Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି : ଦୁଇ ବର୍ଷ ପାଇଁ ସାଂସଦ ପାଣ୍ଠି ସ୍ଥଗିତ, ସାଂସଦଙ୍କ ଦରମାର ତିରିଶ ପ୍ରତିଶତ ହ୍ରାସ 
ଜାତୀୟ ଖବର

କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି : ଦୁଇ ବର୍ଷ ପାଇଁ ସାଂସଦ ପାଣ୍ଠି ସ୍ଥଗିତ, ସାଂସଦଙ୍କ ଦରମାର ତିରିଶ ପ୍ରତିଶତ ହ୍ରାସ 

April 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ଆଜି ବଡ ନିଷଷ୍ପତ୍ତି ନେଇଛନ୍ତି । ଆସନ୍ତା ଦୁଇ ବର୍ଷ ପାଇଁ ସାଂସଦ ପାଣ୍ଠିକୁ  ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସ୍ଥଗିତ ପାଣ୍ଠି କନ୍‌ସୋଲିଡେସନ୍‌ ଫଣ୍ଡକୁ ଯିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର୍‌ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି ।  ସୂଚନାଯୋଗ୍ୟ, ସାଂସଦଙ୍କ ପାଣ୍ଠି ବାର୍ଷିକ 10 କୋଟି ଲେଖାଏଁ ରହିଥିଲା । ଦୁଇ ବର୍ଷ ସ୍ଥଗିତ ସାଂସଦ ପାଣ୍ଠିରୁ 7900 କୋଟି ମିଳିବ । ଆସନ୍ତା 2020-2021 ଏବଂ 2021-2022 ବର୍ଷ ପାଇଁ ଏହି ସାଂସଦ ପାଣ୍ଠିକୁ ସ୍ଥଗିତ ରଖାଯିବ । କରୋନା ମୁକାବିଲା ପାଇଁ କନ୍‌ସୋଲିଡେସନ୍‌ ଫଣ୍ଡକୁ ଖର୍ଚ୍ଚ କରାଯିବ ବୋଲି କେନ୍ଦ୍ରସରକାର ନିଷ୍ପତ୍ତି ନେଇଛନ୍ତି ।

ସେହିପରି ସାଂସଦଙ୍କ ଦରମା କାଟିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏକ ବର୍ଷ ଯାଏଁ ସମସ୍ତ ସାଂସଦଙ୍କ ଦରମାର 30 ପ୍ରତିଶତ କାଟିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ରାଜ୍ୟପାଳଙ୍କ ଦରମାର ମଧ୍ୟ 30 ପ୍ରତିଶତ ଦରମା କଟାଯିବ । ଦରମା କାଟିବାକୁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ରାଜ୍ୟପାଳମାନେ ସ୍ୱେଚ୍ଛାକୃତ ଭାବେ ଏହି ନିଷ୍ପତ୍ତି ନେଇଛନ୍ତି।

mplad
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଘିଡିଘିଡି ନାଦରେ ଗଡିଲା ରଥ,ଘଣ୍ଟାଏ ବିଳମ୍ବରେ ଆରମ୍ଭ ହେଲା ରଥଟଣା, ବର୍ଷା ସତ୍ବେ ବଡଦାଣ୍ଡ ଲୋକାରଣ୍ୟ

July 16, 2026

ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ ଟି ସ୍କୁଲରେ JEE ଏବଂ NEET ପାଇଁ ମାଗଣା କୋଚିଂ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.