Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ମୋ ସରକାର’ରେ ସାମିଲ୍‌ ହେବ କୋଭିଡ୍‌ ପରିଚାଳନା
ଆଜିର ଖବର

‘ମୋ ସରକାର’ରେ ସାମିଲ୍‌ ହେବ କୋଭିଡ୍‌ ପରିଚାଳନା

July 7, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ‘ମୋ ସରକାର’ରେ ସାମିଲ୍‌ ହେବ କୋଭିଡ୍‌ ପରିଚାଳନା ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି ।

କୋଭିଡ୍‌ ପରିଚାଳନାକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏହାକୁ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍‌ ରୋଗୀ ଏବଂ କୋଭିଡ୍‌ ଯୋଦ୍ଧା ମାନଙ୍କ ସହିତ ନିୟମିତ ଯୋଗାଯୋଗ କରି ସେମାନଙ୍କଠାରୁ ଫିଡ୍‌ବ୍ୟାକ୍‌ ସଂଗ୍ରହ କରିବା ପାଇଁ ଜିଲ୍ଲା କୋଭିଡ୍‌ ପର୍ଯ୍ୟବେକ୍ଷକ ଓ ବରିଷ୍ଠ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ମଧ୍ୟ କୋଭିଡ୍‌ ଯୋଦ୍ଧା ଓ ରୋଗୀମାନଙ୍କ ଠାରୁ ଫି୍ଡ୍‌ବ୍ୟାକ୍‌  ସଂଗ୍ରହ କରିବେ । ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେହିପରି ରୋଗୀଙ୍କ ପରିବାରକୁ ରୋଗୀର ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ସୂଚନା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।  

କୋଭିଡ୍‌ ଯୋଦ୍ଧାମାନେ କିପରି ସଂକ୍ରମଣରୁ ସୁରକ୍ଷିତ ରହିବେ ସେଥିପାଇଁ ସେମାନଙ୍କୁ ଉପଯୁକ୍ତ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଥାପିତ କୋଭିଡ୍‌ କେୟାର ହୋମ୍‌ର ତଦାରଖ ପାଇଁ ଅନ୍‌ଲାଇନ୍‌ ଏଣ୍ଟ୍ରି ର ବ୍ୟବସ୍ଥା କରାଯିବା ଆବଶ୍ୟକ । ଏହା ସହିତ ବିଭିନ୍ନ କୋଭିଡ୍‌ ଡାକ୍ତରଖାନା ମଧ୍ୟରେ ଆମ୍ବୁଲାନ୍ସ ସେବାକୁ ସୁବ୍ୟବସ୍ଥିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ରାଜ୍ୟର ସବୁ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏବଂ ହଟ୍‌ସ୍ପଟ୍‌ ଜିଲ୍ଲା ମାନଙ୍କରେ ଆଣ୍ଟିଜେନ ଟେଷ୍ଟ  କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ଚେନ୍ନାଇ ପରି ହଟ୍‌ସ୍ପଟ୍‌ ନଗର ମାନଙ୍କରୁ ଯେପରି କମ୍‌ ସଂଖ୍ୟାରେ ଟ୍ରେନ୍‌ ଓ ଉଡାଜାହାଜ ଆସିବ ସେଥିପାଇଁ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ  ଦେଇଥିଲେ  ।

ଗତ ଜୁନ୍‌ ୨୯ ତାରିଖ ଦିନ ହୋଇଥିବା ସମୀଷା ବୈଠକରେ ମୁଖ୍ୟମନ୍ତ୍ରୀ  କୋଭିଡ୍‌ ପରିଚାଳନା ପାଇଁ ଏକ ନବସୂତ୍ରୀ ପରାମର୍ଶ ଦେଇଥିଲେ । ଆଜିର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ହୋଇଥିଲା ।

ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟର ପ୍ରତି ପଞ୍ଚାୟତରେ ଗ୍ରାମ କଲ୍ୟାଣ ସମିତି ସ୍ତରରେ ୪୭୬୧୩ ଟି କୋଭିଡ୍‌ କେୟାର କମିଟି ଗଠନ କରାଯାଇଥିବା ବେଳେ ଏହାର ସଦସ୍ୟମାନଙ୍କ ତାଲିମ ମଧ୍ୟ ଶେଷ କରାଯାଇଛି । ସେହିପରି ଗ୍ରାମ ପଞ୍ଚାୟତ ଗୁଡିକରେ ୪୯୨୧୮ ଶଯ୍ୟା ବିଶିଷ୍ଟ ୫୪୮୦ କୋଭିଡ୍‌ ଗୃହ ସ୍ଥାପନ କରାଯାଇଛି । ଏହା ସହିତ ୩୭୯୯୮ ଶଯ୍ୟା ବିଶିଷ୍ଟ ୧୧୦୫ ଟି TMC Cluster ମଧ୍ୟ କାର୍ଯ୍ୟ କରୁଛି ।

୧୧୪ ଟି ପୌରାଞ୍ଚଳରେ ୨୦୩୫ ଟି କୋଭିଡ୍‌ କେୟାର କମିଟି ଗଠନ କରାଯାଇଥିବା ବେଳେ ୫୯୫୬ ଶଯ୍ୟା ବିଶିଷ୍ଟ କୋଭିଡ୍‌ ଗୃହ ମଧ୍ୟ ସ୍ଥାପନ କରାଯାଇଛି ।ଏହା ସହିତ ୫୮୯୮୮ ଶଯ୍ୟା ବିଶିଷ୍ଟ ୮୧୮ଟି TMC  କେନ୍ଦ୍ର ସ୍ଥାପନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା ।

ରାଜ୍ୟରେ କୋଭିଡ୍‌ ପରୀକ୍ଷଣ ୩ ଲକ୍ଷରେ ପହଞ୍ଚିଥିବା ବେଳେ କେବଳ RMRC ଦ୍ବାରା ଏକ ଲକ୍ଷ ଟେଷ୍ଟ କରାଯାଇଛି  । ମାର୍ଚ୍ଚ ମାସରେ ରାଜ୍ୟରେ କେବଳ RMRC ରେ ପରୀଷା କରାଯାଉଥିବା ବେଳେ  ବର୍ତ୍ତମାନ ୧୯ ଟି ଲାବୋରେଟୋରୀରେ ପରୀକ୍ଷା କରାଯାଉଛି । ଆଗାମୀ ଦିନରେ ପୁରୀ, ଅନୁଗୁଳ, ଯାଜପୁର, ଝାରସୁଗୁଡା, କଲାହାଣ୍ଡି ଓ କେନ୍ଦୁଝରଠାରେ ମଧ୍ୟ ପରୀକ୍ଷାର ବ୍ୟବସ୍ଥା କରାଯିବ ବୋଲି ବୈଠକରେ ସୂଚନା ଦିଆଯଇଥିଲ । ପୁରୀ, ଭୁବନେଶ୍ବର ଓ ଗଞ୍ଜାମରେ Serological Test ଚାଲିଛି ଏବଂ ଗଞ୍ଜାମକୁ ଆଣ୍ଟିଜେନ ଟେଷ୍ଟ ପାଇଁ ଅଧିକ କିଟ୍‌ ପଠାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା ।

ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ୨୬ ହଜାର ଶଯ୍ୟା ଥିବା ବେଳେ ବର୍ତ୍ତମାନ ୩୫୦୦ ରୋଗୀ ଚିକିତ୍ସିତ ହେଉଛନ୍ତି । ଭାରତ ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌ ଅନୁଯାୟୀ ଅଳ୍ପ ଓ ମଧ୍ୟମ ଲକ୍ଷଣଯୁକ୍ତ ରୋଗୀମାନଙ୍କୁ କୋଭିଡ୍‌ ଗୃହରେ ରଖି ଚିକିତ୍ସା ସେବା ଯୋଗାଇ ଦେବା ଏବଂ କେବଳ ଗୁରୁତର ରୋଗୀମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରିବା ସମ୍ପର୍କରେ ଅଧିକ ବିଚାର ଆଲୋଚନା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା ।

ରାଜ୍ୟର ସମସ୍ତ ଚିକିତ୍ସାଳୟରେ ଆଣ୍ଟିଜେନ୍‌ ଟେଷ୍ଟ ପରେ ହିଁ ଜରୁରୀ ଶଲ୍ୟ ଚିକିତ୍ସା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା  ।

ସାମାଜିକ ଦୂରତା ଓ ମାସ୍କର ବ୍ୟବହାର କୋଭିଡ୍‌ ନିୟନ୍ତ୍ରଣ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ଏ କ୍ଷେତ୍ରରେ ଜିରୋ ଟଲେରେନ୍ସ  ନୀତି ଗ୍ରହଣ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଅନ୍ୟାନ୍ୟ ବିଷୟମାନଙ୍କ ମଧ୍ୟରେ ସରକାରୀ କାର୍ଯ୍ୟଗୁଡିକୁ ଜିରୋ ଇନଫେକ୍ସନ୍‌ ଜୋନ୍‌  କରିବା ପାଇଁ ନିଆଯାଇଥିବା ପଦକ୍ଷେପ, କୋଭିଡ୍‌ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ପୋଲିସ ମହା ନିର୍ଦ୍ଦେଶକ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ପ୍ରମୁଖ ଯୋଗ ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବସିବ ଜିଏସଟି ବୈଠକ, କଣ ହେବ ନିଷ୍ପତି, ରହିଛି ସମସ୍ତଙ୍କ ନଜର

September 3, 2025

ବ୍ରହ୍ମପୁର ଗୁଟୁଖା କାରବାରକୁ ନେଇ ପୋଲିସର ଚଢାଉ

September 3, 2025

ରଣପୁରର ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଉପ-ନିର୍ଦ୍ଦେଶକ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ

September 3, 2025

ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ସୋଆ ଫ୍ୟାକଲ୍ଟି ମନୋନୀତ

September 3, 2025
Latest News

ଆଜି ବସିବ ଜିଏସଟି ବୈଠକ, କଣ ହେବ ନିଷ୍ପତି, ରହିଛି ସମସ୍ତଙ୍କ ନଜର

September 3, 2025

ବ୍ରହ୍ମପୁର ଗୁଟୁଖା କାରବାରକୁ ନେଇ ପୋଲିସର ଚଢାଉ

September 3, 2025

ରଣପୁରର ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଉପ-ନିର୍ଦ୍ଦେଶକ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ

September 3, 2025

ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ସୋଆ ଫ୍ୟାକଲ୍ଟି ମନୋନୀତ

September 3, 2025

ରବିବାର ଦିନ ଲାଗିବ ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କେତେବେଳେ ଅଛି ପାକ ତ୍ୟାଗ

September 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.