Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଛାତ୍ରବୃତ୍ତି ପାଇଁ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ହେବେ ଉପକୃତ
ବିଶେଷ ଖବର

ଛାତ୍ରବୃତ୍ତି ପାଇଁ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ହେବେ ଉପକୃତ

October 27, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଛାତ୍ରବୃତ୍ତି ପାଇଁ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ

ଭୁବନେଶ୍ବର, ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ଗୋଟିଏ ମାତ୍ର ପୋର୍ଟାଲ www.scholarship.odisha.gov.in ରେ କ୍ଲିକ୍‌ କଲେ ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ବାରା ରାଜ୍ୟର ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ରାଜ୍ୟ ସରକାର ଦେଉଥିବା ୬ଟି ବିଭାଗ ପକ୍ଷରୁ ୨୧ଟି ଛାତ୍ରବୃତ୍ତି ଏହି ପୋର୍ଟାଲରୁ ମିଳିପାରିବ।

ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୈଷୟିକ ବିଦ୍ୟାର ପ୍ରୟୋଗ ଦ୍ବାରା ହିଁ ଆମେ ସାଧାରଣ ଲୋକଙ୍କୁ ଦକ୍ଷତା ଓ ସ୍ବଚ୍ଛତାର ସହ ଠିକ୍‌ ସମୟରେ ସର୍ବୋତ୍କୃଷ୍ଟ ସେବା ଯୋଗାଇ ଦେଇପାରିବା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧିନରେ ୨୦ରୁ ଅଧିକ ବୃତ୍ତି ପ୍ରଦାନ କରାଯାଉଛି। ଏହି ଏକକ ପୋର୍ଟାଲ ଦ୍ବାରା ବୃତ୍ତି ପ୍ରଦାନ କରୁଥିବା ସରକାରୀ ବିଭାଗ ଓ ଆଶାୟୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦୂରତ୍ବ କମିପାରିବ। ସେମାନେ ସୁବିଧାରେ ଘରେ ବସି ଆବେଦନ କରିବା ସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ବୃତ୍ତି ପାଇପାରିବେ । ଅନୁସୂଚିତ ଜନଜାତି, ଜାତି, ଅନ୍ୟ ପଛୁଆବର୍ଗ, ସାମାଜିକ ଓ ଶିକ୍ଷାଗତଭାବେ ପଛୁଆବର୍ଗ ଆଦି ଅନଗ୍ରସର ଶ୍ରେଣୀର ଛାତ୍ରଛାତ୍ରୀମାନେ ଏହି ବୃତ୍ତିର ସୁବିଧା ପାଇବାରେ ସର୍ବାଗ୍ରେ ରହୁଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ।

ଦୁର୍ବଳ ଶ୍ରଣୀର ପିଲାମାନଙ୍କ ଶିକ୍ଷା ସୁବିଧା ରାଜ୍ୟ ସରକାରଙ୍କ ପ୍ରାଥମିକତା ରହିଆସିଛି। ଏହି ଏକକ ପୋର୍ଟାଲ ଦ୍ବାରା ସେମାନେ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ରାଜ୍ୟର ଅନୁସୂଚିତ ଜନଜାତି ଓ ଜାତି ବିଭାଗ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଶ୍ରମ ଓ ଇ.ଏସ୍‌.ଆଇ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ କୃଷି ବିଭାଗର ସମସ୍ତ ବୃତ୍ତି କାର୍ଯ୍ୟକ୍ରମ ଏହି ଗୋଟିଏ ପୋର୍ଟାଲରେ ପରିଚାଳିତ ହେବ। ରାଜ୍ୟ ଟ୍ରେଜେରୀ ସହିତ ଏହି ପୋର୍ଟାଲ ଲିଙ୍କ୍‌ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବୃତ୍ତି ରାଶି ସିଧାସଳଖ ଜମା ହୋଇପାରିବ।

ସେହିପରି ସୁମଙ୍ଗଲ ପୋର୍ଟାଲ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆନ୍ତଃ-ଜାତି ବିବାହ ଦ୍ବାରା ସାମାଜିକ ଏକତା ବଢିବା ସହିତ ଏହା ଜାତିଗତ ବାଛବିଚାର ହ୍ରାସ କରେ ଏବଂ ସମାଜରେ ସମାନତା ଓ ଶାନ୍ତିପୂର୍ଣ୍ଣ ସହବସ୍ଥାନ ବୃଦ୍ଧି କରେ। ସୁମଙ୍ଗଳ ପୋର୍ଟାଲ ଏହି ଦିଗରେ ବହୁ ପରିମାଣରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସୂଚନାଯୋଗ୍ୟ ଯେ ଏହି ସୁମଙ୍ଗଳ ପୋର୍ଟାଲ www.sumangal.odisha.gov.in ରେ ଆବେଦନ କଲେ ଆନ୍ତଃ-ଜାତି ବିବାହ କରିଥିବା ଯୋଗ୍ୟ ହିତାଧିକାରୀମାନେ ୬୦ ଦିନ ମଧ୍ୟରେ ପ୍ରୋତ୍ସାହନ ରାଶି ଆକାରରେ ଅଢେଇ ଲକ୍ଷ ଟଙ୍କା ପାଇପାରିବେ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଅନୁସୁଚିତ ଜନଜାତି ଓ ଜାତି ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ କେବଳ ଅନୁସୁଚିତ ଜନଜାତି ଓ ଜାତି ବିକାଶ ବିଭାଗ ଅଧିନରେ ୬ ଲକ୍ଷ ଛାତ୍ରଛାତ୍ରୀ ଏହି ବୃତ୍ତିର ସୁବିଧା ପାଉଛନ୍ତି। ୫-ଟି କାର୍ଯ୍ୟକ୍ରମ ଜରିଆରେ ବ୍ୟାପକ ପରିବର୍ତ୍ତନର ସୁଯୋଗ ଆଣିବାରେ ଓଡିଶା ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଉଦାହରଣ ହୋଇଛି ବୋଲି ପ୍ରକାଶ କରି ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଶ୍ରୀ ଆର୍‌. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ସଂପୃକ୍ତ ବିଭାଗର କ୍ଷେତ୍ର କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ ।

Odisha scholarship
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.