Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଦଳୁଥିବା ସମ୍ପର୍କର ପରିଭାଷା : ଲିଭ୍‌-ଇନ୍‌-ରିଲେସନ୍‌ସିପ୍‌
ବିଶେଷ ଖବର

ବଦଳୁଥିବା ସମ୍ପର୍କର ପରିଭାଷା : ଲିଭ୍‌-ଇନ୍‌-ରିଲେସନ୍‌ସିପ୍‌

March 2, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସାଗରିକା

ଲିଭ୍-ଇନ୍‌-ରିଲେସନ୍‌ସିପ୍‌କୁ ନେଇ ଆଜିର ଯୁବ ସମାଜ ବେଶ୍‌ ସକାରାତ୍ମକ । ରାଇଟ୍‌ ଟୁ ଲାଇଫ୍‌ରେ ସେମାନେ ସ୍ଵାଧୀନ ଭାବେ ନିଜ ଲାଇଫ୍‌ ସହ ବଞ୍ଚିବାରେ ମସ୍‌ଗୁଲ୍‌ । ତେବେ ଭାରତ ପରି ଏକ ସଂସ୍କୃତିସମ୍ପନ୍ନ ଦେଶରେ ଏହି ସମ୍ପର୍କକୁ ନେଇ ଏବେବି ଦ୍ଵିଧା ରହିଛି । ପାରମ୍ପରିକ ବିଧିବ୍ୟବସ୍ଥା ତଥା ଆମ ଭାରତୀୟ ସାମାଜିକ ବ୍ୟବସ୍ଥା ଏହି ସମ୍ପର୍କକୁ ଏବେବି ଭିନ୍ନ ଚକ୍ଷୁରେ ଦେଖୁଛି । ଭାରତରେ ସମ୍ପର୍କକୁ ନେଇ ଏକ ଭିନ୍ନ ସଂଜ୍ଞା ନିରୂପଣ କରାଯାଇଥାଏ । ବିଶେଷକରି ପୁଅ ଝିଅର ସର୍ମ୍ପକକୁ ଏଠି ଏକ ମାପକାଠି ଭିତରେ ରଖାଯାଇଥାଏ । ସୁପ୍ରିମ୍‌କୋର୍ଟଙ୍କ ଦ୍ଵାରା ଲିଭ୍-ଇନ୍‌-ରିଲେସନ୍‌ସିପ୍‌କୁ ଗ୍ରହଣ କରାଯିବା ପରେ ବି ଭାରତୀୟ ସମାଜରେ ଏହାକୁ ସଠିକ୍‌ ରୂପେ ଗ୍ରହଣ କରାଯାଇପାରୁନାହିଁ । ବର୍ତ୍ତମାନର ଯୁବପିଢି ଆଉ ସେ ପୁରୁଣାକାଳିଆ ସଂସ୍କୃତିକୁ ଅନ୍ଧ ଭାବେ ଆପଣେଇବାକୁ ଚାହେଁନାହିଁ । ଏବେର ଯୁବସମାଜ ଜଣକୁ ସଂପୂର୍ଣ୍ଣ ଆପଣେଇବା ଆଗରୁ ଉଭୟ ଉଭୟଙ୍କୁ ପରଖିବାକୁ ପସନ୍ଦ କରୁଛନ୍ତି । ତେବେ ଏହା ଏବେକାର ନିୟମ ନୁହେଁ । ଭାରତରେ ବହୁ ଆଦିବାସୀ ତଥା ଜନଜାତି ସମୁଦାୟରେ ଏହାର ପ୍ରଭାବ ବହୁଳ ଦେଖିବାକୁ ମିଳେ । ସେମାନେ ବିବାହ ପୂର୍ବରୁ ଉଭୟ ଉଭୟଙ୍କୁ ପସନ୍ଦ କରନ୍ତି ଓ ତା’ପରେ ନିଜର ଜୀବନସାଥୀ ବାଛନ୍ତି ।  ତା ପରେ ସେମାନେ ତା’ ସହ ଜୀବନ ସାରା ରହି ପାରିବେ କି ନା ସେ ନେଇ ଆରାମରେ ନିଷ୍ପତ୍ତି ନିଅନ୍ତି ।

ତେବେ ଆଜିର ଏଇ ଲିଭ୍‌–ଇନ୍‌–ରିଲେସନ୍‌ସିପ୍‌ରେ ଆଇନତଃ ଏକାଠି ରହିବାର କୌଣସି କଣ୍ଟ୍ରାକ୍ଟରେ ଦସ୍ତଖତ ନ କରି ମଧ୍ୟ ଏକାଠି ରହି ଉଭୟ ଉଭୟଙ୍କୁ ଜାଣିବାର ସୁଯୋଗ ରହିଛି । ଏବଂ ଯଦି କୌଣସି କାରଣବଶତଃ ମନୋମାଳିନ୍ୟ ହୁଏ ଏବଂ ସମାଧାନର ବାଟ ନ ବାହାରେ ତେବେ ସେମାନେ କୋର୍ଟର ଦ୍ଵାରସ୍ଥ ନ ହୋଇ ସେମାନେ ସ୍ଵଇଚ୍ଛାରେ ପରସ୍ପରଠୁ ଅଲଗା ହୋଇ ରହିପାରିବେ । ଏଥିରେ କୌଣସି ପ୍ରକାରର ଧରାବନ୍ଧା ନିୟମ ନ ଥାଏ । କେହି କାହାର ସ୍ଵାଧୀନତା ଉପରେ ହସ୍ତକ୍ଷେପ କରନ୍ତି ନାହିଁ ।  ସୁପ୍ରିମକୋର୍ଟରେ ଇନ୍ଦିରା ଶର୍ମା ବନାମ ଭି କେ ଭି ଶର୍ମା ମାମଲାରେ ଏଇ ଲିଭ ଇନ ରିଲେଶନସିପ୍‌କୁ ନେଇ ସୁପ୍ରିମ୍‌କୋର୍ଟ  ଏକାଠି ରହିବାର ସବୁଠୁ ସହଜ ସମ୍ପର୍କ ବୋଲି ଦର୍ଶାଯାଇଥିଲା । ବିବାହିତ ବ୍ୟକ୍ତି ଏବଂ ଜଣେ ଅବିବାହିତ ମହିଳାଙ୍କ ମଧ୍ୟରେ ସହାବସ୍ଥାନ ଏବଂ ଜଣେ ଅବିବାହିତ ବ୍ୟକ୍ତି ସହ ଜଣେ ବିବାହିତ ମହିଳାଙ୍କ ସହାବସ୍ଥାନକୁ ଯଦିଓ ଜଟିଳ ସମ୍ପର୍କର ଆାଖ୍ୟା ଦିଆଯାଇଛି ତଥାପି ଏନେଇ ସୁପ୍ରିମକୋର୍ଟ କୌଣସି ପ୍ରକାରର ଦଣ୍ଡବିଧାନର ପ୍ରାବଧାନ କରିନାହାନ୍ତି । ଜାଣିଶୁଣି ଜଣେ ଅବିବାହିତ ମହିଳା ଏବଂ ଜଣେ ବିବାହିତ ପୁରୁଷ ମଧ୍ୟରେ ସମ୍ପର୍କକୁ ନେଇ ଆଇନତଃ ଦଣ୍ଡବିଧାନ ପ୍ରଣୟନ କରାଯାଇଛି  । ତେବେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ନାରୀଟିଏ ଯେଉଁ ପ୍ରକାର ସମ୍ପର୍କରେ ଥାଉ ନା କାହିଁକି ଭାରତୀୟ କୋର୍ଟ ଅନୁଚ୍ଛେଦ ୧୨୫ ଅନୁଯାୟୀ  ନାରୀଙ୍କ ପାଇଁ ଭରଣପୋଷଣର ବ୍ୟବସ୍ଥା କରାଯାଇଛି ।  ସେହିପରି ନାରୀ ଯେଉଁ ସମ୍ପର୍କରେ ରହିଲେ ମଧ୍ୟ ଘରୋଇ ହିଂସା ଆଇନ ଲାଗୁ ହୋଇପାରିବାର ପ୍ରାବଧାନ ରହିଛି । ସେହିପରି ତାଙ୍କଠାରୁ ଜନ୍ମିତ ସନ୍ତାନ ମଧ୍ୟ ଆଇନତଃ ବୈଧ ଏବଂ ଦାୟିତ୍ଵ ଉଭୟ ନେବାକୁ ବାଧ୍ୟତାମୂଳକ କରିଛନ୍ତି କୋର୍ଟ ।

ଆମେ ଆମ ସମ୍ପର୍କକୁ କିପରି ରଖିବା ତାହା ସମ୍ପୂର୍ଣ୍ଣ ଭାବରେ ଆମ ଉପରେ ନିର୍ଭର କରେ । ପ୍ରଚଳିତ ବିଧିବ୍ୟବସ୍ଥାରେ ସର୍ମ୍ପକକୁ ସ୍ଵୀକାର କରିବା ପାଇଁ ବାଧ୍ୟ କରାଯାଇଥାଏ । କିନ୍ତୁ ଏହି ଲିଭ୍‌-ଇନ୍‌-ରିଲେସନ୍‌ସିପ୍‌ରେ ସର୍ମ୍ପକ ପାଇଁ କୌଣସି ପ୍ରକାରର ବାଧ୍ୟବାଧ୍ୟକତା ନାହିଁ । ସମ୍ପର୍କ ସହ ନୈତିକତାକୁ ଆମେ ପ୍ରାଧାନ୍ୟ ଦେଇ ପାରିଲେ ଆମ ପାଇଁ ସବୁ ପ୍ରକାର ସମ୍ପର୍କ ସହଜମୟ ହୋଇପାରିବ ।  ତେବେ ଲିଭ-ଇନ-ରିଲେଶନସିପରେ ଏକାଠି ରହିବାକୁ ହେଲେ ଏକ ବିସ୍ତୃତ ବୁଝାମଣାର ଆବଶ୍ୟକତା ରହିଛି, ଯାହା ଆମ ଭାରତରେ ପ୍ରାୟତଃ ଦେଖା ଯାଉନାହିଁ ।  ତଥାପି ସବୁ ସମ୍ପର୍କରେ କିଛି ସକାରାତ୍ମକ ଓ ନକରାତ୍ମକ ପ୍ରଭାବ ରହିଛି । ଯେହେତୁ ଆମର ଯୁବପିଢି ଏହାର ସକାରାତ୍ମକତାକୁ ଆପଣେଇବାକୁ ଆଗଭର ହେଉଛନ୍ତି ସେଥିପାଇଁ ସମାଜ ଏହାକୁ ଧୀରେଧୀରେ ଆପଣେଇ ନେବ ବୋଲି ଆଶା କରାଯାଉଛି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Latest News

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.