Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଉ 4ଟି ରାଜ୍ୟ ଓ କେନ୍ଦ୍ର ଶାସିତ ସ୍ଥାନରେ ଆରମ୍ଭ ହେଲା ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ବ୍ୟବସ୍ଥା, ଜାଣନ୍ତୁ କେଉଁ ରାଜ୍ୟ
ଜାତୀୟ ଖବର

ଆଉ 4ଟି ରାଜ୍ୟ ଓ କେନ୍ଦ୍ର ଶାସିତ ସ୍ଥାନରେ ଆରମ୍ଭ ହେଲା ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ବ୍ୟବସ୍ଥା, ଜାଣନ୍ତୁ କେଉଁ ରାଜ୍ୟ

August 1, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଉ 4ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହେଲା ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ବ୍ୟବସ୍ଥା

ନୂଆଦିଲ୍ଲୀ, କେନ୍ଦ୍ର ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ବ୍ୟାପାର ମନ୍ତ୍ରୀ ଶ୍ରୀ ରାମବିଳାସ ପାଶୱାନ ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି। ଏହି କାର୍ଡ ବ୍ୟବସ୍ଥାକୁ ଦେଶର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଧାର୍ଯ୍ୟ ସମୟ ସୀମା ମଧ୍ୟରେ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଚାଲିଥିବା ଉଦ୍ୟମ ବିଷୟରେ ମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି। ଏହି ସମୀକ୍ଷା ଅନୁସାରେ ଆଉ ୩ଟି ରାଜ୍ୟ ମଣିପୁର, ନାଗାଲାଣ୍ଡ ଓ ଉତ୍ତରାଖଣ୍ଡ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ ଓ କଶ୍ମୀରରେ ଏହି ନୂଆ ବ୍ୟବସ୍ଥା ପ୍ରବର୍ତ୍ତିତ ହୋଇଥିବା ଜଣାପଡିଛି। ଏଥିପାଇଁ ଯେଉଁ ବୈଷୟିକ ଆବଶ୍ୟକତା ଓ ପ୍ରସ୍ତୁତି ଦରକାର ଥିଲା ତାହା ଏହି 4ଟି ରାଜ୍ୟ ଓ  କେନ୍ଦ୍ର ଶାସିତ ଅଞ୍ଚଳରେ କାର୍ଯ୍ୟକ୍ଷମ ହୋଇଛି । ଏହାକୁ ମିଶାଇ ଆଜି ଅର୍ଥାତ୍‌, 2020 ଅଗଷ୍ଟ ପହିଲା ସୁଦ୍ଧା ଦେଶର 24ଟି  ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏକ ରାଷ୍ଟ୍ର ଏକ ରାସନ କାର୍ଡ ବ୍ୟବସ୍ଥା ପ୍ରବର୍ତ୍ତନ କରାଯାଇଛି।

ଯେଉଁସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ବ୍ୟବସ୍ଥା ଲାଗୁ ହୋଇଛି ସେଗୁଡିକ ହେଲା- ଆନ୍ଧ୍ରପ୍ରଦେଶ, ବିହାର, ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉ, ଗୋଆ, ଗୁଜରାଟ, ହରିଆନା, ହିମାଚଳ ପ୍ରଦେଶ, ଜମ୍ମୁ ଓ କଶ୍ମୀର, ଝାଡ଼ଖଣ୍ଡ, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମିଜୋରାମ, ନାଗାଲାଣ୍ଡ, ଓଡ଼ିଶା, ପଞ୍ଜାବ, ରାଜସ୍ଥାନ, ସିକ୍କିମ, ତେଲଙ୍ଗାନା, ତ୍ରିପୁରା, ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡ । ଏଥିସହିତ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅନ୍ତର୍ଭୁକ୍ତ 80 ଶତାଂଶ ବା 65 କୋଟି ଲୋକ ଏବେ ଏହି ନୂଆ କାର୍ଡ ବ୍ୟବସ୍ଥାରେ ଏସବୁ ରାଜ୍ୟର ଯେକୌଣସି ସ୍ଥାନରେ ନିଜର ଖାଦଶସ୍ୟକୁ ସଂଗ୍ରହ କରିପାରିବେ। ଅବଶିଷ୍ଟ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ଏକକ କାର୍ଡ ବ୍ୟବସ୍ଥା 2021 ମାର୍ଚ୍ଚ ସୁଦ୍ଧା ପ୍ରବର୍ତ୍ତନ କରିବାର ଲକ୍ଷ୍ୟ ରଖାଯାଇଛି।

ଏକ ରାଷ୍ଟ୍ର ଏକ ରାସନ କାର୍ଡ ଯୋଜନା କେନ୍ଦ୍ରର ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟର ଏକ ମହତ୍‌କାଂକ୍ଷୀ କାର୍ଯ୍ୟକ୍ରମ। ଏହା ମାଧ୍ୟମରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ଅନ୍ତର୍ଭୁକ୍ତ ଜନସାଧାରଣଙ୍କୁ ଦେଶର ଯେକୌଣସି ସ୍ଥାନରେ ପଡିକାର୍ଡ ମାଧ୍ୟମରେ ଖାଦ୍ୟଶସ୍ୟ ଯୋଗାଣ ନିଶ୍ଚିତ କରିବା ଏହାର ଲକ୍ଷ୍ୟ। 2013 ଖାଦ୍ୟ ସୁରକ୍ଷା ଆଇନ ବଳରେ ଯେଉଁମାନେ ମାଗଣା ଖାଦ୍ୟଶସ୍ୟ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ସେମାନେ ନିଜ ରାଜ୍ୟ ଛାଡି ଦେଶର ଯେକୌଣସି ରାଜ୍ୟରେ ରହିଲେ ମଧ୍ୟ ନିଜ କାର୍ଡ ମାଧ୍ୟମରେ ଏହିସବୁ ସାମଗ୍ରୀ ସଂଗ୍ରହ କରିପାରିବେ। ଏଥିପାଇଁ ଏକ ସମନ୍ୱିତ ସାଧାରଣ ଯୋଗାଣ ପରିଚାଳନା ବ୍ୟବସ୍ଥା ବା ଆଇଏମ୍‌ପିଡିଏସ୍‌ କେନ୍ଦ୍ର ସରକାର ରାଜ୍ୟଗୁଡିକର ସହଯୋଗରେ ପ୍ରସ୍ତୁତ କରିଛନ୍ତି।

ଏହି ବ୍ୟବସ୍ଥା ମାଧ୍ୟମରେ ଭ୍ରମଣଶୀଳ ଶ୍ରମିକ ଓ ଅନ୍ୟାନ୍ୟ ପ୍ରବାସୀ ବିଶେଷ ଉପକୃତ ହେବେ। କାର୍ଯ୍ୟ ଅନ୍ୱେଷଣରେ ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଯାଉଥିବା ଏହି ବର୍ଗର ଲୋକମାନେ ନିଜ ନିଜର କାର୍ଡ ଜରିଆରେ ରହୁଥିବା ସହରର ସୁଲଭ ମୂଲ୍ୟ ଦୋକାନରୁ ସୁବିଧାରେ ନିଜର ପଡି ସାମଗ୍ରୀ ସଂଗ୍ରହ କରିପାରିବେ। ଏହି କାର୍ଡଗୁଡିକ ବାୟୋମେଟ୍ରିକ/ଆଧାରଭିତ୍ତିକ ହୋଇଥିବାରୁ ସଂପୃକ୍ତ ଦୋକାନରେ ଥିବା ଇଲେକ୍‌ଟ୍ରୋନିକ୍‌ ପିଓଏସ୍‌ ମେସିନ୍‌ରେ ସୁବିଧାରେ ଚିହ୍ନଟ ହୋଇପାରିବ ଏବଂ ହିତାଧିକାରୀଙ୍କୁ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ।

One Nation One Card scheme PIB PIBOdisha
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Latest News

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.