Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା ଲଢେଇରେ ଅସହାୟ ଜନତା ଓ ରାଜନେତାମାନଙ୍କର “ଡାଟା ଗେମ”
ବିଶେଷ ଖବର

କରୋନା ଲଢେଇରେ ଅସହାୟ ଜନତା ଓ ରାଜନେତାମାନଙ୍କର “ଡାଟା ଗେମ”

August 5, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ଗତ ଦୁଇମାସ ଭିତରେ କେବଳ ଯୁକ୍ତରାଷ୍ଟ୍ର ଆମେରିକାର ସାମ୍ବାଦିକ ସମ୍ମିଳନୀ ଓ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କର ସାକ୍ଷାତକାର ସବୁକୁ ଅନୁଧ୍ୟାନ କଲେ ଗୋଟେ କଥା ସ୍ପଷ୍ଟ ହୋଇଯିବ ଯେ ରାଷ୍ଟ୍ରପତି ମହୋଦୟ ନିଜ ଲୋକଙ୍କ ଜୀବନ ବଞ୍ଚାଇବାରେ ଅସମର୍ଥ ହେବା ପରେ ଏବେ “ଡାଟା ଗେମ” ଖେଳୁଛନ୍ତି। ଗତ ତିନିମାସ ଧରି ଆମେରିକାରେ କରୋନା ସଂକ୍ରମଣ ବଢି ବଢି ଚାଲିଛି ଓ ପ୍ରତିଦିନ ଲୋକ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ତେବେ କରୋନାର ଏହି ଭୟଙ୍କର ପ୍ରକୋପକୁ ସ୍ଵୀକାର କରିବା ପରିବର୍ତ୍ତେ ରାଷ୍ଟ୍ରପତି ବିଭିନ୍ନ “ଡାଟା” ମାଧ୍ୟମରେ ଦେଖାଇବାକୁ ଚେଷ୍ଟା କରୁଛନ୍ତି ଯେ, ଆମେରିକାରେ ସ୍ଥିତି ଭଲ ଅଛି। “ଆମେ ଅଧିକ ପରୀକ୍ଷା କରୁଛୁ, ତେଣୁ ଆମର ଅଧିକ କରୋନା ଆକ୍ରାନ୍ତ ବାହାରୁଛନ୍ତି” ବୋଲି ଟ୍ରମ୍ଫ ନିୟମିତ ଯୁକ୍ତି କରୁଛନ୍ତି। ତେବେ ଆମେରିକାର ସାମ୍ବାଦିକମାନେ ରାଷ୍ଟ୍ରପତିଙ୍କ ମୁହଁ ରେ ତାଙ୍କ ତଥ୍ୟ ଭୁଲ ବୋଲି କହୁଛନ୍ତି ଓ ରାଷ୍ଟ୍ରପତିଙ୍କ ସହିତ ସେଥିଲାଗି ଅନେକ ସାମ୍ବାଦିକଙ୍କର ଝଗଡା ମଧ୍ୟ ହେଲାଣି। ତେବେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ରାଷ୍ଟ୍ରପତି ସାମ୍ବାଦିକଙ୍କୁ ତାଙ୍କ କଥା କହୁଛନ୍ତି ଓ ସାମ୍ବାଦିକ ତାଙ୍କ ନିଜ ଅଧିକାରରେ ରାଷ୍ଟ୍ରପତିଙ୍କ ମତକୁ ଖଣ୍ଡନ ମଧ୍ୟ କରୁଛନ୍ତି। ରାଷ୍ଟ୍ରପତି ଟ୍ରମ୍ଫଙ୍କ “ଡାଟା” କୁ ଦେଖିବା ବେଳେ ସାମ୍ବାଦିକମାନେ ଏମିତି ବ୍ୟବହାର କରୁଛନ୍ତି, ଯେମିତି ସେମାନେ ଜାଣନ୍ତି ଯେ ଏହା କେବଳ ଡାଟା ର ଖେଳ। ଏଥିରେ ସତ୍ୟତା ନାହିଁ।

ସଂଖ୍ୟା ଦୃଷ୍ଟିରୁ ଆମେରିକା ସର୍ବାଧିକ କରୋନା ପରୀକ୍ଷା କରିଛି। ପ୍ରତି ଦଶ ଲକ୍ଷ ଲୋକରେ ଆମେରିକାରେ ୧,୮୪,୦୦୭ ଲୋକଙ୍କର ପରୀକ୍ଷା ହେଉଛି। ଏ ଯାବତ ସର୍ବମୋଟ ୬୦.୯୯୩, ୭୨୨ ପରୀକ୍ଷା କରିବାରେ ଆମେରିକାର ରେକର୍ଡ ରହିଛି। ତେବେ ପ୍ରତି ଦଶ ଲକ୍ଷ ଜଣ ସଂଖ୍ୟାରେ ସର୍ବାଧିକ ପରୀକ୍ଷା କରିବାର ରେକର୍ଡ ୟୁଏଇ ବା ଆରବ ଏମିରେଟ୍ସ ପାଖରେ ରହିଛି। ଦଶ ଲକ୍ଷ ଜନସଙ୍ଖ୍ୟାର ୫,୨୭,୧୪୨ ପରୀକ୍ଷା ଏକ ବିରଳ ରେକର୍ଡ। ଦେଶର ୧୦୦ ରୁ ୫୨ ଜଣଙ୍କର ପରୀକ୍ଷା ସେଠାରେ ସମ୍ଭବ ହୋଇଛି। ଆରବ ପରେ ବାହାରିନ ୪,୯୮, ୫୬୮ ପରୀକ୍ଷା କରିଛି। ଋଷିଆର ପରୀକ୍ଷଣ ସଂଖ୍ୟା ମଧ୍ୟ ଆମେରିକା ଠୁ ଅଧିକ। ଋଷିଆ ପ୍ରତି ଦଶ ଲକ୍ଷ ଲୋକରେ ୨,୦୦୦, ୯୪ ପରୀକ୍ଷା କରୁଛି। ଅଧିକ ପରୀକ୍ଷା କରୁଥିବା ଆରବ ଦେଶ ସମୂହ, ୟୁରୋପ ଏବଂ ଋଷିଆରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆମେରିକା ତୁଳନାରେ ଯଥେଷ୍ଟ କମ। ଆମେରିକାରେ ମୃତ୍ୟୁହାର ୩.୨୬ ହୋଇଥିବା ବେଳେ ଋଷିଆରେ ଏହା ମାତ୍ର ୧.୬୬%। ତେଣୁ ଡାଟା କୁ ନେଇ ଅଯଥାରେ ଛାତି ବାଡେଇ ହେବାର କୌଣସି ବିଶେଷ କାରଣ ନାହିଁ।

ତେବେ ଆମେରିକା ଓ ଋଷିଆ ଭଳି ଦେଶରେ ଡାଟା ବା ତଥ୍ୟକୁ ନେଇ ବିତର୍କ ଚାଲିଛି। ଭାରତରେ ତଥ୍ୟକୁ ନେଇ ବିତର୍କ କରିବା ଆମେ ଭୁଲିଯାଇଛୁ। ଆମେ ସବୁ ସରକାରୀ ତଥ୍ୟକୁ ମୁଣ୍ଡପାତି ଗ୍ରହଣ କରିନେବାକୁ ପ୍ରସ୍ତୁତ। ବର୍ତ୍ତମାନ ଭାରତ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟାରେ ସବୁଠୁ ଆଗରେ ରହିଛି। ସର୍ବମୋଟ ସଂଖ୍ୟା ଦୃଷ୍ଟିରୁ ଆମ ଉପରେ ଆମେରିକା ଓ ବ୍ରାଜିଲ ରହିଥିଲେ ମଧ୍ୟ, ଗତ ତିନି ଦିନ ଧରି ପୃଥିବୀର ସର୍ବାଧିକ ସଂକ୍ରମିତ ଭାରତରୁ ବାହାରୁଛନ୍ତି। ଆମର ମୃତ୍ୟୁ ସଂଖ୍ୟା ପ୍ରାୟ ୪୦ ହଜାର ରେ ପହଞ୍ଚିଲାଣି। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବ। ଦୈନିକ ୫୦ ହଜାରରୁ ଅଧିକ ଆକ୍ରାନ୍ତ ବାହାରୁଥିଲେ ମଧ୍ୟ ଆମର ପରୀକ୍ଷା ବ୍ୟବସ୍ଥା ଆଜି ମଧ୍ୟ ଅତ୍ୟନ୍ତ ଦୁର୍ବଳ। ଗତକାଲି ଦେଶରେ ୬,୬୧,୮୯୨ ପରୀକ୍ଷା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସପ୍ତାହେ ତଳୁ ଦୈନିକ ୧୦ ଲକ୍ଷ ପରୀକ୍ଷା ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ବର୍ତ୍ତମାନ ସ୍ଥିତିରେ ଦୈନିକ ୧୦ଲକ୍ଷ ପରୀକ୍ଷାରେ ପହଞ୍ଚିବାକୁ ଆମକୁ ଆହୁରି ଦୁଇ ସପ୍ତାହ ଲାଗିବ। ଶହେ ଲୋକରେ ଆଜି ମଧ୍ୟ ଆମେ ୧.୫ ଲୋକଙ୍କର ପରୀକ୍ଷା କରୁଛୁ। ତା ସତ୍ତ୍ୱେ ଆମର ସଙ୍କ୍ରମିତଙ୍କ ସଂଖ୍ୟା ପୃଥିବୀର ଏକ ନମ୍ବର।

ସଙ୍କ୍ରମିତଙ୍କ ସଂଖ୍ୟାକୁ ଦେଖି ଦେଶରେ ବହୁ ଅଧିକ ପରୀକ୍ଷା ହେବା ଜରୁରୀ। ଏ ପ୍ରକାର ହାରରେ ସଂକ୍ରମଣ ବଢିଲେ ବହୁ ଲୋକ ବିନା ପରୀକ୍ଷାରେ ସଂକ୍ରମଣ ବଢାଇ ଚାଲିବେ ଓ ଏମିତି ଅନେକ ଲୋକ ମୃତ୍ୟୁ ବରଣ କରିବେ ଯାହାର କୌଣସି ହିସାବ ରଖିବା ସମ୍ଭବ ହେବନାହିଁ। ସବୁଠୁ ବଡ ସଙ୍କଟ ହେଉଛି, ଭାରତରେ କୋଭିଡ ତଥ୍ୟକୁ ନେଇ ସରକାରଙ୍କୁ ପ୍ରଶ୍ନ ପଚାରିବାର ସାହସ ବା ଅଧିକାର ଲୋକଙ୍କ ପାଖରେ ନାହିଁ। ଅନ୍ତତଃ ରାଷ୍ଟ୍ରପତି ଟ୍ରମ୍ଫ ଗଣମାଧ୍ୟମ ଜରିଆରେ ଲୋକଙ୍କ ପାଖରେ ନିଜର ପକ୍ଷ ରଖୁଛନ୍ତି। ସମାଲୋଚନାର ସାମ୍ନା କରୁଛନ୍ତି। ଭାରତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେବଳ ଏକ ପାଖିଆ ଭାଷଣ ଦେଇ ଚାଲିଛନ୍ତି। ପ୍ରତି ଦଶ ଲକ୍ଷ ଲୋକଙ୍କ ମଧ୍ୟରୁ ମାତ୍ର ୧୫ ହଜାର ଲୋକଙ୍କର ପରୀକ୍ଷା କରିବାର ଅର୍ଥ ହେଉଛି, ମହାମାରୀ ଲାଗି ଖୋଲା ମଇଦାନ ତିଆରି କରିବା। ବିନା ପରୀକ୍ଷାରେ “ଲକ ଡାଉନ” ବା “ଅନଲକ” ର କିଛି ଅର୍ଥ ନାହିଁ। ଭାରତର ବିଭିନ୍ନ ରାଜ୍ୟଗୁଡିକ ଭିତରୁ ଦିଲ୍ଲୀ ସର୍ବାଧିକ ୫୪,୧୯୪ (ଦଶ ଲକ୍ଷ ଅନୁପାତରେ) , ପରୀକ୍ଷା କରିଛି। ବାକି ରାଜ୍ୟ ଗୁଡିକ ଏବେ ମଧ୍ୟ ୧୦ ରୁ ୨୦ ହଜାର ଭିତରେ ରହିଛନ୍ତି। ଦେଶର ସବୁଠୁ ଜନ ବହୁଳ ରାଜ୍ୟ ଉତ୍ତର ପ୍ରଦେଶରେ ୧୧,୬୬୦, ବିହାରରେ ମାତ୍ର ୫୪୨୯, ପଶ୍ଚିମ ବଙ୍ଗରେ ୯୮୭୨ ଓ ମଧ୍ୟପ୍ରଦେଶରେ ୯୮୭୮ ପରୀକ୍ଷା ହେଉଛି। ଦେଶର ଅଧାରୁ ଅଧିକ ଲୋକ ଏହି ସବୁ ରାଜ୍ୟରେ ବସବାସ କରନ୍ତି।

ବିନା ପରୀକ୍ଷାରେ “ଡାଟା ଗେମ” ଖେଳୁଥିବା ଆମର ରାଜନେତାମାନେ କୋଟି କୋଟି ଭାରତୀୟଙ୍କର ଜୀବନ ସହିତ ଖେଳ ଖେଳି ଚାଲିଛନ୍ତି। ପୃଥିବୀର ସର୍ବ ବୃହତ ଗଣତନ୍ତ୍ରରେ ଏ ପ୍ରକାର ତଥଯର ହେରାଫେରିକୁ ନେଇ ଗଣମାଧ୍ୟମ ମଧ୍ୟ ମୁହଁ ରେ ତୁଣ୍ଡି ବାନ୍ଧି ବସିଛି।

corona covid-19 donald trump Kedar Mishra us
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

ପାରାଦୀପ ବନ୍ଦରରେ ମାଲବାହୀ ଜାହାଜ ‘ଏମ୍‌ଟି ୟୁନିଟି’ ଆରେଷ୍ଟ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

September 10, 2026

“ଗାନ୍ଧୀଜୀଙ୍କ ଭାଷାରେ ନୁହେଁ, ନେତାଜୀଙ୍କ ଭାଷାରେ ଉତ୍ତର ଦିଆଯିବ”: ଶୁଭେନ୍ଦୁ ଅଧିକାରୀ

September 10, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.