବା ପାଇଁ ଦେଶର ପ୍ରଥମ ଓ ସର୍ବବୃହତ କୋଭିଡ 19 ହସ୍ପିଟାଲ ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ସମ ହସ୍ପିଟାଲ ପକ୍ଷରୁ ସ୍ଥାପନ କରାଯାଉଛି। ଏ ନେଇ ରବିବାର ଏହି ନୂତନ ହସ୍ପିଟାଲର ସ୍ଥାପନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି 5ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ କୃଷି ବିଭାଗର ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ ।

ସୋଆର କ୍ୟାମ୍ପସ 2 ର କନଭେନସନ ସେଣ୍ଟରରେ ଆସନ୍ତା 15 ଦିନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଏହି ନୂତନ କୋଭିଡ 19 ହସ୍ପିଟାଲ ପରିଦର୍ଶନ କରିବା ସହ ଭିତ୍ତିଭୂମି ପରଖି ଥିଲେ ରାଜ୍ୟ ସରକାରଙ୍କ ଏହି ବରିଷ୍ଠ ଅଧିକାରୀ ମାନେ। ମୁଖ୍ୟତଃ ସୋଆ ତରଫରୁ ଉଚ୍ଚମାନର ବେଡ୍ ସହିତ ଅତ୍ୟାଧୁନିକ ଉପକରଣ ଦେଖି ଏହି ତଦାରଖ ଟିମ ବେଶ୍ ଖୁସି ହୋଇଥିବାର ଜଣାପଡିଥିଲା। କାରଣ ଖୁବ କମ ସମୟରେ ଏତେ ସବୁ ଆୟୋଜନ କରିବା ସମସ୍ତେ ସୋଆ କର୍ତ୍ତୁପକ୍ଷଙ୍କୁ ପ୍ରସଂଶା କରିଥିଲେ। ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକ ଏହି ଅଧିକାରୀମାନଙ୍କୁ ହସ୍ପିଟାଲ ସମ୍ବନ୍ଧରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ।

ଦେଶର ସର୍ବବୃହତ କୋଭିଡ 19 ହସ୍ପିଟାଲ ସ୍ଥାପନ ନେଇ ଗତ ଗୁରୁବାର ଦିନ ସମ ହସ୍ପିଟାଲ୍ ସହିତ ରାଜ୍ୟ ସରକାରଙ୍କ ତ୍ରିପାକ୍ଷିକ ଚୁକ୍ତି ସ୍ଵାକ୍ଷରିତ ହୋଇଥିଲା । ଏଥିରେ ଆସନ୍ତା 15 ଦିନ ମଧ୍ୟରେ ଏହି ସ୍ୱତନ୍ତ୍ର ହସ୍ପିଟାଲ କାର୍ଯକ୍ଷମ ହେବ ବୋଲି କୁହାଯାଇଥିଲା। ଏଥିସହିତ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିକିତ୍ସା ପାଇଁ ସ୍ଵତନ୍ତ୍ର ଆୟୋଜନ କରିବା, ରୋଗୀ ସେବା, ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ, ଲାବୋରେଟୋରୀ, ରେଡିଓଲୋଜିକାଲ, ଆଇସିୟୁ, ଏବଂ ଅନ୍ୟ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ଚୁକ୍ତି ହୋଇଥିଲା। ସେହି ଅନୁସାରେ ସମ କର୍ତ୍ତୁପକ୍ଷ କାର୍ଯ୍ୟ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଁଚିଛି। ଏହି ସ୍ଵତନ୍ତ୍ର ହସ୍‌ପିଟାଲ୍‌ ପାଇଁ ଆର୍ଥିକ ସହଯୋଗ ମହାନଦୀ କୋଲ୍‌ ଫିଲ୍ଡ୍‌ ଲିମିଟେଡ୍‌ ଯୋଗାଇ ଦେବ।

ବରିଷ୍ଠ ଅଧିକାରୀମାନଙ୍କର ଏହି ପରିଦର୍ଶନ ସମୟରେ ସୋଆ କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଆଡିସିନାଲ୍ ମେଡିକାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ରାଜେଶ ଲେଙ୍କା, ଆଇଟିଇଆର ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଓ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତି ଥିଲେ।

 

SOAUniversity SUMCovid19Hospital VKPandiayan
Share. Facebook Twitter LinkedIn Email WhatsApp Copy Link

Related Posts

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.