Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏମ୍‌ଏସ୍‌ପି ବନ୍ଦ ହୋଇଯିବ ବୋଲି ହେଉଥିବା ଅପପ୍ରଚାର ସମ୍ପୂର୍ଣ୍ଣ ରୂପେ ମିଥ୍ୟା: ଧର୍ମେନ୍ଦ୍ର
ଜାତୀୟ ଖବର

ଏମ୍‌ଏସ୍‌ପି ବନ୍ଦ ହୋଇଯିବ ବୋଲି ହେଉଥିବା ଅପପ୍ରଚାର ସମ୍ପୂର୍ଣ୍ଣ ରୂପେ ମିଥ୍ୟା: ଧର୍ମେନ୍ଦ୍ର

October 3, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଏମ୍‌ଏସ୍‌ପି ବନ୍ଦ ହୋଇଯିବ ବୋଲି ହେଉଥିବା ଅପପ୍ରଚାର ସମ୍ପୂର୍ଣ୍ଣ ରୂପେ ମିଥ୍ୟା, ଧର୍ମେନ୍ଦ୍ର

ଭୁବନେଶ୍ୱର, ଭାରତବର୍ଷରେ ମୋଦି ସରକାର ଥିବା ପର୍ଯ୍ୟନ୍ତ ଦେଶରେ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମ୍‌ଏସ୍‌ପି ବନ୍ଦ ହେବାର ପ୍ରଶ୍ନ ଉଠୁ ନାହିଁ।ଶନିବାର ଭୁବନେଶ୍ୱର ଠାରେ ବିଜେପି ପକ୍ଷରୁ ଭାରତ ସରକାରଙ୍କ ‘ନୂତନ କୃଷିନୀତି’ ଉପରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ମୋଦି ସରକାର ଆଣିଥିବା ତିନୋଟି ବିଲ୍‌ ଯଥା କୃଷି ଉତ୍ପାଦନ ବ୍ୟାପାର ଓ ବାଣିଜ୍ୟ (ପ୍ରୋତ୍ସାହନ ଏବଂ ସରଳୀକରଣ) ବିଲ୍‌, ଚାଷୀ (ସଶକ୍ତୀକରଣ ଏବଂ ସୁରକ୍ଷା) ଚୁକ୍ତିଭିତିକ ମୂଲ୍ୟ ନିଶ୍ଚିତତା ଏବଂ କୃଷି ସେବା ବିଲ୍ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ (ସଂଶୋଧନ) ବିଲ୍ ସଂସଦରେ ଗୃହୀତ ହେବା ପରେ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଆଇନରେ ପରିଣତ ହୋଇଛି। ତେବେ ଏହି ବିଲ୍ ଦ୍ୱାରା ଏମଏସପି ବନ୍ଦ ହେବ ବୋଲି ଯେଉଁ ଅପପ୍ରଚାର ହେଉଛି ତାହା ସମ୍ପୂର୍ଣ୍ଣ ରୂପେ ମିଥ୍ୟା। ଓଡିଶା ଓ ଭାରତବର୍ଷରେ ଏମ୍‌ଏସ୍‌ପି ବ୍ୟବସ୍ଥା ପୂର୍ବଭଳି ଅପରିବର୍ତିତ ରହିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।

ରାଜ୍ୟର ଚାଷୀ ମାନଙ୍କ ପାଖରୁ କେନ୍ଦ୍ର ସରକାର ୨୦୦୯ ରୁ ୨୦୧୪ ଆର୍ଥିକ ବର୍ଷ ମଧ୍ୟରେ ୧୪.୨୬ ମିଲିୟନ ମେଟ୍ରିକ ଟନ ଧାନ କିଣିଛନ୍ତି ଏବଂ ୨୦୧୩-୧୪ ଆର୍ଥିକ ବର୍ଷରେ ଧାନର ଏମଏସପି କ୍ୱିଟାଂଲ ପ୍ରତି ୧୩୧୦ ଟଙ୍କା ଥିଲା। ମାତ୍ର ମୋଦି ସରକାରରେ ଆର୍ଥିକ ବର୍ଷ ୨୦୧୪ ରୁ ୨୦୨୦ ମଧ୍ୟରେ ୨୨.୮୬ ମିଲିୟନ ମେଟ୍ରିକ୍ ଟନର ଧାନ କିଣାଯାଇଛି ଏବଂ ୨୦୨୦-୨୧ରେ ଧାନର ଏମଏସପି କ୍ୱିଂଟାଲ ପ୍ରତି ୧୮୬୮ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସେହିପରି ବର୍ଷ ୨୦୧୪-୨୧ ଅଗଷ୍ଟ ମାସ ସୁଦ୍ଧା ୨୦,୨୭୨.୩୩ ଟନ ଡାଲି କିଣାଯାଇଛି ଏବଂ ଏହାର ଏମଏସପି କ୍ୱିଂଟାଲ ପ୍ରତି ୬୨୭୧.୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ବର୍ଷ ୨୦୧୪-୨୧ ଅଗଷ୍ଟ ମାସ ସୁଦ୍ଧା ଓଡ଼ିଶା ଚାଷୀଙ୍କ ଠାରୁ ୧୨,୯୫୭.୬୩ ଟନ ତୈଳଜାତ ସାମଗ୍ରୀ ଭାରତ ସରକାର କିଣିଛନ୍ତି ଓ ଏହାର ଏମଏସପି କ୍ୱିଟାଲ ପ୍ରତି ୪୩୫୧.୮୮ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।

ରାଜ୍ୟର ଚାଷୀମାନେ ପୂର୍ବରୁ କେବଳ ଏଗ୍ରିକଲଚ୍ୟୁରାଲ ପ୍ରଡ୍ୟୁସ ମାର୍କେଟ୍ କମିଟି ବା ଏପିଏମସି ଅଧିନିୟମ ଅନୁଯାୟୀ ଲାଇସେନ୍ସପ୍ରାପ୍ତ ବ୍ୟବସାୟୀଙ୍କୁ ସେମାନଙ୍କ ଉତ୍ପାଦିତ ସାମଗ୍ରୀକୁ ବିକ୍ରି କରିବାକୁ ବାଧ୍ୟ ହୋଇଥିଲେ। ଏହି ଆଇନ ବଳରେ ଚାଷୀମାନେ ଏପିଏମସି ସହିତ ଏହାର ବାହାରେ ମଧ୍ୟ ମୁକ୍ତ ବଜାରରେ ନିଜର ସାମଗ୍ରୀକୁ ବିକ୍ରି କରିପାରିବେ। ଅର୍ଥାତ୍ ନୂତନ କୃଷି ନୀତି ଦ୍ୱାରା ମଣ୍ଡି ବ୍ୟବସ୍ଥା ବନ୍ଦ ହେବନାହିଁ ଓ ମଣ୍ଡି ବାହାରେ ମଧ୍ୟ ଚାଷୀମାନେ ନିଜ ଉତ୍ପାଦିତ ସାମଗ୍ରୀକୁ ବିକି ପାରିବେ।

ମନ୍ତ୍ରୀ କହିଛନ୍ତି ନୂଆ ନିୟମରେ ଚାଷୀ ଓ ବଜାର ମଧ୍ୟରେ ଏକାଧିକ ମଧ୍ୟସ୍ଥି ଓ ଦଲାଲି ବ୍ୟବସ୍ଥାକୁ ହଟାଯାଇ ଚାଷୀଙ୍କୁ ସିଧାସଳଖ ବଜାର ସହ ଯୋଡ଼ାଯାଇଛି। ଫଳରେ ଦେଶର ଯେକୌଣସି ବଜାରରେ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ବିକ୍ରି କରିବାକୁ ସାମର୍ଥ୍ୟ ହେବେ। କୃଷିଜାତ ସାମଗ୍ରୀକୁ ସଂରକ୍ଷଣ କରି ରଖିବାର ବ୍ୟବସ୍ଥା ମଧ୍ୟ ବିଧେୟକରେ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଚାଷୀଙ୍କ କଲ୍ୟାଣ ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି।

ଆତ୍ମନିର୍ଭର ଭାରତ ପ୍ୟାକେଜରେ ୧ ଲକ୍ଷ କୋଟିର କୃଷି ଭିତିଭୂମି ପାଣ୍ଠି, ୧୦ ହଜାର କୃଷି ଉତ୍ପାଦନ ସଂସ୍ଥା(ଏଫପିଓ) ଗଠନ ପାଇଁ ଯୋଜନା ହୋଇଛି। ଏହି ଆଇନ ଦ୍ୱାରା ଉଭୟ ଓଡ଼ିଶା ଓ ଭାରତର ଚାଷୀମାନେ ଲାଭବାନ ହେବେ। ଉତ୍ପାଦିତ ସାମଗ୍ରୀର ବର୍ଦ୍ଧିତ ସହାୟକ ମୂଲ୍ୟ ଚାଷୀମାନେ ପାଇପାରିବେ। କଂଟ୍ରାକ୍ଟ ଫାର୍ମିଂ ଦ୍ୱାରା କେବଳ ଚାଷୀର ଉତ୍ପାଦନ ଫସଲ କିଣିହେବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଚାଷୀଙ୍କ ପାଇଁ ଏପରି ବିଲ୍ ଆଣି ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ବୋଲି ସେ କହିଛନ୍ତି।

ଭାରତର ଜିଡିପିରେ କୃଷି କ୍ଷେତ୍ର ଏକ ମହତ୍ୱପୂର୍ଣ୍ଣ ଭୂମିକା ରଖୁଛି। ତେଣୁ ଭାରତର ମୂଳ ଆଧାର କୃଷି କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତନ ଆଣିବା ଲକ୍ଷ୍ୟରେ ଏହି ବିଲ୍ ଅଣାଯାଇଥିଲା। ଏହି ବିଧେୟକ ଚାଷୀଙ୍କ ସ୍ୱାର୍ଥକୁ ସୁରକ୍ଷିତ ରଖିବା ସହ ସେମାନଙ୍କ ଦ୍ୱାରା ଉତ୍ପାଦିତ କୃଷିଜାତ ସାମଗ୍ରୀର ସଠିକ୍ ମୂଲ୍ୟ ଦେବ ଏବଂ ଉପଭୋକ୍ତାଙ୍କୁ ମଧ୍ୟ ସଠିକ୍ ମୂଲ୍ୟରେ ସାମଗ୍ରୀ ମିଳିପାରିବ। ସେ କହିଛନ୍ତି ପୂର୍ବରୁ ଚାଷୀମାନେ କେବଳ ଜୀବନଜୀବିକା ପାଇଁ ଚାଷ କରୁଥିଲେ। ମାତ୍ର ଏହି ନୂଆ କୃଷି ନୀତି ଦ୍ୱାରା ଯୁବ ଚାଷୀମାନେ କୃଷି ଉଦ୍ୟୋଗୀ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିବେ ଏବଂ ସେମାନଙ୍କ ଆକାଂକ୍ଷାକୁ ପୂରଣ କରିପାରିବେ ବୋଲି କେନ୍ଦ୍ରମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଏମ୍‌ଏସ୍‌ପି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.