Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୋବାଇଲରେ ହେବ ଜଳସେଚନ ସମସ୍ୟା ସମାଧାନ: ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ମୋବାଇଲରେ ହେବ ଜଳସେଚନ ସମସ୍ୟା ସମାଧାନ: ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 9, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କର ଲୋକପ୍ରିୟ ୫-ଟି କାର୍ଯ୍ୟକ୍ରମ ଆଜି ଚାଷୀ ଓ ଜଳସଂପଦ ବିଭାଗକୁ ସିଧାସଳଖ ଯୋଡି ପାରିଛି। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ ଜଳସଂପଦ ବିଭାଗକୁ।

ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀ କୁ ଅଫିସକୁ ଦୌଡିବାକୁ ଦରକାର ହେବ ନାହିଁ। ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ। ଅନ୍‌ଲାଇନ ଅଭିଯୋଗ ପରାଚାଳନା ବ୍ୟବସ୍ଥା “ସେଚ ସମାଧାନ” ଆଜି ଛାଷୀ ଭାଇ ମାନଙ୍କ ପାଇଁ ଏହି ସୁଯୋଗ ଆଣିଛି।

“ସେଚ ସମାଧାନ” ସହିତ ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପକ୍ରିୟା ଏବଂ ବ୍ୟବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଗୋଟି ଅନ୍‌ଲାଇନ ସେବା ବ୍ୟବସ୍ଥାର ଶୁଭାରମ୍ଭ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ସଂପାଦିତ ହୋଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଚାଷୀମାନେ ହେଉଛନ୍ତି ଜଳସଂପଦ ବିଭାଗର ସର୍ବବୃହତ ହିତାଧିକାରୀ। ତେଣୁ ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବା ସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ବାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ।

ଏହାସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଂଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କ ପାଇଁ କରାଯାଇଥିବା ଅନ୍ ଲାଇନ ସେବା ମଧ୍ୟ ସେମାନଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିବା ସହିତ ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣରେ ଏହା ସହାୟକ ହୋଇପାରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।ଏହି ସେବା ବିଷୟରେ ବହୁଳ ଜନସଚେତନତା ଊପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ।

ଏହି ଅବସରରେ ଜଳସଂପଦ ବିଭାଗ ପକ୍ଷରୁ ଅନ୍ୟତମ ୫-ଟି ଲକ୍ଷ୍ୟ ଡିଜିଟାଲ ମଷ୍ଟର ରୋଲ୍‌ ପ୍ରସ୍ତୁତି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଜଳସଂପଦ ତଥା ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରଶାସନକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ଜଳସଂପଦ ବିଭାଗ Digital Technology ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ୫-ଟି ଲକ୍ଷ୍ୟ ପୂରଣ କରିବା ସହିତ ଚାଷୀ ମାନଙ୍କୁ ଉନ୍ନତ ସେବା ଯୋଗାଇଦେବ ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ।

ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ଯନ୍ତ୍ରୀମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ବିଭାଗର ପ୍ରମୁଖ ସଚିବ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଉପସ୍ଥିତ ଥିଲେ।

ଆଜି ଲୋକାର୍ପିତ ଅନ୍‌ ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା ସେଚ ସମାଧାନ ଏକ ଦ୍ବିଭାଷୀୟ ମୋବାଇଲ ଆପ୍‌। ଏହି ପଦ୍ଧତିରେ ଚାଷୀ ଜଳସଂପଦ ବିଭାଗ ଅଫିସକୁ ନ ଆସି ତାଙ୍କ ଅଭିଯୋଗ ଫଟୋ ବା ଭିଡିଓ ମୋବାଇଲ ଜରିଆରେ ପଠାଇଲେ, ତାଙ୍କୁ ଅଭିଯୋଗର ସ୍ଥିତି ସଂପର୍କରେ SMS ଜରିଆରେ ସୂଚନା ଦିଆଯିବ ଏବଂ ସମସ୍ୟାର ସମାଧାନ ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଇପାରିବ।

ସେହିପରି ବିଜୁ କୃଷକ ବିକାଶ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ହୋଇଥିବା ଅନ୍ ଲାଇନ୍ ଆବେଦନ ପ୍ରକ୍ରିୟା ଦ୍ବାରା ଚାଷୀମାନେ ସରକାରୀ ଅଫିନ ନ ଆସି, ନିଜ ମୋବାଇଲ ଫୋନ୍‌, କମ୍ପୁଟର କିମ୍ବା ଜନସେବା କେନ୍ଦ୍ରରୁ ଆବେଦନ କରିପାରିବେ।

ସେହିପରି ଶିଳ୍ପ କ୍ଷେତ୍ରକୁ ଜଳ ଆବଣ୍ଟନ ପାଇଁ ଜଳସଂପଦ ବିଭାଗ ତରଫରୁ Go Swift ପୋର୍ଟାଲକୁ ବିକଶିତ କରାଯାଇଛି। ଏହା ଜରିଆରେ ସେମାନେ ଅନ୍‌ ଲାଇନ ଆବେଦନ କରିପାରିବେ। ବାଣିଜ୍ୟିକ ଓ ଅନ୍ୟ ସଂସ୍ଥା ପାଇଁ ଜଳ ଆବେଣ୍ଟନ ପାଇଁ ମଧ୍ୟ ଜଳସଂପଦ ବିଭାଗ ତରଫରୁ ଅନ୍‌ଲାଇନ ପୋର୍ଟାଲ water allocationod.nic.in ବିକଶିତ କରାଯାଇଛି।

ଏହି ପୋର୍ଟାଲ ଜରିଆରେ ଆବେଦନକରୀ ମାନଙ୍କୁ ଜଳର ଆବଣ୍ଟନ, ପରିମାଣ ହ୍ରାସ ବୃଦ୍ଧି ଇତ୍ୟାଦି ବିଷୟରେ ବିଭାଗ ତରଫରୁ ଅବଗତ କରାଯାଇପାରିବ।

୫-ଟି କାର୍ଯ୍ୟକ୍ରମ ଅନ୍‌ଲାଇନ ସେବା ନବୀନ ପଟ୍ଟନାୟକ ରଘୁନନ୍ଦନ ଦାସ ଶୁଭାରମ୍ଭ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

LAC ପ୍ରସଙ୍ଗରେ ଚୀନକୁ ଜବାବ ଦେଲେ ଡୋଭାଲ!: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.