Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିହାର ପଲିଟିକ୍ସ : ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ, ଜାଣନ୍ତୁ କେତେ ପ୍ରାର୍ଥୀଙ୍କ ନାମରେ ରହିଛି ଅପରାଧିକ ମାମଲା
ଜାତୀୟ ଖବର

ବିହାର ପଲିଟିକ୍ସ : ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ, ଜାଣନ୍ତୁ କେତେ ପ୍ରାର୍ଥୀଙ୍କ ନାମରେ ରହିଛି ଅପରାଧିକ ମାମଲା

October 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା : ଆଜିଠାରୁ ଆରମ୍ଭ ହୋଇଛି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ । ମୋଟ 243ଟି ଆସନ ମଧ୍ୟରୁ ଆଜି 16ଟି ଜିଲ୍ଲାର 71ଟି ଆସନରେ ମତଦାନ ଅନୁଷ୍ଠିତ ହେଉଛି । ପ୍ରଥମ ପର୍ଯ୍ୟାୟରେ 1 ହଜାର 66 ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେଉଛି ।  ପ୍ରଥମ ପର୍ଯ୍ୟାୟରେ 1066 ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଥିବା ବେଳେ ଶତାଧିକ ପ୍ରାର୍ଥୀଙ୍କ ନାମରେ ରହିଛି ଅପରାଧିକ ମାମଲା ।

ଏଡିଆର ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁଯାୟୀ ଶତାଧିକ ପ୍ରାର୍ଥୀଙ୍କ ନାମରେ ବିଭିନ୍ନ ଗମ୍ଭୀର ଅପରାଧିକ ମାମଲା ରହିଛି । ଆରଜେଡି ପକ୍ଷରୁ ସର୍ବାଧିକ 54 ପ୍ରତିଶତ ପ୍ରାର୍ଥୀଙ୍କୁ ଟିକଟ ପ୍ରଦାନ କରାଯାଇଛି । 22 ଜଣ ଆରଜେଡି ପ୍ରାର୍ଥୀଙ୍କ ନାମରେ ଗମ୍ଭୀର ଅପରାଧିକ ମାମଲା ରହିଥିବା ଜଣାପଡିଛି। ସେହିପରି ଚଳିତ ଥର ଏକାକୀ ଲଢୁଥିବା ଏଲଜେପିର 20 ଜଣ ପ୍ରାର୍ଥୀ ବା 49 ପ୍ରତିଶତ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ରହିଛି ।

ଭାରତୀୟ ଜନତା ପାର୍ଟି ପକ୍ଷରୁ ଅପରାଧିକ ମାମଲା ରହିଥିବା 13 ଜଣ (45 %), ଜେଡିୟୁ ପକ୍ଷରୁ ଅପରାଧିକ ମାମଲା ରହିଥିବା 10 ଜଣ ପ୍ରାର୍ଥୀ (29%) ଏବଂ କଂଗ୍ରେସ ପକ୍ଷରୁ 9ଜଣ ପ୍ରାର୍ଥୀଙ୍କୁ (43 %) ଟିକଟ ପ୍ରଦାନ କରାଯାଇଛି ।  ଅନ୍ୟାନ୍ୟ ରାଜନୈତିକ ଦଳମାନଙ୍କ ମଧ୍ୟରେ ଆରଏସଏଲପି, ଜନ ଅଧିକାର ପାର୍ଟି, ଏନସିପି, ବିଏସପି ପକ୍ଷରୁ ଯଥାକ୍ରମେ 14, 14, 8 ଏବଂ 5 ଜଣ ଅପରାଧିକ ମାମଲା ରହିଥିବା ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ 502 ଜଣ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ରହିଥିବା ଜଣାପଡିଛି । (ଏଜେନ୍ସି)

Bihar Election 2020 biharpolitics ବିହାର ନିର୍ବାଚନ 2020
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026
Latest News

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026

ପୁଣି ମଣିପୁର ଅଶାନ୍ତ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.