Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅନୁଭବ ହେଲାଣି ମହାବାତ୍ୟା ‘ଅମ୍ଫାନ’ର ପ୍ରଭାବ, ଭୁବନେଶ୍ବରରେ ହାଲକା ପବନ ସହିତ ଝିପିଝିପି ବର୍ଷା
ଜାତୀୟ ଖବର

ଅନୁଭବ ହେଲାଣି ମହାବାତ୍ୟା ‘ଅମ୍ଫାନ’ର ପ୍ରଭାବ, ଭୁବନେଶ୍ବରରେ ହାଲକା ପବନ ସହିତ ଝିପିଝିପି ବର୍ଷା

May 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନୁଭବ ହେଲାଣି ମହାବାତ୍ୟା 'ଅମ୍ଫାନ'ର ପ୍ରଭାବ, ଭୁବନେଶ୍ବର ହାଲକା ପବନ ସହିତ ଝିପିଝିପି ବର୍ଷା

ଭୁବନେଶ୍ବର, ଆଜି ସକାଳୁ ସକାଳୁ ଉପକୂଳବର୍ତ୍ତି ଜିଲ୍ଲାରେ ‘ଅମ୍ଫାନ’ ର ପ୍ରଭାବ ଅନୁଭୁତ ହେଲାଣି। ଭୁବନେଶ୍ବର ସମେତ ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଚାନ୍ଦବାଲି, ପାରାଦ୍ବୀପ, ପୁରୀ ପ୍ରଭୃତି ସହରରେ ଝିପିଝିପ ବର୍ଷା ହେଉଛି। ଏଥିସହିତ ଧାରାବାହିକ ଭାବେ ହାଲକା ହାଲକା ପବନ ପ୍ରବାହିତ ହେବାରେ ଲାଗିଛି। ସେହିପରି ଭୁବନେଶ୍ବରରେ ବର୍ତ୍ତମାନ ଏହାର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି। ଭୁବନେଶ୍ବରରେ ଆଜି ସକାଳୁ ପାଗ ମେଘୁଆ ରହିଥିଲା। ମଝିରେ ମଝିରେ ଝିପିଝିପି ବର୍ଷା ମଧ୍ୟ ହେଉଛି। ତେବେ ରାଜଧାନୀରେ ବର୍ତ୍ତମାନ ପବନ ପ୍ରଭାବ ଆରମ୍ଭ ହୋଇଯାଇଛି।

ଅମ୍ପାନ୍‌ ସିଧାସଳଖ ଓଡ଼ିଶାରେ ମାଡ ହେଉନଥିଲେ ବି ଉପକୂଳବର୍ତ୍ତୀ 12ଟି ଜିଲ୍ଲା ଉପରେ ଏହାର ପ୍ରଭାବ ରହିବ । ସବୁଠୁ ଅଧିକ ପ୍ରଭାବ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ରହିବ । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ସର୍ବାଧିକ 135 କିଲୋମିଟର ଯାଏ ରହିବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ବର୍ତ୍ତମାନ ଅମ୍ଫାନ ଏବେ ପାରାଦୀପଠାରୁ 570 କିମି ଦୂରରେ ରହିଥିବାବେଳ ପଶ୍ଚିମବଙ୍ଗ ଦୀଘାଠାରୁ 720 କିମି ଦୂରରେ ରହିଛି । ଅମ୍ପାନ୍‌’ ଅତି ଭୀଷଣ ରୂପ ନେଇ ଉତ୍ତର ଉତ୍ତରପୂର୍ବ ଦିଗକୁ ମୁହାଁଇବ ବୋଲି ସୂଚନା ରହିଛି । କାଲି ଅପରାହ୍ନରୁ ସନ୍ଧ୍ୟା ଭିତରେ ଲ୍ୟାଣ୍ଡ ଫଲ୍‌ କରିବ ‘ଅମ୍ପାନ୍‌’ । ଦୀଘା- ହାତିଆ ମଝିରେ ସୁନ୍ଦରବନ ପାଖରେ ଲ୍ୟାଣ୍ଡଫଲ୍‌ କରିପାରେ ଅମ୍ପାନ୍‌ । ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ 165ରୁ 175 କିମି ରହିବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

amphan Amphan in Odisha Top News
Share. Facebook Twitter LinkedIn Email WhatsApp Copy Link

Related Posts

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026

ଚିନି ରପ୍ତାନି ଉପରେ ନିଷେଧାଜ୍ଞା ଜାରି କଲେ କେନ୍ଦ୍ର ସରକାର

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.