Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୫୬,୧୧୦ ରୋଗୀ ସୁସ୍ଥ, ୭୦ ପ୍ରତିଶତକୁ ଟପିଲା ଆରୋଗ୍ୟ ହାର
ଜାତୀୟ ଖବର

ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୫୬,୧୧୦ ରୋଗୀ ସୁସ୍ଥ, ୭୦ ପ୍ରତିଶତକୁ ଟପିଲା ଆରୋଗ୍ୟ ହାର

August 12, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୫୬,୧୧୦ ରୋଗୀ ସୁସ୍ଥ ଚା ୭୦ ପ୍ରତିଶତକୁ ଟପିଲା ଆରୋଗ୍ୟ ହାର

ନୂଆଦିଲ୍ଲୀ, ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୫୬,୧୧୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦକ୍ଷତାପୂର୍ଣ୍ଣ ଆବଧାଞ୍ଚଳ ପରିଚାଳନା, ବ୍ୟାପକ ନମୁନା ପରୀକ୍ଷଣ ଓ ଗୁଣାତ୍ମକ ଉପଚାର ଯୋଗୁଁ ଏହା ସମ୍ଭବ ହୋଇପାରିଛି। କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ସମନ୍ଵିତ ଉଦ୍ୟମ ଯୋଗୁଁ ଆରୋଗ୍ୟ ହାର ମଧ୍ୟ ନିୟମିତ ଭାବେ ବୃଦ୍ଧି ପାଉଛି।

ଜୁଲାଇ ପ୍ରଥମ ସପ୍ତାହରେ ପ୍ରତିଦିନ ହାରାହାରି ୧୫ ହଜାର ରୋଗୀ ଆରୋଗ୍ୟ ହେଉଥିବା ବେଳେ ଚଳିତ ମାସର ପ୍ରଥମ ସପ୍ତାହରେ ପ୍ରତିଦିନ ଏହା ୫୦ ହଜାରରୁ ଅଧିକ ହୋଇଛି। ଅଧିକ ରୋଗୀ ଆରୋଗ୍ୟ ହୋଇ ହସ୍ପିଟାଲ ଓ ଘରୋଇ ଏକାନ୍ତବାସରୁ ମୁକ୍ତ ହେଉଥିବା ବେଳେ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୧୬ ଲକ୍ଷ ଟପି ୧୬,୩୯,୫୯୯ରେ ପହଞ୍ଚିଛି। ଆରୋଗ୍ୟ ହାର ମଧ୍ୟ ୭୦.୩୮ ପ୍ରତିଶତରେ ପହଞ୍ଚିଛି ।

ଦେଶରେ ପ୍ରକୃତ ସକ୍ରିୟ ରୋଗୀ ସଂଖ୍ୟା ୬,୪୩,୯୪୮, ଯାହାକି ମୋଟ ପଜିଟିଭ ସଂଖ୍ୟାର ୨୭.୬୪ ପ୍ରତିଶତ । ସେମାନେ ସକ୍ରିୟ ଡାକ୍ତରୀ ତତ୍ଵାବଧାନରେ ଅଛନ୍ତି । ଏହିପରି କ୍ରମାଗତ ଭାବେ ଆରୋଗ୍ୟ ହାର ବୃଦ୍ଧି ପାଉଥିବାରୁ ସକ୍ରିୟ ରୋଗୀଙ୍କ ତୁଳନାରେ ଆରୋଗ୍ୟ ରୋଗୀଙ୍କ ସଂଖ୍ୟା ପାଖାପାଖି ୧୦ ଲକ୍ଷରୁ ଅଧିକ ହୋଇଛି ।

ହସ୍ପିଟାଲ ଉପଚାରର ଗୁଣାତ୍ମକ ମାନ ଉପରେ ଧ୍ୟାନ କେନ୍ଦ୍ରିତ କରିବା ତଥା ରୋଗୀମାନଙ୍କୁ ତୁରନ୍ତ ଆମ୍ବୁଲାଂଶ ଯୋଗେ ଡାକ୍ତରଖାନାରେ ପହଞ୍ଚାଇ ସମୟୋପଯୋଗୀ ଉପଚାର କରାଇବା ଯୋଗୁଁ ମୃତ୍ୟୁହାର ମଧ୍ୟ ଆଶାତୀତ ହ୍ରାସ ପାଇଛି । ଏହା ବିଶ୍ଵର ଅନ୍ୟାନ୍ୟ ଦେଶ ତୁଳନାରେ ଯଥେଷ୍ଟ କମ ହୋଇ ମାତ୍ର ୧.୯୮ ପ୍ରତିଶତରେ ରହିଛି ।

ଭାରତର ପରୀକ୍ଷା, ଚିହ୍ନଟ, ଚିକିତ୍ସା ସଫଳ ରଣନୀତି ଯୋଗୁଁ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୭,୩୩,୪୪୯ଟି ନମୁନା ପରୀକ୍ଷା କରାଯାଇପାରିଛି । ଏହାଫଳରେ ମୋଟ ପରୀକ୍ଷଣ ସଂଖ୍ୟା ୨.୬୦ କୋଟିରୁ ଅଧିକ ହୋଇଛି । ୧ ନିୟୁତରେ ଏହା ବର୍ତ୍ତମାନ ହାରାହାରି ୧୮,୮୫୨ ରହିଛି ।

ଦେଶରେ ନମୁନା ପରୀକ୍ଷାର ସୁବିଧା ପାଇଁ ପରୀକ୍ଷାଗାରଗୁଡିକର ସଂଖ୍ୟା ମଧ୍ୟ ନିୟମିତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ସରକାରୀ କ୍ଷେତ୍ରରେ ୯୪୪ ଓ ଘରୋଇ କ୍ଷେତ୍ରରେ ୪୭୭ ଏହିପରି ମୋଟ ୧୪୨୧ଟି ପରୀକ୍ଷାଗାରରେ ନମୁନା ପରୀକ୍ଷା କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026

କଂଗ୍ରେସକୁ ବଡ଼ ଝଟକା: ମଧ୍ୟପ୍ରଦେଶରୁ ରାଜ୍ୟସଭା ପ୍ରାର୍ଥୀ ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନ ବାତିଲ

June 9, 2026

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026
Latest News

ଓଡିଶା-ଛତିଶଗଡ ସୀମାରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ

June 10, 2026

ଜୁନ ୧୦ ତାରିିଖ ବୁଧବାର ଦିନ କଣ ରହିଛି ଆପଣଙ୍କର ଭାଗ୍ୟରେ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 10, 2026

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.