Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦୁଇ ଥରରେ ମୋଟ ୧୦ କୋଟି ଟଙ୍କା ଦେଲେ ପତ୍ନୀ ସୁସ୍ମିତା ଏବଂ ସୁବ୍ରତ ବାଗଚୀ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦୁଇ ଥରରେ ମୋଟ ୧୦ କୋଟି ଟଙ୍କା ଦେଲେ ପତ୍ନୀ ସୁସ୍ମିତା ଏବଂ ସୁବ୍ରତ ବାଗଚୀ

August 10, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମୋଟ 10 କୋଟି ଟଙ୍କା ଦେଲେ ପତ୍ନୀ ସୁସ୍ମିତା ଏବଂ ସୁବ୍ରତ ବାଗଚୀ

ଭୁବନେଶ୍ବର, ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି।  କୋଭିଡ୍‌-୧୯ ଦ୍ବାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ସହାୟତା ବିନିଯୋଗ ହେବ। ପୂର୍ବରୁ ଉଭୟ ବଲାଙ୍ଗିର ପାଇଁ ଅଢେଇ କୋଟି ମୋଟ ଦଶ କୋଟି ଦାନ କରିଛନ୍ତି।

ଉଭୟଙ୍କ ଏପରି ଉଦାରତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ। ଭିଡିଓ କନଫରେନ୍ସି ଜରିଆରେ ଆୟୋଜିତ ଏହି କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ଚେକ୍ ଗ୍ରହଣ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଧନ୍ୟବାଦ ପତ୍ର ସେମାନଙ୍କୁ ପ୍ରଦାନ କରିଥିଲେ।

ଏହି ଅବସରରେ ଶ୍ରୀମତୀ ବାଗ୍‌ଚୀ କହିଥିଲେ ଯେ ଓଡିଶା ବାସୀ ଯେତେବେଳେ ଇଛା ହୁଏ ସେତେବେଳେ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଯାଇଥାନ୍ତି। ମନ୍ଦିର ବନ୍ଦ ହେବା ପରେ ମନ୍ଦିର ନିକଟରେ ଓ ପୁରୀ ସହରରେ ଛୋଟ ଛୋଟ ଦୋକାନ କରି ପେଟ ପୋଷୁଥିବା ମା’ ମାଉସୀ ମାନଙ୍କ ସହାୟତା ପାଇଁ ଏହି ଅନୁଦାନ ପ୍ରଦାନ କରି ସେ ନିଜକୁ ଧନ୍ୟ ମନେ କରୁଛନ୍ତି । ସୁବ୍ରତ ବାଗ୍‌ଚୀ କହିଥିଲେ ଯେ ଏହି ଅନୁଦାନ ପ୍ରଦାନ କରି ସେମାନେ ନିଜକୁ ଅତ୍ୟନ୍ତ ସମ୍ମାନିତ ମନେ କରୁଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କର ଏହି ଛୋଟ ସହାୟତା ଗ୍ରହଣ କରିଥିବାରୁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ପୁରୀ ଜିଲ୍ଲାପାଳ ଶ୍ରୀ ବଲୱନ୍ତ ସିଂ କହିଥିଲେ ଯେ ପୁରୀ ର ଅସହାୟ ମହିଳା ମାନଙ୍କ କଲାଣ ପାଇଁ ଏହା ବିନିଯୋଗ ହେବ। ସୂଚନାଯୋଗ୍ୟ ଯେ ପୂର୍ବରୁ ଶ୍ରୀମତୀ ବାଗଚୀ ବଲାଙ୍ଗୀର ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଥିବା ମହିଳା ମାନଙ୍କ ପାଇଁ ଅଢ଼େଇ କୋଟି ଟଙ୍କା ରିଲିଫ ପାଣ୍ଠିକୁ ଦେଇ ଥିଲେ।
ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ଫାଇଭ-ଟି ସଚିବ ଭି.କେ ପାଣ୍ଡିୟାନ୍ ଉପସ୍ଥିତ ଥିଲେ।

ସୁବ୍ରତ ବାଗଚୀ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନ ଦୋଷୀ ସାବ୍ୟସ୍ତ

July 13, 2026

ଓମର ଅବଦୁଲ୍ଲାଙ୍କୁ ବିଜେପିର ମାନହାନି ମୋକଦ୍ଦମା ଚେତାବନୀ

July 13, 2026
Latest News

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.