Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଭିଡ୍ ମୁକାବିଲା ପାଇଁ ଗଞ୍ଜାମର ସରପଞ୍ଚମାନଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

କୋଭିଡ୍ ମୁକାବିଲା ପାଇଁ ଗଞ୍ଜାମର ସରପଞ୍ଚମାନଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

August 10, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୋଭିଡ୍ ମୁକାବିଲା ପାଇଁ ଗଞ୍ଜାମର ସରପଞ୍ଚମାନଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।  ଗଞ୍ଜାମ ଜିଲ୍ଲାରେ କୋଭିଡ୍ ସଂକ୍ରମଣର ନିୟନ୍ତ୍ରଣ ପାଇଁ ଜିଲ୍ଲାର ସରପଞ୍ଚମାନେ ଯେଭଳି ଦକ୍ଷ ନେତୃତ୍ବର ପରିଚୟ ଦେଇ ପରିସ୍ଥିତିରେ ଉନ୍ନତି ଆଣିପାରିଛନ୍ତି, ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରପଞ୍ଚମାନେ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପରିସ୍ଥିତିକୁ ଦେଖି ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ପରି କଡା ପଦକ୍ଷେପ ନେବା ସହିତ କୋଭିଡ୍ କେୟାର ହୋମ, କୋଭିଡ୍ ମ୍ୟାନେଜମେଣ୍ଟ ସେଣ୍ଟର, ଟେଷ୍ଟିଂ, ସର୍ଭେ ଆଦି ସବୁଥିରେ ସହଯୋଗ କରିଛନ୍ତି।

ସେହିପରି କରୋନା ବିରୁଦ୍ଧରେ ଚାଲିଥିବା ଲଢେଇରେ ଗଞ୍ଜାମ ଜିଲ୍ଲା ଆଗରେ ଅଛି।  ଓଡିଶା ଫେରିଥିବା ଲକ୍ଷ ଲକ୍ଷ ଭାଇ ଭଉଣୀମାନଙ୍କ ପାଇଁ ଠିକ୍ ସମୟରେ ଟେମ୍ପରାରି ମେଡିକାଲ କ୍ୟାମ୍ପ କରିବା, ସେଘ୍ଡିକୁ ଠିକ୍ ଭାବରେ ପରିଚାଳନା କରିବା ଓ ଲୋକଙ୍କୁ ସେବା ଯୋଗାଇବା ସରପଞ୍ଚମାନଙ୍କ ଉଦ୍ୟମ ଓ ସହଯୋଗ ଯୋଗୁ ସମ୍ଭବ ହୋଇପାରିଛି।  ସରପଞ୍ଚମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ଗଭୀର ବିଶ୍ବାସ ପ୍ରକଟ କରିବା ସହ ସେମାନଙ୍କୁ ଦିଆଯାଇଥିବା ଜିଲ୍ଲାପାଳ କ୍ଷମତା କରୋନା ନିୟନ୍ତ୍ରଣରେ ସଫଳ ଉପଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ।  ସରପଞ୍ଚମାନଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ ପଜିଟିଭ୍ କେସ୍ କମୁଛି, ଆରୋଗ୍ୟ ହାର ବଢୁଛି, ମୃତ୍ୟୁହାର କମୁଛି।  ଆଗାମୀ ଦିନରେ ସରପଞ୍ଚମାନଙ୍କର ଭଲ କାମ କୋଭିଡ୍ ପରିଚାଳନାରେ ସାରା ଦେଶକୁ ବାଟ ଦେଖାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସରପଞ୍ଚମାନଙ୍କର ଏହି ଭଲ କାମ ପାଇଁ ସେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ବର୍ତ୍ତମାନ ପରିସ୍ଥିତିରେ ଯେଉଁ ଉନ୍ନତି ଆସିଛି ସେଥିରେ ସନ୍ତୁଷ୍ଟ ନ ହୋଇ କରୋନାକୁ ସମ୍ପୁର୍ଣ୍ଣ ନିପାତ ପର‌୍ୟ୍ୟନ୍ତ ଲଢେଇ ଜାରି ରଖିବାକୁ ଆହ୍ବାନ ଦେଇଥିଲେ।  ସରପଞ୍ଚମାନଙ୍କୁ ସବୁ ପ୍ରକାର ସହଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପଞ୍ଚାୟତମାନଙ୍କୁ ସଶକ୍ତ କରିବାପାଇଁ ବିଜୁ ବାବୁଙ୍କ ଉଦ୍ୟମକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁଙ୍କ ଆଦର୍ଶରେ ବର୍ତ୍ତମାନର ସରକାର ପଞ୍ଚାୟତକୁ ଅଧିକ କ୍ଷମତା ଦେଇଛନ୍ତି।  ତେଣୁ ସରପଞ୍ଚମାନେ ସେମାନଙ୍କ ଭଲ କାମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ସବୁବେଳେ ସେମାନଙ୍କ ଭଲ କାମରେ ସେ ସାଥିରେ ରହିବେ ବୋଲି କହିଥିଲେ।

ଏହି ଆଲୋଚନାରେ ଭାଗ ନେଇ ଓଡିଶା ବିଧାନସଭାର ବାଚସ୍ପତି ଶ୍ରୀ ସୂର‌୍ୟ୍ୟନାରାୟଣ ପାତ୍ର କହିଥିଲେ ଯେ ସରକାରଙ୍କର ସଠିକ୍ କୋଭିଡ୍ ପରିଚାଳନା ଯୋଗୁ ଗଞ୍ଜାମର ପରିସ୍ଥିତିରେ ଉନ୍ନତି ଆସିଛି ଏବଂ ଖୁବ୍ ଶିଘ୍ର କରୋନା ଦୂର ହେବ ବୋଲି ଆଶା ବ୍ୟକ୍ତ କରିଥିଲେ  ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଯେଉଁ ଆସ୍ଥା ଓ ବିଶ୍ବାସ ପ୍ରକଟ କରିଥିଲେ ତାହା ଆଜି ସୁଫଳ ଦେଇଛି  ଏହା ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କ ମନୋବଳ ବୃଦ୍ଧି କରିଛି ବୋଲି ସେ କହିଥିଲେ।

ଏହି ଅବସରରେ ସାନଖେମୁଣ୍ଡି, ହିଞ୍ଜିଳି ଓ ଭଞ୍ଜନଗର ବ୍ଲକ ଅଞ୍ଚଳର ସରପଞ୍ଚମାନେ କୋଭିଡ୍ ପରିଚାଳନା ସମ୍ପର୍କରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଭରସା ଓ ପ୍ରଶାସନର ସହଯୋଗ ପାଇଁ କୃତଜ୍ଞତା ଜଣାଇଥିଲେ।  ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଏବଂ ବରିଷ୍ଠ ଅଧିକାରୀମାନେ ଓ ଗଞ୍ଜାମ ଜିଲ୍ଲାପାଳ ଉପସ୍ଥିତ ଥିଲେ।

 

ଓଡିଶା ମୁଖ୍ୟମନ୍ତ୍ରୀ ଗଂଜାମ ସରପଞ୍ଚ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026
Latest News

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.