Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଟକ-ଭୁବନେଶ୍ବରରେ ଅଧିକ ଆମ୍ବୁଲାନସ୍ ସହ ଅଧିକ ଆଇସିୟୁ ବେଡ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜାତୀୟ ଖବର

କଟକ-ଭୁବନେଶ୍ବରରେ ଅଧିକ ଆମ୍ବୁଲାନସ୍ ସହ ଅଧିକ ଆଇସିୟୁ ବେଡ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 9, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଥିଲେ। ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପଜିଟିଭ ସଂଖ୍ୟା ଅଧିକ ଥିବାରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ସହ ସଚେତନତା କାର୍ଯ୍ୟକ୍ରମ ଏବଂ କୋଭିଡ ନିୟମାବଳୀର କଡାକଡି ପାଳନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବରରେ ଗୁରୁତର ରୋଗୀମାନଙ୍କ ପାଇଁ ଅଧିକ ICU ବେଡ୍ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତାସହିତ ଏହି ଦୁଇ ସହରରେ ଅଧିକ ଆମ୍ବୁଲାନ୍‌ସ ମୁତୟନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଗାମୀ ସପ୍ତାହରେ ଭୁବନେଶ୍ବର-କଟକରେ ପରିସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

କୋଭିଡକୁ ନିୟନ୍ତ୍ରଣ କରିବାରେ ସାମାଜିକ ଦୂରତା, ମାସ୍କ ପିନ୍ଧିବା ଏବଂ ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ସେହିପରି ଛୋଟ ଦୋକାନୀ ଓ ଉଠା ଦୋକାନୀମାନେ ମଧ୍ୟ କୋଭିଡ ନିୟମାବଳୀ ଉଲଙ୍ଘନ କରୁଥିବା ନଜରକୁ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଏବଂ ପୌରସଂସ୍ଥା ପରସ୍ପର ସମନ୍ବୟ ରଖି ନିୟମାବଳୀ କଡାକଡି ପାଳନ ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଅନେକ ଲୋକ ନିୟମାବଳୀ ଠିକ୍ ଭାବରେ ପାଳନ କରୁଥିବା ବେଳେ କିଛି ଲୋକଙ୍କ ତ୍ରୁଟି ଯୋଗୁ ସଂକ୍ରମଣ ବ୍ୟାପୁଥିବାରୁ ଏହାକୁ କଦାପି ବରଦାସ୍ତ କରାଯାଇ ପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ।

ଗଞ୍ଜାମ, ସୁନ୍ଦରଗଡ, ଗଜପତି ଓ କୋରାପୁଟରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ବ୍ରହ୍ମପୁର ମଡେଲ ଅନୁସରଣ କରିବା ପାଇଁ କଟକ-ଭୁବନେଶ୍ବର ପୌର ପ୍ରଶାସନ ସମେତ ଯାଜପୁର, ବରଗଡ, ଖୋର୍ଦ୍ଧା ଓ କଟକ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।

ଯେଉଁ ଜିଲ୍ଲା ମାନଙ୍କରେ କୋଭିଡ ସ୍ଥିତିରେ ଉନ୍ନତି ଆସିଛି, ସେଠାରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ TMC, Covid Care Centre ଏବଂ Covid Care Home ବନ୍ଦ କରିବାପାଇଁ ନିଷ୍ପତ୍ତି ନେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଘରୋଇ ଡାକ୍ତରଖାନାରେ କୋଭିଡ ରୋଗୀଙ୍କ ପାଇଁ ଅଧିକ ଶଯ୍ୟା ସଂରକ୍ଷିତ ରଖିବା, ଡାକ୍ତରଖାନା ଗୁଡିକରେ ଗୁଣାତ୍ମକ ସେବା ଯୋଗାଇବା ଏବଂ ଗୃହ ସଂଗରୋଧରେ ଥିବା ରୋଗୀମାନଙ୍କ ଚିକିତ୍ସା ତଦାରଖ କରିବା, ଗୋଷ୍ଠୀକୁ ସାଥିରେ ନେଇ ବିଭିନ୍ନ ଜୋନ୍ଭିତ୍ତିକ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ସରକାରୀ କର୍ମଚାରୀ ମାନେ ସଂକ୍ରମିତ ହେଉଥିବା ଖବରରେ ମୁଖ୍ୟମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିବା ସହିତ ସରକାରୀ ଅଫିସରେ କୋଭିଡ ନିୟମାନବଳୀକୁ ଆହୁରି କଡାକଡି ପାଳନ କରିବାପାଇଁ ପରାମର୍ଶ ଦେଇଥିଲେ। ହଟ୍ ସ୍ପଟ୍ ଜିଲ୍ଲାକୁ ଅଧିକ ଡାକ୍ତର ଏବଂ ପ୍ରଶାସନିକ ଅଧିକାରୀ ପଠାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ।
କୋଭିଡ ପରିଚାଳନା ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟ ହାର ୭୭.୮ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ଠାରୁ ସାମାନ୍ୟ ଅଧିକ।

ସେହିପରି ମୃତ୍ୟୁ ହାର ସାରା ଦେଶରେ ସର୍ବନିମ୍ନ ରହିଛି ଏବଂ ଏହା ୦.୪୩ ପ୍ରତିଶତ । ଗୁରୁତର ରୋଗୀଙ୍କ ପାଇଁ Step-down ICU ସୁବିଧା କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ। ଖୋର୍ଦ୍ଧା ଓ କଟକ ଜିଲ୍ଲାର ପର‌୍ୟ୍ୟବେକ୍ଷକ ଦ୍ବୟ ଏବଂ ଭୁବନେଶ୍ବର-କଟକ ମ୍ୟୁନିସପାଲ କର୍ପୋରେସନର କମିଶନର ଦ୍ବୟ କୋଭିଡ ପରିସ୍ଥିତ ସଂପର୍କରେ ବିସ୍ତୃତ ଉପସ୍ଥାପନା କରିଥିଲେ ଏବଂ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେଉଛି ବୋଲି କହିଥିଲେ।

ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ପୋଲିସ ମହାନିର୍ଦ୍ଦେଶକ, ଭୁବନେଶ୍ବର-କଟକର ପୋଲିସ କମିଶନର କୋଭିଡ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବରାଷ୍ଟ୍ର ବିଭାଗର ପ୍ରମୁଖ ସଚିବ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ବୈଠକ ସଂଚାଳନା କରିଥିଲେ।

 

corona covid19 କଟକ-ଭୁବନେଶ୍ବର କରୋନା ଭୁବନେଶ୍ବରରେ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ଘରୋଇ ବସ ଭଡା ବଢିଲା

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.