Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରାପଡା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା,ଏଣିକି ଜିଲ୍ଲାର ପ୍ରତି ବ୍ଲକରେ ମିଳିବ ଭେଣ୍ଟିଲେଟର ଆମ୍ବୁଲାନସ
ବିଶେଷ ଖବର

କେନ୍ଦ୍ରାପଡା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା,ଏଣିକି ଜିଲ୍ଲାର ପ୍ରତି ବ୍ଲକରେ ମିଳିବ ଭେଣ୍ଟିଲେଟର ଆମ୍ବୁଲାନସ

August 20, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରାପଡା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଏଣିକି ଜିଲ୍ଲାର ପ୍ରତି ବ୍ଲକରେ ମିଳିବ ଭେଣ୍ଟିଲେଟର ଆମ୍ବୁଲାନସ

ଭୁବନେଶ୍ବର, କେନ୍ଦ୍ରାପଡା ଜିଲ୍ଲାରେ କରୋନା ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ତଥା ବିଭିନ୍ନ ପଞ୍ଚାୟତର ସରପଞ୍ଚମାନେ ଯେଭଳି ନିଷ୍ଠା ଓ ଉତ୍ସର୍ଗୀକୃତ ଭାବରେ ସେବା କରୁଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାର ଉଚ୍ଚ ପ୍ରଶଂସା କରିବା ସହିତ ସେମାନଙ୍କ ଭଲ କାମ ପାଇଁ ଧନ୍ୟବାଦ ଜଣାଇଥିଲେ। ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାର ବିଧାୟକ ଓ ସରପଞ୍ଚମାନଙ୍କ ସହିତ କରୋନା ସ୍ଥିତି ସଂପର୍କରେ ଆଲୋଚନା ଅବସରରେ ବିଜୁ ବାବୁଙ୍କ କଥା ମନେ ପକାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ବିଜୁବାବୁ ଆଜି ବଞ୍ଚିଥାନ୍ତେ, ତେବେ ସରପଞ୍ଚମାନେ ଲୋକଙ୍କ ପାଇଁ ଯେଭଳି ଭଲ କାମ କରୁଛନ୍ତି, ତାହା ଦେଖି ବହୁତ ଖୁସି ହୋଇଥାନ୍ତେ। ସେମାନଙ୍କର ଏହି ଭଲ କାମ ପାଇଁ ସେ ଗର୍ବିତ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କରୋନା ବିରୁଦ୍ଧରେ ଚାଲିଥିବା ଏହି ଲମ୍ବା ଲଢେଇରେ ଆଗକୁ ସତର୍କ ରହି କାମ କରିବାପାଇଁ ସରପଞ୍ଚ ମାନଙ୍କୁ ପରାମର୍ଶ ଦେଇଥିଲେ।

ବର୍ତ୍ତମାନ କେନ୍ଦ୍ରାପଡା ଜିଲ୍ଲାରେ କରୋନା ସଂକ୍ରମଣରୁ ଆରୋଗ୍ୟ ହାର ରାଜ୍ୟରେ ସର୍ବାଧିକ ୭୭ ପ୍ରତିଶତ ରହିଥିବା ବେଳେ ମୃତ୍ୟୁ ହାର ୦.୩୩ ପ୍ରତିଶତ ରହିଛି, ଯାହା କି ସାରା ଦେଶରେ ସର୍ବନିମ୍ନ। ସେହିପରି କେନ୍ଦ୍ରାପଡାରେ ସଂକ୍ରମଣ ହାର ୨.୨୫ ପ୍ରତିଶତ ଅଟେ, ଯାହା କି ରାଜ୍ୟରେ ସବୁଠାରୁ କମ୍।

ସରପଞ୍ଚମାନଙ୍କୁ ଦିଆଯାଇଥିବା ଜିଲ୍ଲାପାଳ କ୍ଷମତାକୁ ସେମାନେ ଦକ୍ଷତାର ସହ କରୋନା ନିୟନ୍ତ୍ରଣରେ ଉପଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇବା ସହ ସେମାନଙ୍କ ଉପରେ ତାଙ୍କର ଭରସାକୁ ଆହୁରି ଦୃଢ କରିଛି ବୋଲି ମତ ଦେଇଥିଲେ। କେନ୍ଦ୍ରାପଡାକୁ ଏହି ସମୟ ମଧ୍ୟରେ ଅନ୍ୟ ରାଜ୍ୟରୁ ପ୍ରାୟ ୫୫ ହଜାର ଭାଇଭଉଣୀ ଫେରିଥିଲେ ମଧ୍ୟ ସମସ୍ତଙ୍କ ସହଯୋଗରେ କରୋନା ପରିଚାଳନା କାର‌୍ୟ୍ୟ ଯେଭଳି ଜାରି ରହିଛି, ସେଥିରେ କେନ୍ଦ୍ରାପଡା ଓଡିଶାରେ ଏକ ଆଦର୍ଶ ଜିଲ୍ଲା ହୋଇପାରିଛି।

କେନ୍ଦ୍ରାପଡା ପ୍ରତି ସେ ସବୁବେଳେ ସ୍ବତନ୍ତ୍ର ଦୃଷ୍ଟି ଦେଇ ଆସିଛନ୍ତି ବୋଲି ପ୍ରକାଶ କରିଥିଲେ ଏବଂ କେନ୍ଦ୍ରାପଡା ଜିଲ୍ଲାବାସୀଙ୍କ ସୁବିଧା ପାଇଁ ଜିଲ୍ଲାର ପ୍ରତି ବ୍ଲକ୍‌କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଗୋଟିଏ ଲେଖାଏ ଭେଣ୍ଟିଲେଟର ଯୁକ୍ତ ଆମ୍ବୁଲାନସ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହୋଇଥିବା ସବୁ ଯୋଗ୍ୟ ହିତାଧିକାରୀଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରି ତୁରନ୍ତ ରେସନ୍ କାର୍ଡ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବର୍ତ୍ତମାନ ଲଘୁଚାପଜନିତ ବର୍ଷା ଜାରି ରହିଥିବାକୁ କେନ୍ଦ୍ରାପଡା ଜିଲ୍ଲାର ଆବଶ୍ୟକତାକୁ ଭିତ୍ତିକରି ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ବର୍ତ୍ତମାନ ବଡ ଧରଣର ବନ୍ୟାର ଆଶଙ୍କା ନାହିଁ ଏବଂ ଜଳାବଦ୍ଧ ସମସ୍ୟା ଦୂର କରିବାପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସ୍ବତନ୍ତ୍ର ରିଲିଫ କମିଶନର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

କେନ୍ଦ୍ରାପଡାରେ କରୋନା ନିୟନ୍ତ୍ରଣ ସହିତ ବିକାଶ କାର୍ଯ୍ୟ ଜାରି ରଖିବାରେ କୌଣସି ଅସୁବିଧା ନାହିଁ ବୋଲି ଆଲୋଚନାରେ ମୁଖ୍ୟ ଶାସନ ସଚିବ ସ୍ପଷ୍ଟ କରିଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଏବଂ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ଲୋକପ୍ରତିନିଧି ମାନେ ଭାଗ ନେଇ ସେମାନଙ୍କର ମତାମତ ଦେଇଥିଲେ।
ଏଥିରେ ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, କେନ୍ଦ୍ରାପଡାର କୋଭିଡ ଅବଜରଭର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.