Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅନଲକ୍‌ 1.0 : ବିସ୍ତୃତ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର
ବିଶେଷ ଖବର

ଅନଲକ୍‌ 1.0 : ବିସ୍ତୃତ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

June 1, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ପ୍ରେସ୍‌ ମିଟ୍‌ କରି ଅନ୍‌ଲକ୍‌ 1.0 ଜାରି କରିଛନ୍ତି । ଲକ୍ ଡାଉନ୍‌ କାଲି ସରିଛି । ଆଜିଠାରୁ ଅନ୍‌ଲକ୍‌ -1ଆରମ୍ଭ ହୋଇଛି । ଜୁନ୍‌ ମାସରେ  ଅଧିକ ସତର୍କ ରହିବା ପାଇଁ ରାଜ୍ୟ ସରକାର ଅନେକଗୁଡିଏ ନିୟମ ପ୍ରଣୟନ କରାଯାଇଛି । ଏହି ଅନ୍‌ଲକ୍‌ 1.0ରେ ଓଡ଼ିଶା ସରକାର ନୂତନ ଗାଇଡଲାଇନ୍‌ ଜାରି କରାଯାଇଛି । ରାଜ୍ୟକୁ 4 ଲକ୍ଷରୁ ଅଧିକ ପ୍ରବାସୀ ଫେରିଥିବା ବେଳେ ରାଜ୍ୟରୁ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରୁ 95 ପ୍ରତିଶତ ସଙ୍ଗରୋଧ କେନ୍ଦ୍ରରୁ ବାହାରୁଛନ୍ତି । ତେଣୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସଂଶୋଧି୍ତ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରାଯାଇଛି । ତେବେ ଆଗାମୀ ଦିନରେ ଚଳାଚଳ ବଢିବାର ସମ୍ଭାବନା ରହିଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିପାରେ ତେଣୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରାଯାଇଛି ।

1. ସଂକ୍ରମଣ ବଢିଥିବା 11ଟି ଜିଲ୍ଳାରେ ଜୁନ୍‌ ମାସ ସାରା ସପ୍ତାହକୁ  ଦୁଇଦିନ ସଟ୍‌ ଡାଉନ୍‌ କରାଯିବ । ପ୍ରତି ଶନିବାର ଓ ରବିବାର ଦିନ ରାଜ୍ୟର 11ଟି ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟ ଶାସନସଚିବ । ଖୋର୍ଦ୍ଧା, ଗଞ୍ଜାମ, ପୁରୀ,ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ବାଲେଶ୍ବର, ଭଦ୍ରକ,ବଲାଙ୍ଗିର ଆଦି ଜିଲ୍ଲାରେ ସପ୍ତାହକୁ 2 ଦିନ ସଟ୍‌ ଡାଉନ୍‌ କରାଯିବ । ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ଦିନ ସଟ୍‌ଡାଉନ୍‌ ରହିବ । ଏହି ସମୟରେ କୌଣସି ଅଫିସ୍‌ ଖୋଲା ଯିବ ନାହିଁ । ଏହି ସମୟରେ ଦୋକାନ ବଜାର ବନ୍ଦ ରହିବ । ତେବେ ଔଷଧ ଦୋକାନ ଖୋଲା ରହିବ । କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଖୋଲା ରହିବ ।

2. ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଜୁଲାଇ 31 ଯାଏଁ ବନ୍ଦ ରହିବ ।

3. ରାତ୍ରୀକାଳିନ କର୍ଫ୍ୟୁ ସନ୍ଧ୍ୟା 7ଟାରୁ ଭୋର୍‌ 5ଟା ଯାଏଁ ବଳବତ୍ତର ରହିବ ।

4. ସର୍ବସାଧାରଣ ସ୍ଥାନରେ ମାସ୍କ ନ ପିନ୍ଧିଲେ ନିୟମ ଉଲ୍ଲଂଘନକାରୀଙ୍କ ନିକଟରୁ ଜରିମାନା ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

5. ପୂର୍ବ ଲକ୍‌ଡାଉନ୍‌ରେ ରହିଥିବା ସମସ୍ତ କଟକଣା ଜୁନ୍‌ 30 ପର୍ଯ୍ୟନ୍ତ ବଳବତ୍ତର ରହିବ ।

6. ଚିକିତ୍ସା ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ବ୍ୟତିରେକ ଅନ୍ୟ କୌଣସି କାର୍ଯ୍ୟରେ ବାହାରକୁ ଯିବା ଉପରେ 65 ବର୍ଷରୁ ଅଧିକ ବୟସ୍କ ଲୋକ, 10 ବର୍ଷରୁ କମ୍‌ ଶିଶୁ ଏବଂ ଗର୍ଭବତୀ ମହିଳାଙ୍କ ଉପରେ କଟକଣା ଲଗାଯାଇଛି । ଅଗଷ୍ଟ 31 ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ।

7. ଗୁରୁତର ରୋଗରେ ପୀଡିତ ବ୍ୟକ୍ତିମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ନିୟମିତ ତଦାରଖ କରାଯିବ ଏବଂ କରୋନା ସଂକ୍ରମଣ ସମ୍ପର୍କରେ ବ୍ୟାପକ ସଚେତନ କରାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

Six Lane Dwarka Tunnel: ଦ୍ୱାରକା ଏକ୍ସପ୍ରେସୱେରେ ନିର୍ମାଣ ହେବ ଛଅ ଲେନ ସୁଡଙ୍ଗ ପଥ

July 1, 2026

ଏଫସିଆରଏ ୨.୦ ପୋର୍ଟାଲ ଏବଂ ଇ-ଓସିଆଇ କାର୍ଡର ଶୁଭାରମ୍ଭ କଲେ ଅମିତ ଶାହ

July 1, 2026

ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ରଥଯାତ୍ରା ସ୍ପେଶାଲ ଟ୍ରେନ୍ ଚଳାଚଳ

June 30, 2026

ଆସନ୍ତାକାଲିଠାରୁ ବଦଳିବ ଏହି ପାଞ୍ଚଟି ନିୟମ: ଲୋକଙ୍କ ପକେଟକୁ କରିବ ପ୍ରଭାବିତ

June 30, 2026
Latest News

ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା, ୧୪ ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ

July 2, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ

July 2, 2026

ତାରାତାରିଣୀ ପୀଠ ନିକଟ ହୋଟେଲ ରୁ ଯୁବକର ଶବ ଉଦ୍ଧାର

July 2, 2026

ଦିଅରଙ୍କ ଆକ୍ରମଣରେ ଭାଉଜଙ୍କ ମୃତ୍ୟୁ, ପୁଅ ଗୁରୁତର

July 2, 2026

ଖୋର୍ଦ୍ଧାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ; ଘୋଷଯାତ୍ରା ପୂର୍ବରୁ କଡ଼ା ଯାଞ୍ଚ ଓ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ

July 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.