Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଂଗ୍ରେସ ଓ ବିଜେପିର ପୁରୁଣା ମୁହଁ ବନାମ ବିଜେଡ଼ିର ନୂଆ ମୁହଁ, କିଏ କାହାକୁ ଚକମା ଦେବ?
ବିଶେଷ ଖବର

କଂଗ୍ରେସ ଓ ବିଜେପିର ପୁରୁଣା ମୁହଁ ବନାମ ବିଜେଡ଼ିର ନୂଆ ମୁହଁ, କିଏ କାହାକୁ ଚକମା ଦେବ?

March 9, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
candidate for election
candidate for election

କେଦାର ମିଶ୍ର

୧୯୯୮ ମସିହାରେ ବିଜୁ ଜନତା ଦଳ ଗଠନ ହେବା ପରଠୁ ଏହି ଦଳ ନିରନ୍ତର ଭାବରେ ଓଡିଶାର ସବୁ ନିର୍ବାଚନ ଜିଣି ଆସୁଛି। ୨୦ ବର୍ଷରୁ ଅଧିକ କାଳ କେନ୍ଦ୍ର(ନବୀନ ବାବୁ ପ୍ରଥମେ ବାଜପାୟୀ ସରକାର ରେ ମନ୍ତ୍ରୀ ଥିଲେ ଏବଂ ୨୦୦୪ ପର୍ୟନ୍ତ  ବିଜେଡି ଏନଡିଏ ସରକାରର ଅଂଶୀଦାର ଥିଲା) ଓ ରାଜ୍ୟରେ କ୍ଷମତା ଭୋଗ କରିଥିବା ବିଜେଡି ରେ ସ୍ଵାଭାବିକ ଭାବରେ ପୁରୁଣା ତଥା ଅଭିଜ୍ଞ ନେତାଙ୍କ ଭିଡ ରହିବା ଉଚିତ ହୁଅନ୍ତା। କିନ୍ତୁ ବାସ୍ତବ କ୍ଷେତ୍ରରେ ଦେଖା ଯାଉଛି, ବିଜେଡିରେ ଏବେ ପୁରୁଣାଙ୍କର ଆଉ କୌଣସି ଭୂମିକା ରହୁନାହିଁ। ଏବେ ବିଜେଡ଼ିର ଅଳ୍ପ କେତେଜଣ ମନ୍ତ୍ରୀଙ୍କୁ ବାଦ ଦେଲେ ଏହା ମୁଖ୍ୟତଃ ତରୁଣ ଓ ମଧ୍ୟବୟସ୍କଙ୍କର ଏକ ଦଳ। ଅପର ପକ୍ଷରେ ବିରୋଧୀ ଭାରତୀୟ ଜନତା ପାର୍ଟି ଓ କଂଗ୍ରେସରେ ଏବେ ମଧ୍ୟ ପୁରୁଣା ନେତାଙ୍କର ରାଜୁତି ଚାଲିଛି। କ୍ଷମତାରେ ନଥିବା ଦଳକୁ ଶକ୍ତିଶାଳୀ କରିବାକୁ ହେଲେ ନୂଆ ପ୍ରଜନ୍ମର ନେତା ବାହାରିବା ନିହାତି ଜରୁରୀ। ବିଜେପି ଓ କଂଗ୍ରେସ ଗତ ଦଶ ବର୍ଷ ଭିତରେ ପ୍ରଭାବଶାଳୀ ନୂଆ ମୁହଁ ତିଆରି କରିବାରେ ବିଫଳ ହୋଇଛନ୍ତି।

ଆମେ କେବଳ ଆଗାମୀ ନିର୍ବାଚନର ସମ୍ଭାବ୍ୟ ପ୍ରାର୍ଥୀ ତାଲିକାରୁ ଏହି ପ୍ରସଙ୍ଗକୁ ବିଶ୍ଳେଷଣ କରିବା । ଉଭୟ ବିଜେପି ଓ କଂଗ୍ରେସର ସମ୍ଭାବ୍ୟ ଲୋକସଭା ତଥା ବିଧାନସଭା ପ୍ରାର୍ଥୀ କିଏ ହେବେ ତାର କିଛି ତାଲିକା ଏବେ ଜନ ସାଧାରଣରେ ଚର୍ଚ୍ଚିତ ହେଉଛି। କଂଗ୍ରେସ ଆଜି ମଧ୍ୟ ଶରତ ପଟ୍ଟନାୟକ, କାମାକ୍ଷା ପ୍ରସାଦ ସିଂ ଦେଓ, ଜଗନ୍ନାଥ ପଟ୍ଟନାୟକ, ଭକ୍ତ ଚରଣ ଦାସ, ପଂଚାନନ କାନୁନଗୋ, ଅନନ୍ତ ପ୍ରସାଦ ସେଠୀ, ବିଭୁ ପ୍ରସାଦ ତରାଇଙ୍କ ପରି ପୁରୁଖା ନେତାଙ୍କ କାନ୍ଧ ଉପରେ ନିର୍ଭର କରୁଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିଜ ପାଇଁ ଏକ ତରୁଣ ଶକ୍ତି ନିର୍ମାଣ କରିପାରିନାହାନ୍ତି। ଯେଉଁ ଜଣେ ଦୁଇ ଜଣ ତରୁଣ ନେତା କଂଗ୍ରେସ ଟିକଟରେ ଲୋକସଭା ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ଚାଲିଛି, ସେମାନେ ବିଭିନ୍ନ ରାଜନୈତିକ ପରିବାରରୁ ଆସିଛନ୍ତି। ପିସିସି ସଭାପତି ଓ ବିରୋଧୀ ଦଳ ନେତାଙ୍କ ପୁଅଙ୍କ ନାମ ଏଇ ତାଲିକାରେ ରହିଛି।

ବିଜେପି ନିଜକୁ ଯୁବା ଶକ୍ତିର ପ୍ରତୀକ ବୋଲି କହୁଥିଲେ ମଧ୍ୟ ଏହି ଦଳର ମୁଖ୍ୟ ଆସନ ମାଡି ବସିଥିବା ନେତାଏ ଓ ଟିକଟ ଆଶାୟୀମାନେ ଆଜି ମଧ୍ୟ ପୁରୁଣା। ଏହାର ସମ୍ଭାବ୍ୟ ପ୍ରାର୍ଥୀ ତାଲିକାରେ ଆଜି ବି ସେଇ ପୁରୁଣା ନାମ ଗୁଡିକର ପ୍ରାଧାନ୍ୟ ରହିଛି। ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ଅନନ୍ତ ନାୟକ, ବସନ୍ତ ପଣ୍ଡା, ପର୍ଶୁରାମ ମାଝୀ, ରୁଦ୍ର ପାଣି, ସୁରେଶ ପୂଜାରୀ, ସଂଗୀତା ସିଂ ଦେଓ, ଜୟରାମ ପାଙ୍ଗିଙ୍କ ଭଳି ପୁରୁଣା ଓ  ବାରମ୍ବାର ହାରିଥିବା ନେତାଙ୍କୁ (ଅବଶ୍ୟ କିଛି ବିଜେଡ଼ିରୁ ଆମଦାନୀ ହୋଇଥିବା ବିଜୟୀ ନେତା ମଧ୍ୟ ଅଛନ୍ତି)  ନେଇ ବିଜେପି ନିଜର ସଫଳତା ହାସଲ କରିବ ବୋଲି ଭାବୁଛି।

ତେବେ ଏମାନଙ୍କ ରଣନୀତିଠୁ ବିଜେଡି ପୂରାପୂରି ଅଲଗା।  ବିଜେଡି ସମ୍ଭାବ୍ୟ ପ୍ରାର୍ଥୀ ତାଲିକାରେ ଏବେ ଅନେକ ନୂଆ ମୁହଁ ସ୍ଥାନ ପାଇବାର ସମ୍ଭାବନା ରହିଛି। ତଥାଗତ ଶତପଥି, ବିଜୟଶ୍ରୀ ରାଉତରାୟ ଙ୍କ ପରି ବିଜେଡ଼ିର ପୁରୁଣା ନେତାମାନେ ନିଜ ତରଫରୁ ଆଉ ନିର୍ବାଚନ ଲଢିବେ ନାହିଁ ବୋଲି କହିସାରିଲେଣି। ବିଜେଡି ଲୋକସଭା ପାଇଁ ପ୍ରାୟ ନବେ ଭାଗ ନୂଆ ମୁହଁ କଥା ଭାବୁଥିବା ବେଳେ ବିଧାନସଭା ପାଇଁ ୪୦-୫୦% ଯୁବକ ଓ ମହିଳାଙ୍କୁ ସୁଯୋଗ ଦେବ ବୋଲି କୁହାଯାଉଛି। ବିଜେଡ଼ିର ଦଳୀୟ ସଙ୍ଗଠନରେ ମଧ୍ୟ ଏବେ ନୂଆ ମୁହଁ ମାନଙ୍କର ଭୂମିକା ବଢି ଚାଲିଛି। ଦଳ ଭିତରକୁ ପ୍ରତି ଦିନ ନୂଆ ଲୋକ ଆସୁଛନ୍ତି। ବିଜେପି ଭିତରକୁ ଅଧିକରୁ ଅଧିକ ବିଜେଡ଼ିରୁ ବିତାଡିତ କିମ୍ବା ଅସନ୍ତୁଷ୍ଟ ନେତା ପ୍ରବେଶ କରୁଥିବା ବେଳେ ବିଜେଡିରେ ଏବେ ପୂର୍ବତନ ପ୍ରଶାସକ ଓ ତୃଣମୂଳ ସ୍ତରର କର୍ମୀମାନେ ପ୍ରବେଶ କରୁଛନ୍ତି।

ନୂଆ ଭୋଟରଙ୍କୁ ପୁରୁଣା ମୁହଁ ଦ୍ଵାରା ପ୍ରଭାବିତ କରିବା ସହଜ ନୁହେଁ। ନେତା ଭାବରେ ହୁଏତ ନବୀନ ପଟ୍ଟନାୟକ, ଧର୍ମେନ୍ଦ୍ର ପ୍ରଧାନ ଓ ନିରଞ୍ଜନ ପଟ୍ଟନାୟକଙ୍କ ଲୋକପ୍ରିୟତା ରହିଛି। ହେଲେ ନିର୍ବାଚନ ଲଢିବା ପାଇଁ ନୂଆ ଶକ୍ତି ଓ ନୂଆ ମୁହଁ ଯାହାର ଅଧିକ ରହିବ,  ସେମାନଙ୍କ ପକ୍ଷରେ ନିର୍ବାଚନ ଜିଣିବା ସହଜ ହେବ।

BJD BJP cong dharmendra naveen niranjan
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.