Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟର ଦୁଇଟି ଆସନରେ ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ, କୋଭିଡ ଆକ୍ରାନ୍ତ ମଧ୍ୟ ଦେଇପାରିବେ ଭୋଟ
ବିଶେଷ ଖବର

ରାଜ୍ୟର ଦୁଇଟି ଆସନରେ ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ, କୋଭିଡ ଆକ୍ରାନ୍ତ ମଧ୍ୟ ଦେଇପାରିବେ ଭୋଟ

September 9, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟର ଦୁଇଟି ଆସନରେ ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ, କୋଭିଡ ଆକ୍ରାନ୍ତ ମଧ୍ୟ ଭୋଟ ଦେଇପାରିବେ

ଭୁବନେଶ୍ୱର,  ଭାରତ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ବିହାର ବିଧାନସଭା ନିର୍ବାଚନ ସହିତ ଓଡ଼ିଶାର ଦୁଇଟି ବିଧାନସଭା ଆସନ ବାଲେଶ୍ୱର ଓ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ବାଲେଶ୍ୱର ଓ ଜଗତସିଂହ ପୁରର ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସହ ଉପନିର୍ବାଚନ ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ କରାଇଥିଲେ।

ସଂପ୍ରତି କୋଭିଡ୍‌-୧୯ ମହାମାରୀ ପରିପ୍ରେକ୍ଷୀରେ ସୁରୁଖୁରୁରେ ଉପନିର୍ବାଚନ ପରିଚାଳନା କରିବା ଆମ ସମସ୍ତଙ୍କ ପାଇଁ ଏକ ଚାଲେଞ୍ଜ ହେବ ଓ ନିର୍ବାଚନ ସମୟରେ କୋଭିଡ୍‌-୧୯ ନିୟମକୁ କଡ଼ାକଡ଼ି ଭାବେ ପାଳନ ସହ ସାମାଜିକ ଦୂରତ୍ୱ, ଥର୍ମାଲ୍‌ ସ୍କ୍ରିନିଂ, ମାସ୍କ ପିନ୍ଧିବା, ଗ୍ଲୋବସ୍‌ ପରିଧାନ, ସାନିଟାଇଜର ବ୍ୟବହାର, ଉଭୟ ଭୋଟର ଓ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କ ନିମନ୍ତେ ବ୍ୟାପକ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଆରୋପ କରିଥିଲେ।

କୋଭିଡ୍‌-୧୯ ମହାମାରୀ ଦୃଷ୍ଟିରୁ ନିର୍ବାଚନ ସମୟରେ ଜଣେ ଅଭିଜ୍ଞ ଡାକ୍ତରଙ୍କୁ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ ସ୍ତରରେ ନୋଡ଼ାଲ ସ୍ୱାସ୍ଥ୍ୟ ଅଧିକାରୀ ଭାବେ ନିଯୁକ୍ତି ପ୍ରଦାନ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଲୋହାନୀ ଗୁରୁତ୍ୱ ଆରୋପ କରିଥିଲେ। କୋଭିଡ୍‌-୧୯ ମହାମାରୀ ଦୃଷ୍ଟିରୁ ନିର୍ବାଚନ ସମୟରେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ଗୋଟିଏ ବୁଥ୍‌ରେ ସର୍ବାଧିକ ଏକ ହଜାର ମତଦାତା ମତଦାନ କରି ପାରିବେ ଓ ଜିଲ୍ଲା ନିର୍ବାଚନ ଅଧିକାରୀମାନେ ସଂପୃକ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କ ସହ ଆଲୋଚନା କରି ଅତିରିକ୍ତ ବୁଥ୍‌ ଗଠନ ଉପରେ ଗୁରୁତ୍ୱ ଦିଆଯିବ।

କୋଭିଡ୍‌ ଆକ୍ରାନ୍ତ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ସହ ଆଇସୋଲେସନ୍‌ ସେଣ୍ଟର ଓ କୋଭିଡ୍‌ ସଂକ୍ରମିତ ଭୋଟରଙ୍କୁ ଭୋଟଦାନ ସମୟରେ ଶେଷ ପର୍ଯ୍ୟାୟରେ ମତଦାନ କରିବାକୁ ଅନୁମତି ପ୍ରଦାନ କରାଯିବ। ନିର୍ବାଚନ କାର୍ଯ୍ୟକ୍ରମରେ ନିୟୋଜିତ କର୍ମଚାରୀ ଓ ସେମାନଙ୍କୁ ତାଲିମ ବ୍ୟବ ସ୍ଥା, ଯାନବାହନର ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ଷ୍ଟ୍ରଙ୍ଗରୁମ୍‌ ଓ ଭୋଟ ଗଣତି କେନ୍ଦ୍ର ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।

Odisha Bielection ଓଡିଶା ଉପନିର୍ବାଚନ ତିର୍ତ୍ତୋଲ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.