Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ, କୋଭିଡ-୧୯ ବୈଠକରେ କହିଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ, କୋଭିଡ-୧୯ ବୈଠକରେ କହିଲେ ମୁଖ୍ୟମନ୍ତ୍ରୀ

August 26, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ, କୋଭିଡ19 ବୈଠକରେ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, କୋଭିଡ ପରିଚାଳନା ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ଏକ ଗରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ କରିଥିଲେ।ଏଥିରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ। ତେଣୁ ସାଧାରଣ ଲୋକ ହୁଅନ୍ତୁ, ବା ସରକାରୀ କର୍ମଚାରୀ ସମସ୍ତେ ଏଥିପ୍ରତି ସତର୍କ ରହି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ରାଜ୍ୟରେ ଅଧିକ ପରୀକ୍ଷା କରାଯାଉଥିବା ସହିତ ସଂକ୍ରମଣ ହାର କମିଥିବା ଏବଂ ମୃତ୍ୟୁ ହାର ମଧ୍ୟ କମି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ହଟଷ୍ପଟ ଜିଲ୍ଲା ମାନଙ୍କରେ ଯେଉଁ ଅଞ୍ଚଳଭିତ୍ତିକ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି, ତାକୁ କଡାକଡ ଭାବରେ ପାଳନ କରିବା ସହିତ ଆଗାମୀ ସପ୍ତାହ ବେଳକୁ ଯେଭଳି ପରିସ୍ଥିତିରେ ଆଖିଦୃଶିଆ ଉନ୍ନତି ଆସିପାରିବ, ସେ ଦିଗରେ କାମ କରିବା ପାଇଁ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ଆଞ୍ଚଳିକ କୋଭିଡ ଚିକିତ୍ସାଳୟ ମାନଙ୍କରେ ଆବଶ୍ୟକ ମୁତାବକ ଆଇସିୟୁ ଶଯ୍ୟାର ଉପଲବ୍‌ଧତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ତା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରି ସରକାରୀ ଅଫିସ ଗୁଡିକୁ ସଂକ୍ରମଣମୁକ୍ତ ରଖିବାକୁ ସବୁପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

କୋଭିଡ ଯୋଦ୍ଧା ମାନଙ୍କ ଭିତରେ ସଂକ୍ରମଣ ହାର କମୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ମାସ୍କର ବ୍ୟବହାର, ସାମାଜିକ ଦୂରତା ବିଷୟରେ ଆହୁରି ଜନସଚେତନତା କରିବା ପାଇଁ ପରାମର୍ଶ ଦେଇଥିଲେ। ସହିଦ୍‌ କୋଭିଡ ଯୋଦ୍ଧା ମାନଙ୍କର ବ୍ୟକ୍ତିଗତ ପାଉଣା ଆସନ୍ତା ଶୁକ୍ରବାର ସୁଦ୍ଧା ତାଙ୍କ ଆତ୍ମୀୟ ମାନଙ୍କୁ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିଲେ।

କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ, ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଧାୟକ ସର୍ବଶ୍ରୀ ଦେବୀ ପ୍ରସାଦ ମିଶ୍ର, ଓ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଗ୍ରାମ୍ୟ ଅର୍ଥନୀତି ପୁନରୁଦ୍ଧାର ପ୍ୟାକେଜ, ପ୍ଲାଜମା ସଂଗ୍ରହ ଏବଂ ଅନ୍ୟ ରାଜ୍ୟରୁ ଆସିଥିବା ଓଡିଆ ଶ୍ରମିକ ମାନଙ୍କର ପଞ୍ଜିକରଣ ସମସ୍ୟା ଆଦି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ରାଜ୍ୟର ଅର୍ଥନୀତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ ଏବଂ ଜୁଲାଇ ମାସରୁ ପରିସ୍ଥିତିରେ ସୁଧାର ପରିଲକ୍ଷିତ ହେଉଛି ବୋଲି ଜଣାଇଥିଲେ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର ତାଙ୍କ ଉପସ୍ଥାପନାରେ କୋଭିଡ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଉପସ୍ଥାପନାରୁ ଜଣାଯାଇଛି ଯେ ରାଜ୍ୟରେ ସୁସ୍ଥ ହାର ଗତ ସପ୍ତାହରୁ ବଢି ୭୧.୩ ପ୍ରତିଶତରେ ପହଞ୍ଚିଥିବା ବେଳେ ମୃତ୍ୟୁ ହାର ହ୍ରାସ ପାଇ ୦.୦୫ ପ୍ରତିଶତ ହୋଇଛି। ୫୪ ପ୍ରତିଶତ ସକ୍ରିୟ ସଂକ୍ରମିତ ରୋଗୀ ଗୃହ ସଂଗରୋଧରେ ରହୁଛନ୍ତି ।

ସେହିପରି ପୋଲିସ, ଅଗ୍ନିଶମ ଓ NDRAFର କର୍ମଚାରୀ ପ୍ଲାଜମା ଦାତା ମାନଙ୍କ ମଧ୍ୟରେ ଆଗୁଆ ରହିଛନ୍ତି । କଟକ, ବାଲେଶ୍ବର ଓ କେନ୍ଦ୍ରାପଡା ଜିଲ୍ଲା ପ୍ଲାଜମା ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରିଥିବା ବେଳେ ମାଲକାନଗିରି, ବୌଦ ଓ ରାୟଗଡ ଜିଲ୍ଲା ଗୃହ ସଂଗରୋଧ କ୍ଷେତ୍ରରେ ବହୁତ ଭଲ କାମ କରିଛନ୍ତି। ଆସନ୍ତା ୨୮ ତାରିଖରୁ ଭୁବନେଶ୍ବରରେ ଦ୍ବିତୀୟ ପର୍ଯ୍ୟାୟ ଏବଂ ରାଉରକେଲାରେ ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ ସୂଚନା ଦେଇଥିଲେ। ଆସନ୍ତାକାଲି କୋରାପୁଟରେ ଆଉ ଏକ ପ୍ଲାଜମା ବ୍ୟାଙ୍କ ଖୋଲାଯିବ।

କଟକ,ଖୋର୍ଦ୍ଧା, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାର କୋଭିଡ ପରିସ୍ଥିତି ଓ ମୁକାବିଲା ସଂପର୍କରେ ଜିଲ୍ଲା ପର୍ଯ୍ୟବେକ୍ଷକ ଓ ମ୍ୟୁନିସପାଲ କମିଶନର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। କଟକରେ କୋଭିଡ ମୁକାବିଲା ପାଇଁ ଯେକୌଣସି ଅତିରିକ୍ତ ସହାୟତା ଆବଶ୍ୟକ ହେଲେ ତୁରନ୍ତ ରାଜ୍ୟ ସରକାରଙ୍କୁ ଜଣାଇ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସେହିପରି ରାଉରକେଲାରେ କୋଭିଡ ମୁକାବିଲାରେ ନିୟୋଜିତ ବିଭିନ୍ନ ସଂସ୍ଥା ମାନଙ୍କ ମଧ୍ୟରେ ଅଧିକ ସମନ୍ବୟ ରଖି କୋଭିଡ ପରିଚାଳନା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

bhubaneswar Naveen Patnaik OdishaFightsCorona
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.