Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପିକୁ ଆସିବାଲାଗି ବୈଜୟନ୍ତଙ୍କ ବାଇଶ ବର୍ଷର ଅପେକ୍ଷା ଓ ତପସ୍ୟା
ବିଶେଷ ଖବର

ବିଜେପିକୁ ଆସିବାଲାଗି ବୈଜୟନ୍ତଙ୍କ ବାଇଶ ବର୍ଷର ଅପେକ୍ଷା ଓ ତପସ୍ୟା

March 5, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
ex BJD mp joined BJP
ex BJD mp joined BJP

କେଦାର ମିଶ୍ର

ବୈଜୟନ୍ତ ପଣ୍ଡା ବିଜେପିକୁ ଆସିଲେ କିଛି ଗୋଟେ ବିରାଟ ରାଜନୈତିକ ପରିବର୍ତ୍ତନ ହେବନାଇଁ, ଏକଥା ଓଡିଶାବାସୀ ଜାଣନ୍ତି। ଏ ବିଷୟରେ ଆଗରୁ ବହୁ ଆଲୋଚନା ହୋଇସାରିଛି। ତେଣୁ ପୁରୁଣାକଥାର ପୁନରାବୃତ୍ତି କରିବାକୁ ଆମେ ଚାହୁଁନାହୁଁ। ବୈଜୟନ୍ତ ଓଡିଶାର ନେତା, ସେ ବିଜେପିରେ ମିଶିବାକୁ ଦିଲ୍ଲୀକୁ କାହିଁକି ବାଛିଲେ, ସେ ପ୍ରଶ୍ନ ମଧ୍ୟ ଏବେ ଆଲୋଚିତ ହେଉଛି। ଆମ ଲାଗି କିନ୍ତୁ ସବୁଠୁ ଆକର୍ଷଣ ର ବିଷୟ ହେଉଛି ବିଜେପିରେ ମିଶିଲାପରେ ବୈଜୟନ୍ତ ଦେଇଥିବା ବୟାନ। “ବିଜେପିରେ ମିଶିବା ଲାଗି  ଗତ ବାଇଶ ବର୍ଷ ଧରି ମୁଁ ଅପେକ୍ଷା କରି ରହିଥିଲି।“ – ଏ କଥା ପଦକ ବୈଜୟନ୍ତଙ୍କ ଅନେକ ଗୁମର ଖୋଲି ଦେଇଛି। ସେ ଯେ ବିଜେଡି ଭିତରେ ବିଜେପିର ଲୋକ ହୋଇ ଏତେଦିନ ଥିଲେ, ଏ କଥା ସେ ନିଜେ ସ୍ଵୀକାର କରିଛନ୍ତି। ନିଜକୁ ବିଜୁ ପଟ୍ଟନାୟକଙ୍କ ଆଦର୍ଶର ପ୍ରତିଭୂ ବୋଲି ଏହା ପୂର୍ବରୁ ସେ ଯାହା କହୁଥିଲେ, ତାହା ଯେ କେବଳ ଛଳନା ଥିଲା, ଏହା ତାଙ୍କ ନିଜ ବକ୍ତବ୍ୟ ପ୍ରମାଣିତ କରୁନାହିଁ କି?

ବିଜୁ ପଟ୍ଟନାୟକ ସାରା ଜୀବନ ସାମ୍ପ୍ରଦାୟିକ ରାଜନୀତି ତଥା ସେ ରାଜନୀତି ସହ ସଂପୃକ୍ତ ଜନସଙ୍ଘ, ବିଜେପି ଓ ସଂଘ ପରିବାରକୁ ବିରୋଧ କରି ଆସୁଥିଲେ।୧୯୭୭ର  ଜନତା ପାର୍ଟି ସରକାରରେ ଥିବା ଜନସଙ୍ଘି ମନ୍ତ୍ରୀମାନେ ଦ୍ଵୈତ ଆଦର୍ଶ ରଖିପାରିବେ ନାହିଁ ବୋଲି ବିଜୁ ବାବୁ ସେତେବେଳେ ଦୃଢ ଯୁକ୍ତି କରିଥିଲେ। ୧୯୯୫ ଓଡିଶା ବିଧାନସଭା ନିର୍ବାଚନରେ ବିଜୁ ବାବୁଙ୍କ ଅପ୍ରତ୍ୟାଶ୍ୟିତ ପରାଜୟ ସତ୍ତ୍ୱେ ସେ ନିଜ ଜୀବନକାଳରେ ବିଜେପି ସହ ମେଣ୍ଟ କରିବାକୁ ଚାହିଁନଥିଲେ। ବିଜୁ ବାବୁଙ୍କର ସବୁ ଶିଷ୍ୟ ପ୍ରଶିଷ୍ୟ ଯେତେବେଳେ ବିଜେପି ସହ ମେଣ୍ଟ କରିବାକୁ ଗୋଡ ଟେକି ବସିଥିଲେ, ସେତେବେଳେ ବିଜୁ ବାବୁ ଏକଲା ହୋଇ ନିଜ ନିଷ୍ପତ୍ତିରେ ଅଟଳ ରହିଥିଲେ। ତେଣୁ ବିଜୁ ବାବୁ ଙ୍କ ଅବର୍ତ୍ତମାନରେ ଯେତେବେଳେ ବିଜୁ ଜନତା ଦଳ ବିଜେପି ସହ ମେଣ୍ଟ କଲା, ତାହା ଏକପ୍ରକାର ବିଜୁ ବିରୋଧୀ ଆଦର୍ଶ ଥିଲା ବୋଲି କୁହାଯାଇପାରେ। ସେଇ ଦୃଷ୍ଟିରୁ ବୈଜୟନ୍ତଙ୍କ ବିଜୁ ପ୍ରେମ କେବଳ ଏକ ବାହାନା ମାତ୍ର। ବିଜେପି ସହିତ ନିଜର ଆଦର୍ଶଗତ ମେଳକ ସତ୍ତ୍ୱେ ବୈଜୟନ୍ତଙ୍କ ପରି ବହୁ ନେତା ବିଜୁ ପଟ୍ଟନାୟକଙ୍କ ବିଚାର ସହ ଯୋଡି ହେବାର ନାଟକ ଇ କରିଥାନ୍ତି।

ତେବେ ଆଜି ଯେତେବେଳେ ବୈଜୟନ୍ତ ନିଜ ମୁହଁ ରେ ସତ୍ୟକୁ ସ୍ଵୀକାର କରିଛନ୍ତି, ସେତେବେଳେ ତାଙ୍କୁ କେତୋଟି ଅଡୁଆ ପ୍ରଶ୍ନର ଉତ୍ତର ଦେବାକୁ ପଡିବ। ଯଦି ଗତ ବାଇଶ ବର୍ଷ ଧରି ସେ ବିଜେପିକୁ ଆସିବାକୁ ଚାହୁଁଥିଲେ ତାହେଲେ ବିଜେଡି ରୁ ରାଜ୍ୟସଭା ଓ ଲୋକସଭା କୁ ଯାଉଥିଲେ କାହିଁକି? ୨୦୧୭ ଓଡିଶା ପଞ୍ଚାୟତ ନିର୍ବାଚନ ସମୟରେ ଓ ତା ପରେ ବିଜେପି ପ୍ରରୋଚନାରେ ସେ ବିଜେଡି ସଂସଦୀୟ ଦଳ ଓ ବିଧାୟକ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି ବୋଲି ଯେଉଁ ଅଭିଯୋଗ ଆସୁଥିଲା, ତାହା ସତ୍ୟ କି? ପୁନଶ୍ଚ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ଵାସ୍ଥ୍ୟାବସ୍ଥା ବିଷୟରେ ଏକ ଜାତୀୟ ୱେବ ସାଇଟରେ ଯେଉଁ ମିଛ ଖବର ପ୍ରକାଶ ପାଇଥିଲା, ତା ପଛରେ ଜଣେ ବିଜେପି ପ୍ରେମୀ ବିଜେଡି ସାଂସଦଙ୍କ ହାତ ରହିଛି ବୋଲି ସେତେବେଳେ କୁହାଯାଉଥିଲା। ତାହା ଆଜି ପ୍ରମାଣିତ ହୋଇ ଯାଇଛି କି?

ବିଜେପି କୁ ସୁହାଇଲା ଭଳି ପରିସ୍ଥିତି ସୃଷ୍ଟି କରାଇବାରେ ରାଜ୍ୟ କଂଗ୍ରେସକୁ ଦୁର୍ବଳ କରିବା ନିହାତି ଜରୁରୀ ଥିଲା। ସେହିପରି ବିଜେଡ଼ିରୁ ବିତାଡିତ ଅସନ୍ତୁଷ୍ଟ ନେତାମାନେ ଯେମିତି ଶକ୍ତିଶାଳୀ ନହୁଅନ୍ତି, ତାହା ଦେଖିବା ମଧ୍ୟ ଜରୁରୀ ଥିଲା। ଏ ସବୁ କୂଟନୈତିକ କାମରେ ବିଜେପି ବୈଜୟନ୍ତଙ୍କୁ ଲଗାଇ କଂଗ୍ରେସକୁ ଦୁର୍ବଳ କରିବାରେ ସଫଳ ହୋଇଛି କି? ବିଜେଡିରେ ବୈଜୟନ୍ତଙ୍କ ଗୋଟି ଚାଳନା ବିଫଳ ହେବାପରେ ସେ ବାହାରେ ରହି କଂଗ୍ରେସ ଓ ଅନ୍ୟାନ୍ୟ ବିଜେପି ବିରୋଧୀ ଶକ୍ତିକୁ ଗତ ୯ ମାସ ଧରି ଦୁର୍ବଳ କରିବାର ଉଦ୍ୟମ କରି ଆସିଛନ୍ତି। ଅବଶ୍ୟ ଏଥିଲାଗି ବୈଜୟନ୍ତଙ୍କ ତୁଳନାରେ ଓଡିଶା କଂଗ୍ରେସ ନିଜକୁ ଅଧିକ ଦାୟୀ କରିବା ଉଚିତ। ଆଦର୍ଶଗତ ଭାବରେ ବୈଜୟନ୍ତ ସଂଘ ପରିବାରର ନିକଟବର୍ତ୍ତୀ ବୋଲି ଜାଣି ମଧ୍ୟ କଂଗ୍ରେସ ତାଙ୍କୁ ସମର୍ଥନ ଦେଇ ଆସୁଥିଲା। ତେବେ ବିଜେପିର ନିକଟ ସମ୍ପର୍କୀୟ ଭାବେ ବୈଜୟନ୍ତ ବାହାରେ ରହି ବିଜେପିକୁ ସହାୟତା ଯୋଗାଇ ଆସିଛନ୍ତି। ୨୦୧୪ ସାଧାରଣ ନିର୍ବାଚନ ପରେ ପରେ ବୈଜୟନ୍ତ ବିଜେପିକୁ ସମର୍ଥନ କରିବାକୁ ଚାହୁଁଥିଲେ। ବିଜେଡ଼ିର ସମଦୂରତା ନୀତି କାରଣରୁ ବୈଜୟନ୍ତଙ୍କ ବିଜେପି ପ୍ରୀତି କିଛିଟା ବ୍ୟାହତ ହୋଇଥିଲା। ଯଦିଓ ସେ ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇ ଯାଇଥିଲେ, ବସ୍ତୁତଃ ସେ ବିଜେପି ସଦସ୍ୟ ଭଳି ବ୍ୟବହାର ପ୍ରଦର୍ଶନ କରୁଥିଲେ। ଗୋଟେ ସମୟରେ ବିଜେଡିରେ ବିଭାଜନ ସୃଷ୍ଟି କରି ବିଜେପି ସହାୟତାରେ ସରକାର ଗଢିବାର ଷଡଯନ୍ତ୍ର ମଧ୍ୟ ହୋଇଥିଲା। ତାହା ସଫଳ ନହେବାରୁ ବୈଜୟନ୍ତ ବିଜେଡି ଭିତରେ ନିଜକୁ ଜଣେ ଲଢୁଆ ଆଦର୍ଶବାଦୀ ବୋଲି କହିବାକୁ ଚେଷ୍ଟା କରିଥିଲେ। ତେବେ ମୁଖ୍ୟତଃ ସେ ବିଜେଡି ଭିତରେ ବିଜେପିର “ଭେଦିଆ” ଭାବରେ ହିଁ କାମ କରୁଥିଲେ।

ସେ ଯାହା ବି ହେଉ ବାଇଶ ବର୍ଷ ଧରି ବାହାରେ ବିଜେପିର  ଭେଦିଆ ହୋଇ ରହିବା ପରେ ଆଜି ସେ ନିଜ ମନ ପସନ୍ଦର ଦଳକୁ ଫେରିଥିବାରୁ, ତାଙ୍କୁ ଆମେ ଅଭିନନ୍ଦନ ଜଣାଉଛୁ!!

amitshah BJP dharmendra jayapanda odishabjp
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

ପଞ୍ଜାବରେ ବିଜେପିର ରାଜନୈତିକ ରଣନୀତି, ଗାଁରୁ ବିଧାନସଭା ଆସନ ଯାଏଁ ହେବ ଅଭିଯାନ

September 10, 2026
Latest News

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.