Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସଫେଇ କର୍ମଚାରୀଙ୍କ ପାଇଁ ଆରମ୍ଭ ହେଲା ‘ଗରିମା’, ୫୦ କୋଟି ଟଙ୍କାର ପାଣ୍ଠି, ରାଜ୍ୟ କମିଶନ ଗଠନ ନିଷ୍ପତି
ଜାତୀୟ ଖବର

ସଫେଇ କର୍ମଚାରୀଙ୍କ ପାଇଁ ଆରମ୍ଭ ହେଲା ‘ଗରିମା’, ୫୦ କୋଟି ଟଙ୍କାର ପାଣ୍ଠି, ରାଜ୍ୟ କମିଶନ ଗଠନ ନିଷ୍ପତି

September 11, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସଫେଇ କର୍ମଚାରୀଙ୍କ ପାଇଁ ଆରମ୍ଭ ହେଲା ‘ଗରିମା’, ୫୦ କୋଟି ଟଙ୍କାର ପାଣ୍ଠି, ରାଜ୍ୟ କମିଶନ ଗଠନ ନିଷ୍ପତି

ଭୁବନେଶ୍ବର, ରାଜ୍ୟର ସଫେଇ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ‘ଗରିମା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ସେପ୍‌ଟିକ୍ ଟାଙ୍କି ତଥା ଅନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ ଏହାଦ୍ବାରା ଉପକୃତ ହେବେ। ଏଥିପାଇଁ ପ୍ରାଥମିକ ଅବସ୍ଥାରେ ୫୦ କୋଟି ଟଙ୍କାର କର୍ପସ ପାଣ୍ଠି ସହିତ ସଫେଇ କର୍ମଚାରୀଙ୍କ ପାଇଁ ରାଜ୍ୟ କମିଶନ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ରାଜ୍ୟ ନଗର ଉନ୍ନୟନ ଓ ଗୃହନିର୍ମାଣ ବିଭାଗ ଦ୍ବାରା କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନାରେ ରାଜ୍ୟର ସମସ୍ତ ୧୧୪ଟି ପୌରସଂସ୍ଥାରେ କାର୍ଯ୍ୟକାରୀ ହେବ ଏବଂ ୨୦ ହଜାର ସଫେଇ କର୍ମଚାରୀଙ୍କ ସମେତ ସେମାନଙ୍କର ୧ ଲକ୍ଷ ପରିବାର ସଦସ୍ୟ ଉପକାର ପାଇବେ ।

ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ବିଶ୍ବ ବର୍ତ୍ତମାନ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛି। ମହାତ୍ମା ସାରା ଜୀବନ ସମାଜର ଏହି ଅବହେଳିତ ବର୍ଗର କଲ୍ୟାଣ, ଅଧିକାର ଓ ମର୍ଯ୍ୟାଦା ପାଇଁ ଲଢେଇ କରିଛନ୍ତି। ପରିମଳକୁ ଗାନ୍ଧିଜୀ ସ୍ବାଧୀନତାଠାରୁ ଅଧିକ ଗୁରୁତ୍ବ ଦେଉଥିଲେ। ତେଣୁ ବାପୁଙ୍କ ୧୫୦ତମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ‘ଗରିମା’ ଯୋଜନା ବାପୁଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବାପୁଙ୍କ ସ୍ବପ୍ନକୁ ସାକାର କରିବା ସହିତ ସଫେଇ କର୍ମଚାରୀଙ୍କୁ ସମାଜରେ ସେମାନଙ୍କ ଉଚିତ ସ୍ଥାନ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ସେହିପରି କୋଭିଡ ଯୁଦ୍ଧ ସମୟରେ ସେମାନେ ଯେପରି ନିଜ ଜୀବନକୁ ବିପଦରେ ପକାଇ ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା କରିଥିଲେ।

‘ଗରିମା’ ଯୋଜନାରେ ବିପଦପୂର୍ଣ୍ଣ ପରିମଳ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କୁ ଚିହ୍ନଟ କରାଯିବା ସହିତ ସେମାନଙ୍କ ନିରାପତ୍ତା ଓ ମର୍ଯ୍ୟାଦା ଉପରେ ଗୁରୁତ୍ବ ଦିଆଯାଇଛି । ସେମାନଙ୍କର କଠିନ ଓ ବିପଦପୂର୍ଣ୍ଣ କାମକୁ ସମ୍ମାନ ଜଣାଇ ସ୍ବତନ୍ତ୍ର ଭତ୍ତା, ସ୍ବାସ୍ଥ୍ୟ ସୁବିଧା, ଜୀବନ ବୀମା, ପିଲାଙ୍କ ପାଇଁ ଉଚ୍ଚଶିକ୍ଷା, ଗୃହନିର୍ମାଣ ଓ ଦୁଇ ଚକିଆ ଗାଡି ପାଇଁ ୯୦ ପ୍ରତିଶତ ଅନୁଦାନ, ବ୍ୟକ୍ତିଗତ ସୁରକ୍ଷା ଉପକରଣ, ଅନୁକମ୍ପାମୂଳକ ସହାୟତା, EPF, ESI ଏବଂ ପରିବାର ପେନ୍‌ସନ ଆଦି ବିଭିନ୍ନ କଲ୍ୟାଣ ଯୋଜନାର ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ରାଜ୍ୟରେ ଚାଲିଥିବା ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ କ୍ଷେତ୍ରରେ ଏହା ଆଉ ଏକ ସଫଳ ଅଧ୍ୟାୟ ଆରମ୍ଭ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ପରିମଳ କର୍ମଚାରୀଙ୍କ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ। ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ଜେନା ସୂଚନା ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗରିମା ଯୋଜନା ସଂପର୍କିତ ଏକ ଭିଡିଓ ଓ ଲୋଗୋ ଉନ୍ମୋଚନ କରିଥିଲେ।

‘ଗରିମା’ ଯୋଜନାକୁ ଆଗେଇ ନେବା ପାଇଁ ଓଡିଶା ସରକାରଙ୍କ ନଗର ଉନ୍ନୟନ ବିଭାଗ ଏବଂ ଅହମ୍ମଦାବାଦର Urban Management Centre ମଧ୍ୟରେ ବୈଷୟିକ ସହଯୋଗ ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ନଗର ଉନ୍ନୟନ ଓ ଗୃହ ନିର୍ମାଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍‌ ସ୍ବାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ନଗର ଉନ୍ନୟନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସଫେଇ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଉଦୀୟମାନ ଧାବକ ଅନିମେଷ କୁଜୁରଙ୍କୁ କଲେ ପ୍ରଶଂସା, କହିଲେ… 

September 10, 2025

ଅଭିଜିତ ମଜୁମଦାରଙ୍କ ଆଶୁ ଆରୋଗ୍ୟ କାମନା କରି ସମୂହ ଦୀପ ଦାନ କଲେ ଓଲିଉଡ଼ ପରିବାର

September 10, 2025

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Latest News

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଉଦୀୟମାନ ଧାବକ ଅନିମେଷ କୁଜୁରଙ୍କୁ କଲେ ପ୍ରଶଂସା, କହିଲେ… 

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.