Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ସଂଧ୍ୟା ୬ଟାରେ କୋଭିଡ ଯୋଦ୍ଧାଙ୍କ ପାଇଁ ଏକ ମିନଟ୍ ନିରବ ପ୍ରାର୍ଥନା କରିବା ପାଇଁ ନବୀନଙ୍କ ନିବେଦନ
ବିଶେଷ ଖବର

ଆସନ୍ତାକାଲି ସଂଧ୍ୟା ୬ଟାରେ କୋଭିଡ ଯୋଦ୍ଧାଙ୍କ ପାଇଁ ଏକ ମିନଟ୍ ନିରବ ପ୍ରାର୍ଥନା କରିବା ପାଇଁ ନବୀନଙ୍କ ନିବେଦନ

August 4, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ବନ୍ଦେ ଉତ୍କଳ ଜନନୀ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ରାଜ୍ୟବାସୀଙ୍କୁ ଆଉ ଏକ ଅନୁରୋଧ କରିଛନ୍ତି। ତାହା ହେଲା ଆସନ୍ତାକାଲି ସଂଧ୍ୟା ୬ଟାରେ ନିଜ ଘରେ ବା ଯେଉଁଠାରେ ଥାଆନ୍ତୁ, ସେଠାରେ ଠିଆ ହୋଇ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ଏକ ମିନିଟ ନୀରବ ପ୍ରାର୍ଥନା କରନ୍ତୁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏ ଲଢେଇ ଜାରି ରଖିଥିବା କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ଶପଥ କାର୍ଯ୍ୟକ୍ରମରେ ଭାଗ ନିଅନ୍ତୁ। ମୁଖ୍ୟମନ୍ତ୍ରୀ ନବୀନ ନିଜେ ସମସ୍ତଙ୍କୁ ଟିଭି ଓ ସୋସିଆଲ ମିଡିଆ ଜରିଆରେ ଶପଥ ପାଠ କରାଇବେ ବୋଲି କହିଛନ୍ତି।

ଏପରି ଅନୁରୋଧ କରି ମୁଖ୍ୟମନ୍ତ୍ରୀ ଯାହା କହିଛନ୍ତି ତାହା ହେଲା

ମାନବ ଜାତି ତାର ଇତିହାସର ସବୁଠାରୁ କଷ୍ଟକର ପରିସ୍ଥିତି ମଧ୍ୟ ଦେଇ ବର୍ତ୍ତମାନ ଗତି କରୁଛି। କୋଭିଡ ମହାମାରୀ ଆଜି ସାରା ମାନବ ଜାତି ପାଇଁ ଏକ ଅଭୁତପୂର୍ବ ଆହ୍ବାନ ସୃଷ୍ଟି କରିଛି ଏବଂ ପ୍ରତ୍ୟେକ ଦେଶ ଅତ୍ୟନ୍ତ ଗମ୍ଭୀର ପରିସ୍ଥିତି ଦେଇ ଗତି କରୁଛି। ଭାରତ ମଧ୍ୟ କୋଭିଡ ମହାମାରୀର ଭୟାବହତାର ଶିକାର ହୋଇଛି। ଭାରତରେ ପ୍ରତି ଦିନ ପଚାଶ ହଜାରରୁ ଅଧିକ ନୂଆ ସଂକ୍ରମଣ ଦେଖା ଦେଇଛି। ବର୍ତ୍ତମାନ ଭାରତରେ ଦୈନିକ ସଂକ୍ରମଣ ସାରା ବିଶ୍ବରେ ସର୍ବାଧିକ। ଆମ ଦେଶରେ ପରିସ୍ଥିତିର ଗମ୍ଭୀରତା ଏଥିରୁ ସ୍ପଷ୍ଟ ଅନୁମେୟ। ତେଣୁ ଆମେ ଏହାକୁ ଆଦୌ ହାଲକା ଭାବରେ ନେବା ଉଚିତ ନୁହେଁ।

ଗତ ୫ ମାସ ହେଲା ଆମେ କରୋନା ବିରୁଦ୍ଧରେ ଆମର ସଂଗ୍ରାମ ଜାରି ରଖିଛୁ ଏବଂ ଓଡିଶାର ଜନସାଧାରଣ ମଧ୍ୟ ଏହି ମହାମାରୀ ବିରୁଦ୍ଧରେ ଲଢେଇରେ ସାମିଲ ହୋଇଛନ୍ତି। ଆସନ୍ତାକାଲି ଓଡିଶାରେ ଆରୋଗ୍ୟଙ୍କ ସଂଖ୍ୟା ପଚିଶ ହଜାର ଅତିକ୍ରମ କରିବ। କୋଭିଡ ଯୁଦ୍ଧରେ ଆମର ସଂଗ୍ରାମରେ ଏହା ହେଉଛି ମହତ୍ବପୂର୍ଣ୍ଣ ଘଟଣା। ସମସ୍ତଙ୍କ ସହଯୋଗରେ ଆମେ ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଅଧିକ ଜୀବନ ରକ୍ଷା କରିପାରିଛୁ। ଞ୍ଚଆମର ମୃତ୍ୟୁ ହାର ୦.୫୭ ପ୍ରତିଶତ ଅଟେ, ଯାହାକି ସାରା ଦେଶରେ ସବୁଠାରୁ କମ୍‌।

ପ୍ରତ୍ୟେକଟି ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ପ୍ରତି ଲୋକର ଜୀବନ ରକ୍ଷା କରିବା ହେଉଛି ଆମର ମିଶନ। ଆମର ଆରୋଗ୍ୟଙ୍କ ସଂଖ୍ୟାରେ ବୃଦ୍ଧି ଓ ମୃତ୍ୟୁହାର କମ୍ ରହିଛି। ଆମର ହଜାର ହଜାର କୋଭିଡ ଯୋଦ୍ଧା ମାନଙ୍କର ପ୍ରତିବଦ୍ଧତା,ନିଷ୍ଠା ଓ ଅହର୍ନିଶି ସେବା ଯୋଗୁ ଆଜି ଏହା ସମ୍ଭବ ହୋଇପାରିଛି। ଆମ ସମସ୍ତଙ୍କୁ ନିରାପଦ ରଖିବା ପାଇଁ ସେମାନେ ବିରାଟ ତ୍ୟାଗ ସ୍ବୀକାର କରୁଛନ୍ତି। ଏହି ଭୟାନକ ଯୁଦ୍ଧରେ ମଧ୍ୟ ସେମାନଙ୍କ ମଧ୍ୟରୁ ଅନେକ ସେମାନଙ୍କର ଜୀବନ ବଳିଦାନ ଦେଇଛନ୍ତି।

କୋଭିଡ ଯୋଦ୍ଧା ମାନଙ୍କର ମାନବ ଜାତି ପାଇଁ ଏହି ସର୍ବୋଚ୍ଚ ତ୍ୟାଗକୁ ପୁନଃ ସ୍ମରଣ କରିବା ଓ ସମ୍ମାନ ଜଣାଇବା ପାଇଁ ସେମାନଙ୍କ ସ୍ମୃତିରେ ମୁଁ ଏକ ନୀରବ ପ୍ରାର୍ଥନାର ନେତୃତ୍ବ ନେବି। ଆସନ୍ତାକାଲି ସଂଧ୍ୟା ୬ଟା ସମୟରେ ଏହି ପ୍ରାର୍ଥନା ସଭାରେ ଯୋଗ ଦେବା ପାଇଁ ଓଡିଶାର ମୋର ସାଢେ ଚାରି କୋଟି ଭାଇଭଉଣୀ ମାନଙ୍କୁ ଅନୁରୋଧ କରୁଛି।

ଏହି ପ୍ରାର୍ଥନା ସଭା ପରେ ପରେ ଆମେ ସମସ୍ତେ ଏକ ଶପଥ ନେବା। କୋଭିଡ ଯୁଦ୍ଧରେ ଆମ ପରିବାର ଓ ଆମର ସୁରକ୍ଷା ପାଇଁ କୋଭିଡ ନିୟମାବଳୀର କଡାକଡି ପାଳନ ସଂପର୍କରେ ଏହା ଆମକୁ ଦାୟିତ୍ବବାନ ଭାବରେ କାର‌୍ୟ୍ୟ କରିବାପାଇଁ ପ୍ରେରଣା ଦେବ।
ଆମର କୋଭିଡ ଯୋଦ୍ଧା ମାନଙ୍କୁ ସହଯୋଗ କରିବା, ସେମାନଙ୍କ କାର‌୍ୟ୍ୟକୁ ସମର୍ଥନ ଦେବା ଏବଂ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ କୋଭିଡ ଯୁଦ୍ଧରେ ଆମର ଦାୟିତ୍ବ ପାଳନ କରିବା ପାଇଁ ଏହା ହେବ ଶ୍ରେଷ୍ଠ ମାର୍ଗ।

 

ନୀରବ ପ୍ରାର୍ଥନା ବନ୍ଦେ ଉତ୍କଳ ଜନନୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026
Latest News

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.