Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦଳବଦଳ କରି ଅନାମଧେୟ ନେତା ରାତାରାତି ନାମଜାଦା ହେବା ପଛରେ ଗଣମାଧ୍ୟମର ଭୂମିକାକୁ ଆମେ ଷଡଯନ୍ତ୍ର ବୋଲି କହି ପାରିବା କି ?
ବିଶେଷ ଖବର

ଦଳବଦଳ କରି ଅନାମଧେୟ ନେତା ରାତାରାତି ନାମଜାଦା ହେବା ପଛରେ ଗଣମାଧ୍ୟମର ଭୂମିକାକୁ ଆମେ ଷଡଯନ୍ତ୍ର ବୋଲି କହି ପାରିବା କି ?

March 22, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
BJD MP Prasant Nanda son Joined BJP.
BJD MP Prasant Nanda son Joined BJP.

କେଦାର ମିଶ୍ର

ଋଷଭ ନନ୍ଦ କିଏ?

ପ୍ରମୋଦ ପଟ୍ଟନାୟକ କିଏ?

ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କ ପୁତୁରା ବା ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅଙ୍କ ରାଜନୈତିକ ପ୍ରଭାବ କଣ? ଗତ କିଛିଦିନ ହେଲା ଏମିତି କିଛି ନାଁକୁ ନେଇ ଆମ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି ଯେଉଁମାନେ ସପ୍ତାହେ ତଳେ ପ୍ରାୟ ଅପରିଚିତ ଥିଲେ। ହଠାତ ଅନାମଧେୟମାନେ ନାମଜାଦା ହେବାର କାରଣ କଣ? ଦଳ ବଦଳକାରୀଙ୍କୁ ଗୋଟେ ସମୟରେ ଭାରତର ଗଣମାଧ୍ୟମ ପ୍ରଚୁର ସମାଲୋଚନା କରୁଥିଲା। ଏକଦା ହରିୟାନାର ପୂର୍ବତନ ମୁଖ୍ୟମନ୍ତ୍ରୀ ବଂଶୀଲାଲଙ୍କ ଦଳବଦଳ ପ୍ରକ୍ରିୟାକୁ କଟାକ୍ଷ କରି “ଆୟାରାମ ଗୟାରାମ’ ଶବ୍ଦ ସୃଷ୍ଟି ହୋଇଥିଲା। ଏବେ କିନ୍ତୁ ସମୟ ବଦଳିଛି। ଦଳ ବଦଳକାରୀଙ୍କୁ ହିରୋ ବୋଲି ଦେଖାଇବାରେ ଆମେ ଆନନ୍ଦ ପାଉଛୁ। ନିର୍ବାଚନ ସମୟରେ ଟିକଟ ନପାଇ ଯେଉଁମାନେ ଦଳ ଛାଡନ୍ତି ସେମାନଙ୍କୁ ସବୁଠୁ ଦୁର୍ବଳ ନେତା ବୋଲି ବିବେଚନା କରାଯାଉଥିଲା। ଏବେ ସେମାନେ ସବୁଠୁ ଶକ୍ତିଶାଳୀ ହିରୋ। ଆଗରୁ ଲୋକ ସମର୍ଥନ ଥିବା ସତ୍ତ୍ୱେ ଯଦି ଦଳ ଟିକଟ ଦେଉନଥିଲା, ତାହେଲେ ସଂପୃକ୍ତ ନେତା ସ୍ଵାଧୀନ ଭାବରେ ନିର୍ବାଚନ ଲଢି ନିଜର ପତିଆରା ପ୍ରଦର୍ଶନ କରୁଥିଲେ।

ଗତ ଚାରୋଟି ବିଧାନସଭାର ବିଜୟୀ ସଦସ୍ୟଙ୍କ ତାଲିକା ଦେଖିଲେ ଗୋଟେ କଥା ସ୍ପଷ୍ଟ ହୋଇଯିବ ଯେ, ସ୍ଵାଧୀନ ଭାବରେ ନିର୍ବାଚନ ଲଢି ସଫଳ ହେଉଥିବା ନେତାଙ୍କ ସଂଖ୍ୟା ଏବେ ଯଥେଷ୍ଟ କମ। ଗତ ବିଧାନସଭାରେ କେବଳ ଜର୍ଜ ତିର୍କୀଙ୍କୁ ବାଦ ଦେଲେ ଅନ୍ୟ କୌଣସି ସ୍ଵାଧୀନ ସଦସ୍ୟ ଜିତି ନଥିଲେ। ୧୯୯୦ରେ ପ୍ରଚଣ୍ଡ ବିଜୁ ପଟ୍ଟନାୟକ ହାୱା ସତ୍ତ୍ୱେ ପଂଚାନନ ମିଶ୍ର ନାମକ ଜଣେ ଯୁବକ ବିନିକା ବିଧାନସଭା ଆସନରୁ ସେତେବେଳେ ଅଶି ହଜାରରୁ ଅଧିକ ଭୋଟରେ ନିର୍ବାଚିତ ହୋଇ ଆସିଥିଲେ। ସ୍ଵାଧୀନ ଭାବରେ ଲଢିକି ହେଉ ବା ଅତି ଛୋଟ ରାଜନୈତିକ ଦଳର ପ୍ରତିନିଧି ଭାବରେ ଏକଦା ଓଡିଶାରୁ ଗୋଟେ ବଡ ରାଜନୈତିକ ଶକ୍ତି ଉଭା ହେଉଥିଲେ। ସାମ୍ୟବାଦୀ ନେତା ପ୍ରସନ୍ନ କୁମାର ପଣ୍ଡା, ବାଳଗୋପାଳ ମିଶ୍ର, ଅରୁଣ ଦେ, ଶମ୍ଭୁନାଥ ନାୟକ, ରାଧାକାନ୍ତ ସେଠି, ଜର୍ଜ ତିର୍କୀଙ୍କ ଭଳି ନିଜ ଦମ୍ଭରେ ନିର୍ବାଚନ ଲଢି ଜିତିପାରିବାର ତାକତ ଥିବା ନେତା ଏବେ ଆଉ ଆମ ପାଖରେ ନାହାନ୍ତି। ଏହାର କାରଣ ଦୁଇ ପ୍ରକାର। ପ୍ରଥମତଃ ବର୍ତ୍ତମାନ ସମୟରେ ନିର୍ବାଚନ ଖର୍ଚ୍ଚ ବହୁ ପରିମାଣରେ ବଢି ଯାଇଛି, ଯାହାକୁ ଜଣେ ସାଧାରଣ ରାଜନେତା ବହନ କରିପାରିବ ନାହିଁ। ଦ୍ବିତୀୟରେ ଲୋକଙ୍କୁ ସଂଗଠିତ କରି ରାଜନୈତିକ ଆଧାର ସୃଷ୍ଟି କରିବା ଭଳି ଶକ୍ତି ନୂଆ ପ୍ରଜନ୍ମର ରାଜନେତାଙ୍କ ପାଖରେ ନାହିଁ। ସମସ୍ତେ ଏଠି ହାୱା ସହିତ ବହି ଯିବାକୁ ପ୍ରସ୍ତୁତ। ତେଣୁ ରାଜନୀତିରେ ଜଣେ ନବୀନ ପଟ୍ଟନାୟକକି ନରେନ୍ଦ୍ର ମୋଦୀ କି ରାହୁଲ ଗାନ୍ଧୀଙ୍କ ଛାଇରେ ବାକି ସମସ୍ତେ ଲିଲିପୁଟ ହେବାକୁ ବାଧ୍ୟ।

ଏହି କ୍ରମରେ ଏବେ ପ୍ରତିଦିନ ଶହ ଶହ ଲିଲିପୁଟ ଆମ ଗଣମାଧ୍ୟମରେ ନିଜର ଖେଳ କସରତ ଦେଖାଉଛନ୍ତି। ଏ ପ୍ରକାର ଲିଲିପୁଟ ସବୁ ଦଳରେ ଅଛନ୍ତି। ଏଇ ଲିଲିପୁଟମାନେ ମଧ୍ୟ ଦୁଇ ପ୍ରକାର ଉତ୍ସରୁ ଆସିଥାନ୍ତି। ଗୋଟେ ଦଳରେ ଥାଇ ଏମାନେ ଯେତେବେଳେ ସେ ଦଳ ଭିତରେ ଅପ୍ରାସଙ୍ଗିକ ହୋଇ ପଡନ୍ତି, ସେତେବେଳେ ତାଙ୍କର ବିବେକ ହଠାତ ଜାଗ୍ରତ ହୁଏ ଓ ଦଳର ନେତାଙ୍କୁ ଗାଳି କରି ସେମାନେ ଦଳ ଛାଡନ୍ତି। ଆଉ ଦଳେ ଅଛନ୍ତି, ଯେଉଁମାନଙ୍କର ଏକମାତ୍ର ପରିଚୟ ହେଉଛି, ସେମାନେ କାହାର ଗୋଟେ ପୁଅ, ଝିଅ, ଭାଇ, ପୁତୁରା, ସ୍ତ୍ରୀ କିମ୍ବା ସମ୍ପର୍କୀୟ। ଟିକଟ ବଣ୍ଟନ ବେଳେ ଆମେ ଦାମୋଦର ରାଉତଙ୍କ ପୁଅ ଓ ଝିଅ, ଯୋଗେନ୍ଦ୍ର ବେହେରା, ଅନଙ୍ଗ ଉଦୟ ସିଂ ଦେଓ, ପ୍ରଶାନ୍ତ ନନ୍ଦ ପ୍ରମୁଖଙ୍କ ପୁଅଇତ୍ୟାଦିଙ୍କ ବିଷୟରେ ବହୁତ ଚର୍ଚ୍ଚା କରୁଛେ। ଏ ପ୍ରକାର ପରାଙ୍ଗପୁଷ୍ଟଙ୍କ ବିଷୟରେ ଗଣମାଧ୍ୟମ ଅଧିକରୁ ଅଧିକ ଜାଗା ଛାଡି ଦେଉଛି।

ସବୁଦଳ କେଉଁଠି ନା କେଉଁଠି ପାରିବାରିକ ରାଜନୀତି ବିରୋଧରେ କହୁଥିବାବେଳେ ସବୁ ଦଳ ଏବେ ପାରିବାରିକ ଜମିଦାରୀ ପାଲଟି ଯାଉଛନ୍ତି। ପରିବାରବାଦ ଓ ବ୍ୟକ୍ତି ରାଜନୀତି ବିରୋଧରେ ସବୁଠୁ ଅଧିକ ପ୍ରବଚନ ଦେଉଥିବା ଭାରତୀୟ ଜନତା ପାର୍ଟି ଏବେ ପୁଅ-ପୁତୁରାଙ୍କ ଦଳ ଭାବରେ ବେଶ ଅଗ୍ରଗତି କଲାଣି। ଏବେ ବିଜେଡି ଟିକଟରୁ ବଞ୍ଚିତ କେବଳ ଲୋକସଭା ବା ବିଧାନସଭା ସଦସ୍ୟ ନୁହନ୍ତି, ତାଙ୍କ ପରିବାର ଲୋକେ ମଧ୍ୟ ବିଜେପିରେ ଜାଗା ପାଇବେ। ଯେଉଁ ବିଜେଡି ନେତା ନିଜ ପୁଅ ଝିଅଙ୍କୁ ବିଜେଡିରେ ସଫଳ କରାଇପାରିଲେ ନାହିଁ,ସେମାନେ ବିଜେପିକୁ ନିଜ ପରିବାରକୁ ପଠାଇବେ। ସମାନ କଥା ବିଜେପିରେ କି କଂଗ୍ରେସରେ ମଧ୍ୟ ଘଟିବ। କେବଳ ଟିକେଟ ଆବଣ୍ଟନ ହଟ ଚମଟରୁ ଏ ପ୍ରକାର ପାରିବାରିକ ଓ ଅନାବଶ୍ୟକ ଭାଟଗିରି କରିବାରେ ଆମର ସମୟ ଯିବ।

ଏ ପ୍ରସଙ୍ଗରେ ଗଣମାଧ୍ୟମ ଯଦି ନିଜର ଆତ୍ମସମୀକ୍ଷା ନ କରିବ ତାହେଲେ ଲୋକ ଆମକୁ ଭାଟ ବା ଯୋକର ବୋଲି ଭାବିବାକୁ ବାଧ୍ୟ ହେବେ!

assembly BJD BJP cong election loksabha mp
Share. Facebook Twitter LinkedIn Email WhatsApp Copy Link

Related Posts

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026
Latest News

ବନ୍ଦେ ମାତରମ୍ ଗାନକୁ ବାରଣ କଲା କଂଗ୍ରେସ?: ସ୍ପଷ୍ଟୀକରଣ ଜାରି କଲେ ଜୟରାମ ରମେଶ

August 15, 2026

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.