Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭାରତ ଚୀନ ସୀମା ବିବାଦ ତୃତୀୟ ବିଶ୍ଵଯୁଦ୍ଧର କାରଣ ହେବାର ସମ୍ଭାବନା ରହିଛି କି?
ବିଶେଷ ଖବର

ଭାରତ ଚୀନ ସୀମା ବିବାଦ ତୃତୀୟ ବିଶ୍ଵଯୁଦ୍ଧର କାରଣ ହେବାର ସମ୍ଭାବନା ରହିଛି କି?

August 21, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ଜୁନ ମାସରେ ଯେତେବେଳେ ଭାରତ ଓ ଚୀନ ଭିତରେ ସୀମା ବିବାଦ ଉଗ୍ର ଅବସ୍ଥାକୁ ଆସିଥିଲା, ସେତେବେଳେ ଏହା ତୃତୀୟ ବିଶ୍ଵଯୁଦ୍ଧର କାରଣ ହୋଇପାରେ ବୋଲି ପୃଥିବୀର ବହୁ ବଡ ବଡ ଖବର କାଗଜ ଲେଖିଥିଲେ। ଭାରତୀୟ ଗଣମାଧ୍ୟମରେ ଏହାକୁ ଜାତୀୟତାବାଦର ପରିଚୟ ଭିତରେ ବିଶ୍ଳେଷଣ ଚାଲିଥିବା ବେଳେ, ବିବିସି, ଦି ଫରେନ ଆଫେୟାର୍ସ, ଦି ସନ ଭଳି ସଂସ୍ଥା ଏହାକୁ ସମ୍ଭାବ୍ୟ ବିଶ୍ଵ ସଙ୍କଟ ଭାବେ ବିଶ୍ଳେଷଣ କରୁଥିଲେ। ସମ୍ପ୍ରତି ଚୀନ ଓ ଆମେରିକା ଭିତରେ ସମ୍ପର୍କ ଏତେ ଅଧିକ ତିକ୍ତ ଅବସ୍ଥାରେ ରହିଛି ଯେ, ଏହା କୌଣସି ବି ଘଟଣାରୁ ବହୁ ଭୟଙ୍କର ଦିଗକୁ ଗତି କରିପାରେ। ସେହି ସମୟରେ ଚୀନ-ଭାରତ ସୀମା ବିବାଦ, ପରିସ୍ଥିତିକୁ ଅଧିକ ଅଣାୟତ୍ତ କରିବା ସ୍ଵାଭାବିକ।

ଆଧୁନିକ ସମୟରେ ଯେଉଁ ଦୁଇଟି ବିଶ୍ଵଯୁଦ୍ଧ ହୋଇଛି, ତାର କାରଣ ଖୁବ ବଡ ନଥିଲା। ନିହାତି ଛୋଟ ଛୋଟ ଭୁଲ ବୁଝାମଣା ଓ ଅହଙ୍କାରରୁ ଯୁଦ୍ଧ ଜନ୍ମ ନିଏ। ପ୍ରଥମ ଓ ଦ୍ଵିତୀୟ ବିଶ୍ଵଯୁଦ୍ଧ ର କାରଣ ଭାବରେ ଯେଉଁ ପାଞ୍ଚୋଟି ବିନ୍ଦୁକୁ ଚିହ୍ନିତ କରାଯାଏ, ସେଗୁଡିକ ହେଲା- ୧. ସାମରିକ ଚୁକ୍ତିଭିତ୍ତିକ ସମ୍ପର୍କ, ୨-ଜାତୀୟତାବାଦ, ୩.ସାମରିକ ଅହଂକାର, ୪.ଉପନିବେଶବାଦୀ ବିଚାର ଓ ୫. ରାଜନୈତିକ ହତ୍ୟାକାଣ୍ଡ। ପ୍ରଥମ ଚାରୋଟି କାରଣ କ୍ରମାଗତ ଭାବରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି କରୁଥିବା ବେଳେ ରାଜନୈତିକ ହତ୍ୟାକାଣ୍ଡ ଯୁଦ୍ଧ ପରିସ୍ଥିତିକୁ ବାଧ୍ୟତାମୂଳକ କରିଥାଏ। ଜୁନ,୨୦୧୪ରେ ଅଷ୍ଟ୍ରିଆ-ହଙ୍ଗେରୀର ଆର୍କ ଡ୍ୟୁକ ଫ୍ରାଞ୍ଜ ଫର୍ଡିନାଣ୍ଡଙ୍କୁ ସର୍ବିଆର ଜାତୀୟତାବାଦୀମାନେ ହତ୍ୟା କରିବା ପରେ, ପ୍ରଥମ ବିଶ୍ଵଯୁଦ୍ଧ ହୋଇଥିଲା। ଏହି ରାଜନୈତିକ ହତ୍ୟାକାଣ୍ଡ ପରବର୍ତ୍ତୀ ସମୟରେ ଦୁଇଟି ବିଶ୍ଵଯୁଦ୍ଧର କାରଣ ପାଲଟିଥିଲା। ବିଶ୍ଵଯୁଦ୍ଧର ଧ୍ଵଂସ ଓ ପାଗଳାମିରୁ ଆମେ ବୋଧେ କିଛି ଶିଖିନାହୁଁ।

୧୯୪୫ର ଦ୍ଵିତୀୟ ମହାଯୁଦ୍ଧ ପରେ ହୁଏତ ଆମେ ଆଉ ବିଶ୍ଵଯୁଦ୍ଧ ର ସାମ୍ନା କରିନାହୁଁ। ହେଲେ ଦ୍ଵିତୀୟ ବିଶ୍ଵଯୁଦ୍ଧର ୭୪ ବର୍ଷ ପରେ ଆମେ ଆଉ ଏକ ବିଶ୍ଵଯୁଦ୍ଧକୁ ସାମ୍ନା କରିବା ଭଳି ପରିସ୍ଥିତିରେ ଠିଆ ହୋଇଛୁ। ବିଶ୍ଵଯୁଦ୍ଧ ପୂର୍ବବର୍ତ୍ତୀ ପୃଥିବୀର ରାଜନୀତି ସହିତ ସମାନ ରାଜନୈତିକ ପୃଷ୍ଠଭୂମି ଆଜି ଦେଖା ଦେଇଛି। ବିଶ୍ଵର ବିଭିନ୍ନ ରାଷ୍ଟ୍ରରେ ଅହଙ୍କାରୀ, ଉଗ୍ର ଜାତୀୟତାବାଦୀ ଓ ଯୁଦ୍ଧଖୋର ଶାସକମାନେ ଲୋକ ସମର୍ଥନ ପାଉଛନ୍ତି। ଆମେରିକାରେ ଡୋନାଲ୍ଡ ଟ୍ରମ୍ଫ, ଚୀନରେ ସି ଜିଂପିନ, ଋଷିଆରେ ଭ୍ଲାଦିମିର ପୁଟିନ, ତୁର୍କୀରେ ରିଶେପ ତାଈପ ଇର୍ଦ୍ଦୋଗନ, ଇଂଲଣ୍ଡରେ ବୋରୀସ ଜନସନ, ଭାରତରେ ନରେନ୍ଦ୍ର ମୋଦୀ ପ୍ରମୁଖ ରାଜନୀତିରେ ଉଗ୍ର ଜାତୀୟତାବାଦୀ ରାଜନୀତିର ପ୍ରସାର କରୁଛନ୍ତି। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଉଗ୍ର ଜାତୀୟତାବାଦୀ ଅହଙ୍କାରରକୁ ଏବେ ସବୁଠୁ ବଡ ରାଜନୀତି ଭାବେ ଉପସ୍ଥାପନ କରିବାର ଉଦ୍ୟମ ଚାଲିଛି। ଏହାକୁ ସାମ୍ନା କରିବାକୁ ଚୀନରେ ମଧ୍ୟ ଉଗ୍ର ଜାତୀୟତାବାଦୀ ରାଜନୀତିର ପ୍ରସାର ଘଟୁଛି। ଭାରତ-ଚୀନ ସୀମା ବିବାଦ ପରେ ଏହା ଅଧିକ ତୀବ୍ର ହେବା ଆରମ୍ଭ କରିଛି।

ସଦ୍ଦାମ ହୁସେନଙ୍କୁ ଫାଶୀ ଦେଇ ଓ ଓସାମା ବିନ ଲାଦେନକୁ ଖତମ କରିଦେଇ    ଆମେରିକା ଗୋଟେ ସମୟରେ ମଧ୍ୟ ପ୍ରାଚ୍ୟ ଉପରେ କବଜା କରିନେଇଛି ବୋଲି ଭାବୁଥିଲା। ତେବେ ଇରାକ ଓ ଆଫଗାନିସ୍ତାନ କୁ ସାମରିକ ଭାବରେ ଜୟ କରିବାର ଉଦ୍ୟମ ଆମେରିକା ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏହି ଦୁଇଟି ରାଷ୍ଟ୍ର ଆମେରିକାର କବଜାରେ ରହିଥିଲେ ମଧ୍ୟ, ସେଠାରୁ ପୃଥିବୀର ସର୍ବାଧିକ ସନ୍ତ୍ରାସବାଦୀ ସୃଷ୍ଟି ହେଉଛନ୍ତି।ଏହା ସହିତ ସିରିଆର ସ୍ଥିତି ସୁଧୁରିବାର କୌଣସି ସମ୍ଭାବନା ଦିଶୁନାହିଁ। ସିରିଆ, ଇରାକ ଓ ଆଫଗାନିସ୍ତାନରେ ଆଜି ଯେଉଁ ପରିସ୍ଥିତି ସୃଷ୍ଟି ହୋଇଛି, ସେଥିଲାଗି ମୁଖ୍ୟତଃ ଆମେରିକା ହିଁ ଦାୟୀ।

କରୋନା ସଂକ୍ରମଣ ବ୍ୟାପିବା ପୂର୍ବରୁ ଇରାନ ସହିତ ଆମେରିକା ମୁହାଁମୁହିଁ ହେବା ଆରମ୍ଭ କରିଥିଲା ।ମାର୍ଚ୍ଚ ମାସରେ ଇରାନର  ଜଣେ ପ୍ରଭାବଶାଳୀ ସେନାବାହିନୀ ଅଧିକାରୀ ମେଜର ଜେନେରାଲ କାଶିମ ସୁଲେମାନୀକୁ ଆମେରିକା ହତ୍ୟା କରିଥିଲା। ଇରାକର ବାଗଦାଦ ବିମାନ ବନ୍ଦର ନିକଟରେ ଜଣେ ଇରାକୀ ସେନା ଅଧିକାରୀ ଙ୍କ ସହିତ ସୁଲେମାନୀଙ୍କୁ ହତ୍ୟା କରାଯିବା ପରେ,ଏହାକୁ ନେଇ ଏବେ ମଧ୍ୟପ୍ରାଚ୍ୟରେ ଯେଉଁ  ଉତ୍ତେଜନା ବଢିଥିଲା, ତାହା କରୋନା କାରଣରୁ ପ୍ରଶମିତ ହୋଇଛି। ସେତେବେଳେ ଇରାନ ସମର୍ଥନରେ ଚୀନ ଓ ଋଷିଆ ଖୋଲାଖୋଲି ବାହାରିଥିବା ଯୋଗୁଁ ପରବର୍ତ୍ତୀ ରାଜନୈତିକ ପରିସ୍ଥିତି ଅଧିକ ଜଟିଳ ହୋଇଥିଲା।

ଗତ ଚାରିମାସ ଭିତରେ ଚୀନ ବନାମ ବାକି ବିଶ୍ଵ ଭଳି ଏକ ଉତ୍ତେଜକ ପରିସ୍ଥିତି ବଢି ଚାଲିଛି। ସେଥିରେ ଭାରତ ସହିତ ଚୀନର ସୀମା ବିବାଦ ପରିସ୍ଥିତିକୁ ବେଶୀ ଜଟିଳ କରିଛି। ଭାରତ ଓ ଚୀନ ଭିତରେ ସୀମା ବିବାଦ ଆଦୌ ସାମୟିକ ନୁହେଁ ଓ ଏହା ଏକ ଦୀର୍ଘସ୍ଥାୟୀ ସଙ୍କଟ ହୋଇ ଆଗକୁ ରହିବ। ଦ୍ଵିପାକ୍ଷିକ ଆଲୋଚନା ଜରିଆରେ ସମାଧାନ ବାହାର କରିବା ଭଳି ରାଜନୈତିକ ପରିସ୍ଥିତି ବର୍ତ୍ତମାନ କୌଣସି ଦେଶରେ ନାହିଁ। ଉଗ୍ର ଜାତୀୟତାବାଦର ରାଜନୀତି ଆଜିର ତାରିଖରେ ବିଶ୍ଵଶାନ୍ତି ଲାଗି ଏକ ବଡ ସଙ୍କଟ ତିଆରି କରିଛି। ଆଗାମୀ ଦିନରେ ପୃଥିବୀର ଗତି କେଉଁ ଦିଗକୁ ଯିବ, ତାହା ନଭେମ୍ବର ମାସରେ ଅଧିକ ସ୍ପଷ୍ଟ ଜଣାପଡିବ।ନଭେମ୍ବର ନିର୍ବାଚନରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ଫ ଜିତିବେ ନା ହାରିବେ, ତାରି ଉପରେ ଅନେକ କିଛି ନିର୍ଭର କରୁଛି। ତେବେ ଭାରତ ଓ ଚୀନ ମଧ୍ୟରେ ଯଦି ବିବାଦ ଲାଗି ରହେ, ତାହେଲେ ଏହା ଭବିଷ୍ୟତରେ ଏକ ବୃହତ୍ତର ବିଶ୍ଵ ସଙ୍କଟକୁ ଜନ୍ମଦେବ।

Border Dispute china india Kedar Mishra third world war
Share. Facebook Twitter LinkedIn Email WhatsApp Copy Link

Related Posts

ଛଅ ଶିବସେନା ସାଂସଦଙ୍କ ଯୋଗଦାନ ସହିତ NDA କେତେ ମଜବୁତ ହେବ?: ପଢନ୍ତୁ ସମ୍ପୂର୍ଣ୍ଣ ବିଶ୍ଳେଷଣ

June 17, 2026

ଆମେରିକା ଆକ୍ରମଣରେ ତିନି ଭାରତୀୟଙ୍କ ମୃତ୍ୟୁ ପ୍ରସଙ୍ଗ: ଟ୍ରମ୍ପଙ୍କୁ ସ୍ପଷ୍ଟ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

June 17, 2026

ଉଦ୍ଧବ ଠାକରେଙ୍କୁ ଲାଗିବ ବଡ଼ ଝଟକା!: ଆଜି ବାଚସ୍ପତିଙ୍କୁ ଭେଟିପାରନ୍ତି ଛଅ ସାଂସଦ

June 17, 2026

ଜୁନ ୧୯ ରେ ପିଏମ-ଭିବିଆରୱାଇ ର ଦେଶବ୍ୟାପୀ ଶୁଭାରମ୍ଭ କାର୍ଯ୍ୟକ୍ରମ

June 16, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ସୁଯୋଗ ଦେଲେ ବାଚସ୍ପତି!: ଏବେ ବିଭାଜନରୁ ବଞ୍ଚିପାରିବ କି ଟିଏମସି?

June 17, 2026

ଆଫଗାନିସ୍ତାନକୁ ପରାସ୍ତ କରି ୧୦୧ ରନ୍ ରେ ଜିତିଲା ଭାରତ

June 17, 2026

ଆଫଗାନିସ୍ତାନ ବିପକ୍ଷରେ ଇତିହାସ ରଚିଲେ ଇଶାନ କିଶାନ

June 17, 2026

ଛଅ ଶିବସେନା ସାଂସଦଙ୍କ ଯୋଗଦାନ ସହିତ NDA କେତେ ମଜବୁତ ହେବ?: ପଢନ୍ତୁ ସମ୍ପୂର୍ଣ୍ଣ ବିଶ୍ଳେଷଣ

June 17, 2026

ଜଙ୍ଗଲରୁ ଅସହାୟ ମା’ଙ୍କୁ ଉଦ୍ଧାର କଲା ପୋଲିସ: ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଉଚ୍ଚ ପ୍ରଶଂସା କଲେ ବ୍ରହ୍ମପୁର ସାଂସଦ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.