Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉପନିର୍ବାଚନ ୨୦୨୦: ବାଜି ମାରିଲା ବିଜେଡି
ବିଶେଷ ଖବର

ଉପନିର୍ବାଚନ ୨୦୨୦: ବାଜି ମାରିଲା ବିଜେଡି

November 10, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟର ଦୁଇ ଉପନିର୍ବାଚନରେ ବିଜେଡି ବାଜି ମାରିଛି। ଉଭୟ ତିର୍ତ୍ତୋଲ ଓ ବାଲେଶ୍ବର ସଦରରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ନେଇ ଅନୌପଚାରିକ ଭାବେ ସିଏଇଓ ସୂଚନା ଦେଇଛନ୍ତି। ହେଲେ ଏନେଇ ରିଟର୍ନିଙ୍ଗ ଅଫିସର ବିଦ୍ଧିବଦ୍ଧ ଭାବେ ଫଳ ଘୋଷଣା କରିବେ ବୋଲି ସିଏଇଓ କହିଛନ୍ତି।

ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୪୧ ହଜାର ୭୦୩ ଭୋଟ୍‌ ଅଧିକ ପାଇଥିବା ବେଳେ ବାଲେଶ୍ବରରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାଶ ୧୩ ହଜାର ୩୯୫ ଭୋଟ୍ ଅଧିକ ପାଇଛନ୍ତି।

ବିଷ୍ଣୁ ଦାସଙ୍କ ମୃତ୍ୟୁ ପରେ ତିର୍ତ୍ତୋଲ ଆସନ ପାଇଁ ବିଜେଡି ବିଷ୍ଣୁ ଦାସଙ୍କ ପୁତ୍ର ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରିଥିଲା। ୨୦୧୯ ନିର୍ବାଚନରେ ବିଜେଡି ବିଷ୍ଣୁ ଚରଣ ଦାସଙ୍କୁ ପ୍ରାର୍ଥୀ କରିଥିଲା। ବିଷ୍ଣୁ ଚରଣ ଦାସ ବିଜେପି ପ୍ରାର୍ଥୀ ରମାକାନ୍ତ ଭୋଇଙ୍କ ଠାରୁ ୩୫ ହଜାର ୪୪୮ ଖଣ୍ଡ ଭୋଟ୍‌ ପାଇଁ ନିର୍ବାଚିତ ହୋଇଥିଲେ। ତେବେ ତାଙ୍କ ରେକର୍ଡକୁ ଅତିକ୍ରମ କରିଛନ୍ତି ତାଙ୍କ ପୁତ୍ର ବିଜୟ ଶଙ୍କର ଦାସ।

ଅପରପକ୍ଷରେ ଜିତିଥିବା ଆସନରେ ବିଜେପିକୁ ନିରାଶ ହେବାକୁ ପଡିଛି। ୨୦୧୯ ବିଧାନସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କ ମୃତ୍ୟୁ ପରେ ବାଲେଶ୍ବର ସଦର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ନିରାଶ ହେବାକୁ ପଡିଛି। ଏଠାରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାଶ ୧୩ ହଜାର ୩୯୫ ଭୋଟ୍‌ରେ ବିଜୟୀ ହୋଇଛନ୍ତି।

୨୦୧୯ ନିର୍ବାଚନରେ ମଦନ ମୋହନ ଦତ୍ତ ଭାରତୀୟ ଜନତା ପାର୍ଟିରୁ ପ୍ରାର୍ଥୀ ଭାବରେ ବାଲେଶ୍ବର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିଥିଲେ। ସେ ଏହି ନିର୍ବାଚନରେ ମୋଟ୍‌ ୭୪ ହଜାର ୮୧୫ ଖଣ୍ଡ ଭୋଟ୍‌ ପାଇଁ ବିଜୟୀ ହୋଇଥିଲ। ତେବେ ତାଙ୍କର ମୃତ୍ୟୁ ପରେ ବିଜେଡି ଏଠାରେ ସ୍ବରୂପ ଦାଶଙ୍କୁ ପ୍ରାର୍ଥୀ କରିଥିଲା। ଅପରପକ୍ଷରେ ମଦନ ମୋହନ ଦତ୍ତଙ୍କ ପୁତ୍ର ମାନସ ଦତ୍ତଙ୍କୁ ବିଜେପି ଏଠାରେ ପ୍ରାର୍ଥୀ କରିଥିବାବେଳେ ବିଜେପିକୁ ନିରାଶ ହେବାକୁ ପଡିଛି।

ବିଜେଡିରେ ସାଙ୍ଗଠାନିକ ସ୍ଥିତି ଓ ଦଳୀୟ ନୀତି ଯୋଗୁଁ ବିଜେଡି ନିଜର ଜୟଯାତ୍ରା ଜାରିରଖିଛି। ତିର୍ତ୍ତୋଲ ଆସନଟି ପୂର୍ବରୁ ବିଜେଡିର ଥିବାବେଳେ ସେଠାରେ ସେ ସ୍ଥିତି ଦୃଢ କରିଛି। ତେବେ ବାଲେଶ୍ବର ସଦରରେ ବିଜେପିଠାରୁ ଆସନ ଛଡାଇ ନେଇଛି ବିଜେଡି। ବାଲେଶ୍ବର ସଦରରେ ଦଳୀୟ କନ୍ଦଳ ଥିବା ସତ୍ତ୍ବେ ବିଜେଡି ସେହି ଆସନରେ ବାଜିମାତ୍‌ କରିପାରିଛି।

ଉପନିର୍ବାଚନ ତିର୍ତ୍ତୋଲ ବାଲେଶ୍ବର ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ସନ୍ଧାନକାରୀ ନୁହେଁ, ନିଯୁକ୍ତି ସୃଷ୍ଟିକାରୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

April 12, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ଚର୍ଚ୍ଚାରେ ମୋଦି-ରାହୁଲଙ୍କ ବାର୍ତ୍ତାଳାପ

April 11, 2026

ଭାରତ ଏବଂ ମରିସସ ମଧ୍ୟରେ ତୈଳ ଏବଂ ଗ୍ୟାସ ଯୋଗାଣ ପାଇଁ ଚୁକ୍ତିନାମା ଚୂଡ଼ାନ୍ତ

April 11, 2026
Latest News

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026

ଦେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା ଅଭିଯୋଗରେ ଭୁବନେଶ୍ବରରୁ ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୁଲିସ

April 12, 2026

ଆଉ ଗୋଟିଏ ବର୍ଷ ପର୍ଯ୍ୟନ୍ତ ବଢିଲା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅବଧି

April 12, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 12, 2026

ସବୁ ଉଚ୍ଚ ଶିକ୍ଷାକୁ ନିଃଶୁଳ୍କ କରି ପିଲାଙ୍କୁ ଶିକ୍ଷା ଋଣ ମୁକ୍ତ କର: ଓଡିଶା ଅଭିଭାବକ ମହାସଂଘ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.